‘ବନ୍ଦେ ଉତ୍କଳ ଜନନୀ’ ଗାଇବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

May 28, 2020, ଓଡ଼ିଶା, , Anupambharat News Bureau


‘ବନ୍ଦେ ଉତ୍କଳ ଜନନୀ’ ଗାଇବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
Anupambharat News Bureau
May 28, 2020

ଭୁବନେଶ୍ୱର, ୨୮ା୫(ଅନୁପମମିଡ଼ିଆ): କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବା ଏବଂ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଆସନ୍ତା ମଇ ୩୦ ତାରିଖ ଶନିବାର ସନ୍ଧ୍ୟା ସାଢ଼େ ୫ଟାରେ ସମୟରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ୱାନ ଜଣାଇଛନ୍ତି । ଦୁନିଆର ଯେକୌଣସି ସ୍ଥାନରେ ଥିବା ଓଡିଆମାନେ ସାମାଜିକ ଦୂରତା ରକ୍ଷା କରି ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ଗୁରୁବାର ଅପରାହ୍ନରେ ଏକ ଭିଡିଓ ବାର୍ତ୍ତା ଜରିଆରେ ରାଜ୍ୟବାସୀଙ୍କୁ ସମ୍ଭୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମର ସଙ୍କଳ୍ପକୁ ଆହୁରି ଦୃଢ କରିବା ପାଇଁ ଏହା ପ୍ରେରଣା ଯୋଗାଇବ । ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଦାବି ସମୟରେ ଉତ୍କଳ ସମ୍ମିଳନୀର ଆଦ୍ୟ ସଙ୍ଗୀତ ଥିଲା ବନ୍ଦେ ଉତ୍କଳ ଜନନୀ । ଓଡିଆ ଜାତୀୟତାର ବନ୍ଧନକୁ ଏହା ମଜବୁତ କରିଥିଲା । ବର୍ତ୍ତମାନ ସମୟରେ ଏହା ଓଡିଆ ଜାତିକୁ, ଆମ ସମସ୍ତଙ୍କୁ ଅଭୂତପୂର୍ବ ପ୍ରେରଣା ଯୋଗାଇବ । ଆଗକୁ ଆମ ପାଇଁ ଆହୁରି କଠିନ ରାସ୍ତା ଆସିପାରେ । ଆଗାମୀ ଦିନର ଆହ୍ୱାନକୁ ସଫଳ ଭାବରେ ମୁକାବିଲା କରିବା ଏବଂ ନୂଆ ସଙ୍କଳ୍ପ ନେଇ କାମ କରିବା ପାଇଁ ଏହା ଆମକୁ ଶକ୍ତି ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆସ୍ଥା ପ୍ରକଟ କରିଛନ୍ତି । ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ ଦୁଇ ମାସ ଧରି ସାରା ଦୁନିଆ ଏକ ବହୁତ ବଡ ଜଟିଳ ପରିସ୍ଥିତିର ସାମନା କରୁଛି । ବଡ ବଡ ଧନୀ ଦେଶ, ଶକ୍ତିଶାଳୀ ଦେଶରେ ବି କୋଭିଡ ଆତଙ୍କ ସୃଷ୍ଟି କରିଛି । ସେହି ଏକା ସମୟରେ ଆମ ଓଡିଶା ବି କୋଭିଡ ବିରୁଦ୍ଧରେ ତାର ଯୁଦ୍ଧ ଆରମ୍ଭ କଲା । କୋଭିଡରୁ ଲୋକଙ୍କୁ ରକ୍ଷା କରିବା ଏବଂ ଲୋକଙ୍କ ଜୀବନ ବଞ୍ଚାଇବା ସେତେବେଳେ ସରକାରଙ୍କ ପ୍ରାଥମିକତା ଥିଲା । ପ୍ରତିଟି ଜୀବନର ସୁରକ୍ଷା ହେଉଛି ମୋ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ସେତେବେଳେ ଆମେ ଯାହା ବି ନୀତି, ଯାହା ବି ପଦକ୍ଷେପ ଗ୍ରହଣ କରିଥିଲୁ, ତାର ଏକମାତ୍ର ଲକ୍ଷ୍ୟ ଥିଲା ମୋର ପ୍ରିୟ ସାଢେ ଚାରି କୋଟି ଓଡିଶାବାସୀଙ୍କ ଜୀବନ ରକ୍ଷା କରିବା । ଏବେ ଦୁଇ ମାସରୁ ଅଧିକ ସମୟ ହୋଇଗଲା । କୋଭିଡ ଯୁଦ୍ଧରେ ଲୋକଙ୍କ ଜୀବନ ବଞ୍ଚାଇବାରେ ଓଡିଶା କେବଳ ଭାରତବର୍ଷରେ ନୁହେଁ, ସାରା ବିଶ୍ୱରେ ଏକ ଉଦାହରଣ ସୃଷ୍ଟି କରିପାରିଛି । କୋଭିଡରେ ଓଡିଶାର ମୃତ୍ୟୁହାର ସାରା ଦୁନିଆରେ ସବୁଠାରୁ କମ୍‌ । କରୋନା ପୀଡିତ ମାନଙ୍କ ମଧ୍ୟରୁ ଅଧାରୁ ଅଧିକ ଲୋକ ସୁସ୍ଥ ହୋଇ ଘରକୁ ଫେରିଲେଣି । ଓଡିଶା ପରି ଗୋଟିଏ ରାଜ୍ୟ ତଥା ଆମ ଓଡିଶାବାସୀଙ୍କ ପାଇଁ ଏହା ଏକ ବଡ ସଫଳତା । ଦୁନିଆର ଶକ୍ତିଶାଳୀ ଦେଶ ତଥା ଭାରତର ବଡ ବଡ ରାଜ୍ୟ, ଧନୀ ରାଜ୍ୟମାନେ ମଧ୍ୟ କରୋନା ଯୁଦ୍ଧରେ ଏତେ ସଫଳତା ପାଇପାରି ନାହାନ୍ତି । ଓଡିଆ ଜାତି ପାଇଁ ଏହା ଏକ ଅଭୂତପୂର୍ବ ସଫଳତା । ଏହି ସମୟରେ ପ୍ରବାସରେ ଥିବା ଲକ୍ଷ ଲକ୍ଷ ଓଡିଆ ଭାଇଭଉଣୀ ଘରକୁ ଫେରିଛନ୍ତିୟ ତଥାପି କୋଭିଡ ବିରୁଦ୍ଧରେ ଚାଲିଥିବା ସଂଗ୍ରାମରେ ଆମେ ଭଲ ସ୍ଥିତିରେ ଅଛୁ । ଏହା ପଛରେ ରହିଛି କରୋନା ଯୁଦ୍ଧରେ ଦିନରାତି କାମ କରୁଥିବା ଲକ୍ଷ ଲକ୍ଷ କୋଭିଡ ଯୋଦ୍ଧାମାନଙ୍କ ତ୍ୟାଗ, ନିଷ୍ଠା ଓ ପ୍ରତିବଦ୍ଧତା । ସିଏ ଯିଏ ବି ହୁଅ;ୁ - ଲୋକ ପ୍ରତିନିଧି, ସରକାରୀ ବା ବେସରକାରୀ କର୍ମଚାରୀ ସମସ୍ତେ ନିଜ ନିଜର ସୁଖଦୁଃଖକୁ ପଛରେ ପକାଇ ଯେଭଳି ସେବା ଯୋଗାଇ ଚାଲିଛନ୍ତି, ତାର ତୁଳନା ନାହିଁ । ସେହିପରି ଏହି ଯୁଦ୍ଧରେ ସାରା ଓଡିଶାବାସୀ ସରକାରଙ୍କ ପଦକ୍ଷେପକୁ ଯେଭଳି ବିପୁଳ ସମର୍ଥନ ଦେଇଛନ୍ତି, ସେଥିପାଇଁ ମୁଁ ସମସ୍ତଙ୍କ ନିକଟରେ ଋଣୀ । ଏହାସହିତ ମହାପ୍ରଭୂଙ୍କ ଆଶୀର୍ବାଦ ମଧ୍ୟ ସବୁବେଳେ ଆମ ସଥିରେ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
କରୋନା ରୋକିବାକୁ ନର ବଳି !

କରୋନା ରୋକିବାକୁ ନର ବଳି !

Read More...

କରୋନା ଛାଇରେ ବଢୁଛି ଯୁଦ୍ଧ ଭୟ

କରୋନା ଛାଇରେ ବଢୁଛି ଯୁଦ୍ଧ ଭୟ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page