ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲିବ

February 06, 2021, ଓଡ଼ିଶା, , Anupambharat News Bureau


ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲିବ
Anupambharat News Bureau
February 06, 2021


ଭୁବନେଶ୍ୱର, ୬ା୨(ଅନୁପମ ମିଡ଼ିଆ): ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲିବା ପାଇଁ ଏସଓପି ପ୍ରସ୍ତୁତ ହେଉଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି । ପ୍ରଥମରୁ ଅଷ୍ଟମ ଖୋଲିବାକୁ ଏସଆରସି ମାର୍ଗଦର୍ଶିକା ଜାରି କରିଛନ୍ତି । ଅଙ୍ଗନୱାଡ଼ି ଖୋଲିଲାଣି । କେବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲାଯିବ ସେ ନେଇ ମନ୍ତ୍ରୀ ସ୍ପଷ୍ଟ ଭାବେ ସୂଚନା ଦେଇ ନ ଥିଲେ ବି ଠିକ ସମୟରେ ଖୋଲାଯିବ ବୋଲି କହିଛନ୍ତି । ଅପରପକ୍ଷରେ ଆସନ୍ତା ୮ ତାରିଖରେ ନବମ ଓ ଏକାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ । ଏଥିପାଇଁ ଶିକ୍ଷକ ଅଭାବ ରହିବ ନାହିଁ । ଦକ୍ଷତା ଥିବା ପ୍ରାଥମିକ ସ୍କୁଲ ଶିକ୍ଷକଙ୍କ ଶିକ୍ଷାଦାନ ପାଇଁ ନିୟୋଜିତ କରିବାକୁ ଜିଲ୍ଲା ଶିକ୍ଷା ଅଧିକାରୀ ଓ ବ୍ଲକ୍‌
ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏପରିକି ଅବସରପ୍ରାପ୍ତ ଶିକ୍ଷକ ବି ଶିକ୍ଷାଦାନରେ ନିୟୋଜିତ ହେବେ । ତେବେ ରବିବାର କ୍ଲାସ ହେବନି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଡିଜି ସମେତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ କରୋନା ଟିକା

ଡିଜି ସମେତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ କରୋନା ଟିକା

Read More...

ଭାରତୀୟ ଟିକା ଅପେକ୍ଷାରେ ୨୫ ଦେଶ

ଭାରତୀୟ ଟିକା ଅପେକ୍ଷାରେ ୨୫ ଦେଶ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page