କେନ୍ଦୁପତ୍ର ତୋଳାଳୀଙ୍କୁ ମିଳିବ ବୋନସ୍‌ , ମୃତୁ୍ୟ ଓ ଅକର୍ମଣ୍ୟତା କ୍ଷେତ୍ରରେ ସହାୟତା ଦୁଇ ଲକ୍ଷକୁ ବୃଦ୍ଧି

January 11, 2021, ଓଡ଼ିଶା, , Anupambharat News Bureau


କେନ୍ଦୁପତ୍ର ତୋଳାଳୀଙ୍କୁ ମିଳିବ ବୋନସ୍‌ , ମୃତୁ୍ୟ ଓ ଅକର୍ମଣ୍ୟତା କ୍ଷେତ୍ରରେ ସହାୟତା ଦୁଇ ଲକ୍ଷକୁ ବୃଦ୍ଧି
Anupambharat News Bureau
January 11, 2021


ଭୁବନେଶ୍ୱର,୧୧ା୧(ଅନୁପମ ମିଡ଼ିଆ): କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ୯୨.୩୭ କୋଟି ଟଙ୍କାର ବୋନସ୍‌ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି । ତନ୍ମଧ୍ୟରୁ କେବଳ ବୋନସର ପରିମାଣ ୫୯.୭୮ କୋଟି ଟଙ୍କା ଏହା ସହିତ କେନ୍ଦୁପତ୍ର କର୍ମଚାରୀଙ୍କ ମୃତୁ୍ୟ ବା ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଏକ ଲକ୍ଷ ଟଙ୍କାରୁ ଦୁଇ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୋମବାର ଅନୁଷ୍ଠିତ କେନ୍ଦୁପତ୍ର କଲ୍ୟାଣ ବୋର୍ଡ ବୈଠକରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । କେନ୍ଦୁପତ୍ର ତୋଳାଳୀ, ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ଚଳିତ ବର୍ଷ ବୋନସ୍‌, ଅନ୍ୟାନ୍ୟ ସହାୟତା ଓ ଭିତିଭୁମି ବିକାଶ ଉଦ୍ଦେଶ୍ୟରେ ୯୨.୩୭ କୋଟି ଟଙ୍କା ବୋର୍ଡ ମଞ୍ଜୁର କରିଛି । କେନ୍ଦୁପତ୍ର ସଂଗ୍ରହ, ବନ୍ଧେଇ ଓ ପ୍ରକ୍ରିୟାକରଣ କାର୍ଯ୍ୟରେ ସାଧାରଣତଃ ଗରିବ ଲୋକମାନେ ନିୟୋଜିତ ହୋଇଥାନ୍ତି । ୨୦୧୪ ମସିହାରେ ଏକ ଐତିହାସିକ ନିଷ୍ପତି ନେଇ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟରୁ ପାଉଥିବା ଲାଭାଂଶରେ କେନ୍ଦୁପତ୍ର ତୋଳାଳୀମାନଙ୍କୁ ସାମିଲ କରିଛନ୍ତି । କୋଭିଡ୍‌ ମହାମାରୀ ସମୟରେ ବିଭାଗ ୬୦ ଲକ୍ଷରୁ ଅଧିକ କର୍ମ ଦିବସ ସୃଷ୍ଟି କରିପାରିଥିଲା । ଏହା ଦ୍ୱାରା ୭ ଲକ୍ଷ ୫୪ ହଜାରେ ୬୩୧ କେନ୍ଦୁପତ୍ର ତୋଳାଳୀ, ୧୮୨୨୩ ବନ୍ଧେଇ ଶ୍ରମିକ ଏବଂ ୧୬୫୩୩ ଜଣ ସାମୟିକ କର୍ମଚାରୀ ଉପକୃତ ହୋଇଛନ୍ତି । ୨୦୨୦ ଶସ୍ୟ ବର୍ଷରେ ଏ ବାବଦରେ ୨୫୦ କୋଟି ଟଙ୍କା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଡିବିଟି ଜରିଆରେ ପୈଠ କରାଯାଇଛି । ଏହି ବୈଠକରେ ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଇସ୍ପାତ ଓ ଖଣି ଏବଂ ପୁର୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ପ୍ରମୁଖ ଯୋଗ ଦେଇ ସେମାନଙ୍କର ମତାମତ ରଖିଥିଲେ । ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (କେନ୍ଦୁପତ୍ର) ପ୍ରଭାକର ବେହେରା ବୋର୍ଡର କାର୍ଯ୍ୟକ୍ରମ ସମ୍ପର୍କରେ ଉପସ୍ଥାପନା ରଖିଥିଲେ ।
ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଙ୍ଗଲ ଓ ପରିବେଶ ଡ. ମୋନା ଶର୍ମା ସ୍ୱାଗତ ଭାଷଣ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ ଟି) ଭିକେ ପାଣ୍ଡିଆନ ଏବଂ ଜଙ୍ଗଲ ଓ ପରିବେଶ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଭୁବନେଶ୍ୱରରେ ପହଞ୍ଚିଲା କରୋନା ଟିକା

ଭୁବନେଶ୍ୱରରେ ପହଞ୍ଚିଲା କରୋନା ଟିକା

Read More...

ନିଜେ କର ନହେଲେ ଆମେ କରିବୁ

ନିଜେ କର ନହେଲେ ଆମେ କରିବୁ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page