ରାଜ୍ୟରେ କରୋନା ମୃତୁ୍ୟ ୨୫୦ ପାର

August 08, 2020, ଓଡ଼ିଶା, , Anupambharat News Bureau


ରାଜ୍ୟରେ କରୋନା ମୃତୁ୍ୟ ୨୫୦ ପାର
Anupambharat News Bureau
August 08, 2020

ଭୁବନେଶ୍ୱର, ୮ା୮(ଅନୁପମ ମିଡ଼ିଆ): ରାଜ୍ୟରେ କରୋନା ମୃତୁ୍ୟ ୨୫୦ ପାର କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ଏହି ଅଜଣା ଅଦୃଶ୍ୟ ଭୂତାଣୁ ପୁଣି ୧୨ ମୁଣ୍ଡ ନେଇଛି । ଫଳରେ ରାଜ୍ୟରେ କରୋନା ମୃତୁ୍ୟ ସଂଖ୍ୟା ୨୫୯କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ଗଞ୍ଜାମ, କେନ୍ଦୁଝର, କନ୍ଧମାଳ ଓ ଖୋର୍ଦ୍ଧାରୁ ଦୁଇ ଜଣ ଲେଖାଏ ତଥା ବାଲେଶ୍ୱର, ବରଗଡ, ଗଜପତି ଓ ସୁନ୍ଦରଗଡ ଜିଲ୍ଲାର ଜିଲ୍ଲାର ଜଣେ ଜଣେ ଅଛନ୍ତି ।ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବରଗଡ ଜିଲ୍ଲାର ୬୦ ବର୍ଷୀୟ ପୁରୁଷଙ୍କ ମୃତୁ୍ୟ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ସେହିପରି ସୁନ୍ଦରଗଡ ଜିଲ୍ଲାର ଜଣେ ୫୫ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୬୭ ବର୍ଷୀୟ କରୋନା ଆକ୍ରାନ୍ତକ ମଧ୍ୟ ମୃତୁ୍ୟ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ଭାବେ ବାଲେଶ୍ୱର ଜିଲ୍ଲାର ଜଣେ ୫୭ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତୁ୍ୟ ଘଟିଛି । ସେ ମଧୁମେହ ରୋଗରେ ପୀଡିତ ଥିଲେ । କନ୍ଧମାଳ ଜିଲ୍ଲାର ଜଣେ ୫୫ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତୁ୍ୟ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ । କନ୍ଧମାଳ ଜିଲ୍ଲାର ଅନ୍ୟ ଜଣେ ୬୦ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତୁ୍ୟ ଘଟିଛି । ସେ ମଧ୍ୟ ମଧୁମେହରେ ପୀଡିତ ଥିଲେ । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କେନ୍ଦୁଝର ଜିଲ୍ଲାର ଜଣେ ୭୯ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ଘଟିଛି । ସେ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ଗଜପତି ଜିଲ୍ଲାର ଅନ୍ୟ ଜଣେ ୫୯ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ଘଟିଛି । ସେ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୧ ବର୍ଷୀୟା ମହିଳା କରୋନା ସଂକ୍ରମିତଙ୍କ ମୃତୁ୍ୟ ଘଟିଛି । ସେ ମଧୁମେହ ଓ ଅନ୍ୟ ରୋଗରେ ପୀଡିତ ଥିଲେ । କେନ୍ଦୁଝର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତୁ୍ୟ ବରଣ କରିଛନ୍ତି । ସେ ମଧୁମେହ, ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ଭୁୁବନେଶ୍ୱରର ଜଣେ ୬୦ ବର୍ଷ ବୟସ୍କ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତୁ୍ୟ ଘଟିଛି । ଗଞ୍ଜାମ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ଘଟିଛି । ସେ ମଧୁମେହ ରୋଗରେ ପୀଡିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଦୁବାଇ-କୋଝିକୋଡ ବିମାନ ଦୁର୍ଘଟଣା:  ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡ଼ିଜିପି

ଦୁବାଇ-କୋଝିକୋଡ ବିମାନ ଦୁର୍ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡ଼ିଜିପି

Read More...

୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page