ନେତାଜୀ ବସ୍‌ ଟର୍ମିନାଲର ଭିତ୍ତିପ୍ରସ୍ତର ସ୍ଥାପନ

January 23, 2021, ଓଡ଼ିଶା, , Anupambharat News Bureau


ନେତାଜୀ ବସ୍‌ ଟର୍ମିନାଲର ଭିତ୍ତିପ୍ରସ୍ତର ସ୍ଥାପନ
Anupambharat News Bureau
January 23, 2021


କଟକ, ୨୩ା୧(ଅନୁପମ ମିଡ଼ିଆ): ନେତାଜୀ ଜୟନ୍ତୀ ଅବସରରେ ଖାନନଗରଠାରେ ହେବାକୁ ଥିବା ନେତାଜୀ ବସ୍‌ ଟର୍ମିନାଲର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନେତାଜୀ ଏହି କଟକ ମାଟିର ପୁଅ । ଏହି କଟକରେ ଜନ୍ମ ହୋଇଥିଲେ ଓ ବଡ ମଧ୍ୟ ହୋଇଥିଲେ । ଏହି କଟକ ମାଟି ତାଙ୍କୁ ସେବା ଓ ସଂଗ୍ରାମର ମନ୍ତ୍ରରେ ଦୀକ୍ଷିତ କରିଥିଲା । ତେଣୁ ନେତାଜୀଙ୍କ ୧୨୫ତମ ଜନ୍ମବାର୍ଷିକୀ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଭାବରେ ବର୍ଷ ବ୍ୟାପୀ କାର୍ଯ୍ୟକ୍ରମ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ଯେତେବେଳେ ବି ନେତାଜୀଙ୍କ ଜନ୍ମସ୍ଥାନକୁ ଯାଇଛନ୍ତି, ସେତେବେଳେ ସେ ଭାବୁକ ହୋଇଯାନ୍ତି । ଦେଶ ପାଇଁ ଓ ଜାତି ପାଇଁ ନେତାଜୀଙ୍କ ଅସୀମ ତ୍ୟାଗକୁ କେହି କେବେ ଭୁଲିପାରିବ ନାହିଁ ବୋଲି ସେ କରିଥିଲେ । ଭାରତର ସ୍ୱାଧୀନତା ସଂଗ୍ରାମକୁ ଶକ୍ତିଶାଳୀ କରିବାରେ ତାଙ୍କର ଭୂମିକା ଥିଲା ଅତୁଳନୀୟ । ନେତାଜୀଙ୍କ ଦେଶଭକ୍ତି ଓ ସାହସ ଭାରତ ଇତିହାସରେ ଏକ ଗୌରବମୟ ଗାଥା ହୋଇ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଟକ ନେତାଜୀ ବସ୍‌ ଟର୍ମିନାଲକୁ ଦେଶର ଏକ ମଡେଲ ବସ୍‌ ଟର୍ମିନାଲ ଭାବରେ ଗଢାଯିବ । ଏଠାକୁ ଆସୁଥିବା ସମସ୍ତଙ୍କ ମନରେ ନେତାଜୀଙ୍କ ସ୍ମୃତି ଯେପରି ଜାଗ୍ରତ ହୋଇପାରିବ, ସେଥିପାଇଁ ପଦକ୍ଷେପ ନିଆଯିବ । ନେତାଜୀଙ୍କର ଜୀବନୀ ଓ ସଂଗ୍ରାମର ଝଲକ ସବୁଠାରେ ଦେଖିବାକୁ ମିଳିବ ଏବଂ ଏଠାକୁ ଆସୁଥିବା ପ୍ରତିଟି ଲୋକ ନେତାଜୀଙ୍କ ସାହସ ଓ ଦେଶଭକ୍ତିର ବାର୍ତ୍ତା ନେଇ ଫେରିବ । ଏହି ବସ୍‌ ଟର୍ମିନାଲ ହଜାର ବର୍ଷର ସହର କଟକର ଗରିମାକୁ ଆହୁରି ବୃଦ୍ଧି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ନେତାଜୀଙ୍କୁ ଭାରତମାତାର ଅମୂଲ୍ୟ ରତ୍ନ ଭାବରେ ବର୍ଣ୍ଣନା କରି ତାଙ୍କର ଦୃଢ ନେତୃତ୍ୱ, ସାହସ ଓ ଅତୁଳନୀୟ ଦେଶଭକ୍ତି ପାଇଁ ସେ ପ୍ରତିଟି ଭାରତୀୟଙ୍କ ହୃଦୟରେ ଅମର ହୋଇ ରହିବେ ବୋଲି ବର୍ଣ୍ଣନା କରି ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି ଉସିବରେ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନା, ସାଂସଦ ସୁବାସ ସିଂହ, ବିଧାୟକ ପ୍ରଣବ ପ୍ରକାଶ ଦାସ, ବିଧାୟକ ପ୍ରଶାନ୍ତ ବେହେରା, ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, ବିଧାୟକ ସୈାଭିକ ବିଶ୍ୱାଳ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଜ୍ୟୋତିରେଖା ନାୟକ ପ୍ରମୁଖ ଉପସ୍ଥିତ ଥିଲେ । ବରିଷ୍ଠ ପ୍ରଶାସକ ୫-ଟି ସଚିବ ଭି କେ ପାଣ୍ଡିୟାନ, ପୂର୍ତ୍ତ ସଚିବ କିଷନ କୁମାର, ଗୃହ ଓ ନଗର ଉନ୍ନୟନ ସଚିବ ଡି ମାଥିଭାତନନ, ପୂର୍ତ୍ତ ଏବଂ ବିସିସିର ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀମାନଙ୍କ ସମେତ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ଅନିଲ ସାମଲ, ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ, ସିଏମସି କମିଶନର ଅନନ୍ୟା ଦାସ, ପିଡିଡିଆରଡିଏ ଅବଦଲ ଅଖତର, ଅତିରିକ୍ତ ଜିଲ୍ଲାପାଳ ବିଜୟ କୁମାର ଖଣ୍ଡାୟତରାୟ, ପୂର୍ଣ୍ଣଚନ୍ଦ୍ର ମିଶ୍ର ଏବଂ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ପ୍ରକାଶଥାଉକି ୬୫ କୋଟି ଟଙ୍କା ବିନିମୟରେ ହେବାକୁ ଥିବା ଏହି ପ୍ରସ୍ତାବିତ ପ୍ରକଳ୍ପରେ ୩ ମହଲା କୋଠା କରାଯିବା ସହ ଯାତ୍ରୀମାନଙ୍କ ନିମନ୍ତେ ସମସ୍ତ ସୁବିଧା ପ୍ରଦାନ ତଥା ଆଧୁନିକ ପାର୍କିଂ ବ୍ୟବସ୍ଥା,
ମାର୍କେଟ କମ୍ପ୍ଲେକ୍ସ ଏବଂ ୨ କିମି ରିଙ୍ଗ ରୋଡ ରାସ୍ତାକୁ ୬ ଥାକିଆ ବିଶିଷ୍ଟ କରାଯିବ ବୋଲି ସୂଚନା ମିଳିଛି । ଏହି ନୂତନ ବସ୍‌ ଟର୍ମିନାଲରେ ୧୮୦ଟି ବସ୍‌ ରହିପାରିବ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଟ୍ରାକଫର ରାଲିକୁ ଅନୁମତି କୃଷକ ସଂଗଠନର ଦାବି

ଟ୍ରାକଫର ରାଲିକୁ ଅନୁମତି କୃଷକ ସଂଗଠନର ଦାବି

Read More...

ଭାରତୀୟ ସମୟ ରାତି ପ୍ରାୟ ୧୦ ଟାରେ ବାଇଡେନ୍‌ଙ୍କ ଶପଥ

ଭାରତୀୟ ସମୟ ରାତି ପ୍ରାୟ ୧୦ ଟାରେ ବାଇଡେନ୍‌ଙ୍କ ଶପଥ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page