ଯୁକ୍ତ ତିନି-ପିଜି ସେମିଷ୍ଟାର ପରୀକ୍ଷା ବାତିଲ

May 26, 2020, ଓଡ଼ିଶା, , Anupambharat News Bureau


ଯୁକ୍ତ ତିନି-ପିଜି ସେମିଷ୍ଟାର ପରୀକ୍ଷା ବାତିଲ
Anupambharat News Bureau
May 26, 2020

ଭୁବନେଶ୍ୱର, ୨୬ା୫(ଅନୁପମମିଡ଼ିଆ): ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଅଧିନରେ ଥିବା ଯୁକ୍ତ ତିନି ମହାବିଦ୍ୟାଳୟ ଏବଂ ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ତିନି ଦ୍ୱିତୀୟ ଓ ଚତୁର୍ଥ ସେମିଷ୍ଟାର ପରୀକ୍ଷା କରାଯିବ ନାହିଁ । ସେହିପରି ସ୍ନାତକୋତର ଶ୍ରେଣୀର ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ମଧ୍ୟ ହେବନାହିଁ । ବିଶ୍ୱବିଦ୍ୟାଳୟ ଗୁଡିକ ଦ୍ୱାରା ବିକଳ୍ପ ବ୍ୟବସ୍ଥା ମାଧ୍ୟମରେ ମୂଲ୍ୟାୟନ କରାଯାଇ ଛାତ୍ରଛାତ୍ରୀମାନଙ୍କୁ ପରବର୍ତ୍ତୀ ସେମିଷ୍ଟାରକୁ ଉତୀର୍ଣ୍ଣ କରାଯିବା ପାଇଁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସହିତ ଭିଡିଓ କନ୍‌ଫେରେନ୍ସି ମାଧ୍ୟମରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ନିଆଯାଇଛି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଡ଼ଃ ଅରୁଣ କୁମାର ସାହୁ କହିଛନ୍ତି । ତେବେ ଗତ ୬ତାରିଖରେ ଅନୁଷ୍ଠିତ କୁଳପତିମାନଙ୍କ ବୈଠକରେ ନିଆଯାଇଥିବା ନିଷ୍ପତ୍ତିି ଅନୁଯାୟୀ ଯୁକ୍ତ ୩ର ୬ଷ୍ଠ ସେମିଷ୍ଟାର ଫାଇନାଲ୍‌ ପରୀକ୍ଷା ଏବଂ ସ୍ନାତକୋତର ଶ୍ରେଣୀର ଚତୁର୍ଥ ସେମିଷ୍ଟାର ଫାଇନାଲ ପରୀକ୍ଷା ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ଅନୁଷ୍ଠିତ ହେବ । ପୂର୍ବ ନିଷ୍ପତ୍ତି ଅନୁଯାୟୀ ଯୁକ୍ତ ୩ର ୬ଷ୍ଠ ସେମିଷ୍ଟାର ଫାଇନାଲ ପରୀକ୍ଷା ଜୁନ୍‌ ୨୦ ତାରିଖ ପରେ ଆରମ୍ଭ ହୋଇ ଜୁଲାଇ ୨୪ ତାରିଖ ସୁଦ୍ଧା ଶେଷ ହେବ ଏବଂ ପରୀକ୍ଷା ଫଳ ଅଗଷ୍ଟ ୩୧ ତାରିଖ ସୁଦ୍ଧା ପ୍ରକାଶ ପାଇବ । ସେହିପରି ସ୍ନାତକୋତର ଶ୍ରେଣୀର ଚତୁର୍ଥ ସେମିଷ୍ଟାର (ଫାଇନାଲ୍‌) ପରୀକ୍ଷା ଅଗଷ୍ଟ ୨୦ ତାରିଖ ସୁଦ୍ଧା ଶେଷ କରାଯିବ ଏବଂ ପରୀକ୍ଷା ଫଳ ସେପେଫମ୍ବର ୨୦ ତାରିଖ ମଧ୍ୟରେ ପ୍ରକାଶ ପାଇବ । ମଙ୍ଗଳବାର ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ଼ଃ ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କୋଭିଡ-୧୯ ପରିସ୍ଥିତିରେ ବିଶ୍ୱବିଦ୍ୟାଳୟର ବିଭିନ୍ନ ପରୀକ୍ଷା ପରିଚାଳନା, ପରୀକ୍ଷା ଫଳ ପ୍ରକାଶନ, ଛାତ୍ରଛାତ୍ରୀମାନଙ୍କ ନାମଲେଖା ଓ ଶିକ୍ଷାଦାନ ସମ୍ପର୍କରେ ଆଲୋଚନା ହୋଇଥିଲା । ବୈଠକରେ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶାଶ୍ୱତ ମିଶ୍ର, ଉଚ୍ଚ ଶିକ୍ଷା ପରିଷଦର ଉପାଧ୍ୟକ୍ଷ ପ୍ରଫେସର ଅଶୋକ ଦାସଙ୍କ ସମେତ ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ, ଖଲିକୋଟ ବିଶ୍ୱବିଦ୍ୟାଳୟ ଏବଂ ଓଡ଼ିଶା ମୁକ୍ତ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ଓ ବିଭାଗୀୟ ବରିଷ୍ଠ ଅଧିକାରୀ ବୃନ୍ଦ ଲୋକସେବା ଭବନଠାରେ ଉପସ୍ଥିତ ଥିବାବେଳେ ଅନ୍ୟ ବିଶ୍ୱବିଦ୍ୟାଳୟର କୁଳପତିମାନେ ଭିଡିଓ କନ୍‌ଫରେ୍‌ନ୍ସି ମାଧ୍ୟମରେ ଯୋଗ ଦେଇଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଅଗଷ୍ଟ ୩୧ ପର୍ଯ୍ୟନ୍ତ ଶୌଚାଳୟ ଫି’ ଛାଡ

ଅଗଷ୍ଟ ୩୧ ପର୍ଯ୍ୟନ୍ତ ଶୌଚାଳୟ ଫି’ ଛାଡ

Read More...

୨୪ ଘଣ୍ଟାରେ ୧୪୬ ମୃତ,  ପଶ୍ଚିମବଙ୍ଗରେ ଗୋଟିଏ ଦିନରେ ୧୯୩ ନୂଆ ଆକ୍ରାନ୍ତ

୨୪ ଘଣ୍ଟାରେ ୧୪୬ ମୃତ, ପଶ୍ଚିମବଙ୍ଗରେ ଗୋଟିଏ ଦିନରେ ୧୯୩ ନୂଆ ଆକ୍ରାନ୍ତ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page