କୋଭିଡ୍‌ କେୟାରରେ ବଢିବ ଶଯ୍ୟା

May 12, 2020, ଓଡ଼ିଶା, , Anupambharat News Bureau


କୋଭିଡ୍‌ କେୟାରରେ ବଢିବ ଶଯ୍ୟା
Anupambharat News Bureau
May 12, 2020

ଭୁବନେଶ୍ୱର, ୧୨ା୫(ଅନୁପମମିଡ଼ିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ରାଜ୍ୟର କୋଭିଡ୍‌ ନିୟନ୍ତ୍ରଣ ଓ ଅର୍ଥନୈତିକ ପୁନରୁଦ୍ଧାର କାର୍ଯ୍ୟକ୍ରମ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ବର୍ତ୍ତମାନ ପ୍ରବାସୀ ଓଡିଆମାନେ ବହୁ ସଂଖ୍ୟାରେ ଓଡିଶା ଫେରୁଥିବାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିର୍ମିତ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର ଗୁଡିକର ଉପଯୁକ୍ତ ପରିଚାଳନା ଓ ଲୋକମାନଙ୍କୁ ରୋଜଗାର ଯୋଗାଇଦେବାପାଇଁ ଅର୍ଥନୀତିକୁ ଚଳଚଞ୍ଚଳ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁୁତ୍ୱାରୋପ କରିଥିଲେ । ଏଥିପାଇଁ ମାନବିକତା ଓ ବୃତ୍ତିଗତ ଦକ୍ଷତା ସହ ଏଠି କଠିନ ପରିସ୍ଥିତିର ମୁକାବିଲା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହା ଏକ ଲମ୍ବା ଯୁଦ୍ଧ । ତେଣୁ କୋଭିଡ୍‌ ମୁକାବିଲାରେ ସମାଜର ସକ୍ରିୟ ଅଂଶଗ୍ରହଣ ସହିତ ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକୁ ବର୍ତ୍ତମାନ ପରିସ୍ଥିତିରେ ଅଧିକ ସଶକ୍ତ କରାଯିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଗଞ୍ଜାମ ଭଳି ଅନ୍ୟ ଜିଲ୍ଲାରେ ଥିବା ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର ମାନଙ୍କରେ ଅନ୍ତେବାସୀମାନଙ୍କୁ କୋଭିଡ୍‌ ରୋଗ ପରିଚାଳନା ସମ୍ପର୍କରେ ତାଲିମ୍‌ ଦିଆଯିବା ଦରକାର ଯାହା ଫଳରେ ସଙ୍ଗରୋଧରୁ ବାହାରିବା ପରେ ସେମାନେ କୋଭିଡ୍‌ ସେ୍ୱଚ୍ଛାସେବୀ ଭାବରେ ସମାଜକୁ ସେବା ଯୋଗାଇ ଦେଇପାରିବେ । ଏଥି ପାଇଁ ଁଏକ ସକ୍ଷିପ୍ତ ସାର୍ଟିଫିକେଟ୍‌ କୋର୍ସ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଆଗାମୀ ଏକ ସପ୍ତାହ ମଧ୍ୟରେ ଗଞ୍ଜାମ, ବାଲେଶ୍ୱର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ବଲାଙ୍ଗୀର ଆଦି ଜିଲ୍ଲାମାନଙ୍କରେ କୋଭିଡ୍‌ କେୟାର ସେଣ୍ଟରରେ ଶଯ୍ୟା ସଂଖ୍ୟା ବୃଦ୍ଧି ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା । ବର୍ତ୍ତମାନ ସମୟରେ ଗର୍ଭବତୀ , ପ୍ରସୂତୀ , ଶିଶୁ , ଭିନ୍ନକ୍ଷମ ଓ ବୟସ୍କ ଲୋକମାନଙ୍କ ପ୍ରତତ ସ୍ୱତନ୍ତ୍ର ଧ୍ୟାନ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଜୀବନ ଜୀବିକା ଓ ଅର୍ଥନେଅତିକ ପୁନରୁଦ୍ଧାର ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏମଜିଏନଆରଇଜିଏସ୍‌ ଏବଂ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ କରାଯିବା ଦରକାର । ବିଭିନ୍ନ ବିଭାଗ ମାନେ ସେମାନଭ୍‌କ ଅଧୀନରେ ଯେପରି ଅଧିକରୁ ଅଧିକ ଲୋକଙ୍କୁ କାମ ଯୋଗାଇ ଦେଇପାରିବେ ସେଥିପାଇଁ ଯୋଜନା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଗ୍ରାମ୍ୟ ଅର୍ଥନୀତିକୁ ଅଧିକ ସଶକ୍ତ କରିବା ପାଇଁ ଅଧିକ ପାଣwି ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ସ୍ୱାସ୍ଥ୍ୟ ସେବାରେ ନିୟୋଜିତ କର୍ମଚାରୀମାନଙ୍କ ପାଇ ପିପିଇ ଏବଂ ଅନ୍ୟ ମେଡିକାଲ ଉପକରଣ ଯୋଗାଣ ସୁନିଶ୍ଚିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । କୃଷି ଅର୍ଥନୀତିକୁ ଅଧିକ ସୁଦୃଢ କରିବାପାଇଁ ରାଜ୍ୟ ସରକାର ଖୁବ ଶୀଘ୍ର ତିନୋଟି ଅର୍ଡିନାନ୍ସ ଆଣିବେ ବୋଲି ବୈଠକରୁ ଜଣାଯାଇଛି । ଲକ୍‌ ଡାଉନ୍‌ ସମୟରେ ଆଇନଶୃଙ୍ଖଳା ବଜାୟ ରଖିବାପାଇଁ ପୋଲିସ୍‌ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି ଏବଂ ନିୟମଭଙ୍ଗକାରୀଙ୍କ ଉପରେ ତୁରନ୍ତ କାର୍ଯ୍ୟାନଷ୍ଠାନ ଗ୍ରହଣ କରାଯାଉଛି ବୋଲି ପୋଲିସ୍‌ ମହାନିର୍ଦ୍ଦେଶକ ସୂଚନା ଦେଇଥିଲେ । ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା , ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବାଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ପୋଲିସ୍‌ ମହାନିର୍ଦ୍ଦେଶକ ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛ’ ଶହ ଟପିଲା

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛ’ ଶହ ଟପିଲା

Read More...

୨୦ ଲକ୍ଷ କୋଟିର ଆର୍ଥିକ ପ୍ୟାକେଜ ଘୋଷଣା

୨୦ ଲକ୍ଷ କୋଟିର ଆର୍ଥିକ ପ୍ୟାକେଜ ଘୋଷଣା

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page