୯ ଯାଏଁ ପୁରା ଓଡ଼ିିଶା ଭିଜିବ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

August 04, 2020, ଓଡ଼ିଶା, , Anupambharat News Bureau


୯ ଯାଏଁ ପୁରା ଓଡ଼ିିଶା ଭିଜିବ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ
Anupambharat News Bureau
August 04, 2020

ଭୁବନେଶ୍ୱର,୪ା୮(ଅନୁପମ ମିଡ଼ିଆ): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଘନୀଭୂତ ହୋଇଛି । ଏହାର ପ୍ରଭାବରେ ସମଗ୍ର ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି ପୂର୍ବାନୁମାନ କରିଛି । ଏହାସହ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ । ୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆଇଏମଡି ଆକଳନ କରିଛି । ଏହି ସମୟ ମଧ୍ୟରେ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ପଶିଯିବାର ସମ୍ଭାବନା ଥିବାରୁ ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନ (ଏସଆରସି) । ସେହିପରି ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀ ମାନଙ୍କୁ ବାରଣ କରାଯାଇଛି । ଏସଆରସି ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ୫ ତାରିଖ ସକାଳ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର,ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଆଇଏମଡି ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ କେନ୍ଦ୍ରାପଡା, ଜଗତସିଂହପୁର,କଟକ, ଅନୁଗୁଳ,ଦେବଗଡ, କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୬ ତାରିଖରେ ସମ୍ବଲପୁର, ଦେବଗଡ, ଝାରସୁଗୁଡା, ବରଗଡ ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ କେନ୍ଦୁଝର, ଅନୁଗୁଳ, ନୂଆପଡା , ସୋନପୁର ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୭ ତାରିଖ ବେଳକୁ ବର୍ଷାର ପରିମାଣ ସାମାନ୍ୟ କମ୍‌ ହୋଇପାରେ । ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୮ ତାରିଖରୁ ୯ ତାରିଖ ମଧ୍ୟରେ କଳାହାଣ୍ଡି, ବଲାଙ୍ଗୀର, ଝାରସୁଗୁଡା, କନ୍ଧମାଳ, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ସହିଦ୍‌ କୋଭିଡ ଯୋଦ୍ଧା ସ୍ମୃତିରେ ନୀରବ ପ୍ରାର୍ଥନା

ସହିଦ୍‌ କୋଭିଡ ଯୋଦ୍ଧା ସ୍ମୃତିରେ ନୀରବ ପ୍ରାର୍ଥନା

Read More...

ଧର୍ମେନ୍ଦ୍ରଙ୍କୁ କରୋନା

ଧର୍ମେନ୍ଦ୍ରଙ୍କୁ କରୋନା

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page