୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

August 08, 2020, ଓଡ଼ିଶା, , Anupambharat News Bureau


୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Anupambharat News Bureau
August 08, 2020

ଭୁୁବନେଶ୍ୱର,୮ା୮(ଅନୁପମ ମିଡ଼ିଆ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଗାମୀ ୧୩ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିପାରେ । ଏହି ପରିପ୍ରେକ୍ଷୀରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ମୟୂରଭଞ୍ଜ, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ବୌଦ୍ଧ, କନ୍ଧମାଳ, କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଏହି ସମୟ ମଧ୍ୟରେ କାଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସମସ୍ତ ଜିଲ୍ଲାଗୁଡ଼ିକକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ରାଜ୍ୟରେ କରୋନା ମୃତୁ୍ୟ ୨୫୦ ପାର

ରାଜ୍ୟରେ କରୋନା ମୃତୁ୍ୟ ୨୫୦ ପାର

Read More...

ଆକ୍ରାନ୍ତ କମୁଛି, ସୁସ୍ଥ ହାର ବଢ଼ୁଛି

ଆକ୍ରାନ୍ତ କମୁଛି, ସୁସ୍ଥ ହାର ବଢ଼ୁଛି

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page