ମୁଁ ଶପଥ କରୁଛି... ମୁଁ ଜିତିବି, ମୋ ଓଡ଼ିଶା ଜିତିବ

August 05, 2020, ଓଡ଼ିଶା, , Anupambharat News Bureau


ମୁଁ ଶପଥ କରୁଛି... ମୁଁ ଜିତିବି, ମୋ ଓଡ଼ିଶା ଜିତିବ
Anupambharat News Bureau
August 05, 2020

ଭୁବନେଶ୍ୱର, ୫ା୮(ଅନୁପମ ମିଡ଼ିଆ): ଗତ ପାଞ୍ଚ ମାସ ଧରି ଓଡ଼ିିଶା କୋଭିଡ ବିରୁଦ୍ଧରେ ଲଢେଇ ଜାରି ରହିଛି । ଏହି ଲଢେଇର ଆଗଧାଡିରେ ରହିଥିବା କୋଭିଡ ଯୋଦ୍ଧାଙ୍କ ତ୍ୟାଗ ଓ ଉତ୍ସର୍ଗୀକୃତ ସେବା ଯୋଗୁଁ ଆଜି ରାଜ୍ୟର କୋଭିଡ ଆରୋଗ୍ୟଙ୍କ ସଂଖ୍ୟା ୨୫ ହଜାରରେ ପହଞ୍ଚିଛି । ଏହାକୁ କୋଭିଡ ଯୁଦ୍ଧର ଏକ ମହତ୍ତ୍ୱପୂର୍ଣ୍ଣ ଘଟଣା ବୋଲି ବର୍ଣ୍ଣନା କରି ଏହାର ସବୁ ଶ୍ରେୟ କୋଭିଡ ଯୋଦ୍ଧା ଓ ଓଡିଶାବାସୀଙ୍କର ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଜୀବନକୁ ବାଜି ଲଗାଇ ସେମାନେ ଯେପରି ସେବା କରିଚାଲିଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚପ୍ରଶଂସା ମଧ୍ୟ କରିଛନ୍ତି ।
ଏହି ଲଢେଇରେ ୨୫ ଜଣ କୋଭିଡ ଯୋଦ୍ଧା ସେମାନଙ୍କ ଜୀବନ ବଳିଦାନ ଦେଇ ସେବା, ତ୍ୟାଗ ଓ ମାନବିକତାର ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି । ସେହି ଯୋଦ୍ଧା ମାନଙ୍କର ଅମ୍ଲାନ ସ୍ମୃତି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ସାରା ରାଜ୍ୟ ଆଜି ସନ୍ଧ୍ୟା ୬ଟାରେ ଏକ ମିନିଟ ନୀରବ ପ୍ରାର୍ଥନା କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛି । ଏହି ନୀରବ ପ୍ରାର୍ଥନାରେ ସାରା ରାଜ୍ୟର ଜନସାଧାରଣ, ବିଭିନ୍ନ ଅଫିସ, ଅନୁଷ୍ଠାନର କର୍ମଚାରୀ ଭାଗ ନେଇ ଶହୀଦ କରୋନା ଯୋଦ୍ଧାଙ୍କ ପ୍ରତି ଜାତିର କୃତଜ୍ଞତା ଅର୍ପଣ କରିଛନ୍ତି । ନିଜ ପରିବାର ଓ ବ୍ୟକ୍ତିଗତ ସୁଖ ସୁବିଧାକୁ ପଛରେ ପକାଇ ଆମର କୋଭିଡ ଯୋଦ୍ଧା ମାନେ ଉତ୍ସର୍ଗୀକୃତ ମନୋଭାବ, ତ୍ୟାଗ ଓ ନିଷ୍ଠାର ସହ ଯେପରି ସେବା କରିଚାଲିଛନ୍ତି, ତାକୁ ଉତ୍ସାହିତ କରିବା ଏବଂ ତାଙ୍କର ଏହି ମହତ୍‌ କାର୍ଯ୍ୟକୁ ଦୃଢ ସମର୍ଥନ ଦେବା ପାଇଁ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସହଯୋଗ, ସଚେତନତା ଓ କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବାର ଶପଥ ପାଠ କରାଇଥିଲେ । ମୁଁ ଜିତିବି, ମୋ ଓଡିଶା ଜିତିବ ଓ ମାନବ ଜାତି ବି ଜିତିବ ଏହି ସଙ୍କଳ୍ପ ନେଇ କରୋନା ବିରୁଦ୍ଧରେ ଲଢେଇକୁ ମଜବୁତ କରିବା ସହିତ କୋଭିଡ ନିୟମାବଳୀର ଅନୁପାଳନ ଓ କୋଭିଡ ଯୋଦ୍ଧାଙ୍କୁ ପୂର୍ଣ୍ଣ ସହଯୋଗ ଓ ସମ୍ମାନ ଜଣାଇବା ପାଇଁ ମଧ୍ୟ ସମସ୍ତେ ଶପଥ ନେଇଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ସନ୍ଧ୍ୟା ୬ ଟାରେ ରାଜ୍ୟର ପ୍ରାୟ ଅଞ୍ଚଳରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ସହିଦ୍‌ କୋଭିଡ଼ ଯୋଦ୍ଧାଙ୍କ ପାଇଁ ସମସ୍ତେ ଗୋଟିଏ ମିନଟ୍‌ ନୀରବ ପ୍ରାର୍ଥନା କରିଥିଲେ । ଏହାପରେ ଶପଥ ପାଠ କରିଥିଲେ । ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ତଥା ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ (କାର୍ଯ୍ୟାଳୟ) ସଞ୍ଜୟ ଦାସବର୍ମାଙ୍କ ନେତୃତ୍ୱରେ ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟରେ କୋଭିଡ୍‌ ଯୋଦ୍ଧାଙ୍କ ସମ୍ମାନାର୍ଥେ ୧ ମିନିଟର ନିରବ ପ୍ରାର୍ଥନା କରାଯାଇଥିଲା ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ବୁର୍ଲା ଓ ବ୍ରହ୍ମପୁରରେ ପ୍ଲାଜମା ବ୍ୟାଙ୍କ୍‌ ଉଦ୍‌ଘାଟିତ: ସବୁ ଅଞ୍ଚଳରେ ପ୍ଲାଜମା ଦାନ ଓ ଚିକିତ୍ସା ସୁବିଧା ହେବ:ମୁଖ୍ୟମନ୍ତ୍ରୀ

ବୁର୍ଲା ଓ ବ୍ରହ୍ମପୁରରେ ପ୍ଲାଜମା ବ୍ୟାଙ୍କ୍‌ ଉଦ୍‌ଘାଟିତ: ସବୁ ଅଞ୍ଚଳରେ ପ୍ଲାଜମା ଦାନ ଓ ଚିକିତ୍ସା ସୁବିଧା ହେବ:ମୁଖ୍ୟମନ୍ତ୍ରୀ

Read More...

ରେଡ୍‌ମି ୯ ପ୍ରାଇମ୍‌ ବଜାର ପ୍ରବେଶ

ରେଡ୍‌ମି ୯ ପ୍ରାଇମ୍‌ ବଜାର ପ୍ରବେଶ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page