ପିପିଲି-ଡେଲାଙ୍ଗ ପାଇଁ ୬୮ କୋଟିର ପ୍ୟାକେଜ

February 23, 2021, ଓଡ଼ିଶା, , Anupambharat News Bureau


ପିପିଲି-ଡେଲାଙ୍ଗ ପାଇଁ ୬୮ କୋଟିର ପ୍ୟାକେଜ
Anupambharat News Bureau
February 23, 2021


ଭୁବନେଶ୍ୱର, ୨୩ା୨(ଅନୁପମ ମିଡ଼ିଆ): ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପାଳନ କରୁଛେ । ମାର୍ଚ୍ଚ ୨୩ ତାରିଖ ୧୯୨୧ରେ ଗାନ୍ଧୀଜୀ ପ୍ରଥମେ ଓଡିଶା ଆସିଥିଲେ । ୧୯୩୮ରେ ସେ ଡେଲାଙ୍ଗର ବେରବୋଇ ଆସିଥିଲେ ଏବଂ ଏହିଠାରେ କୃଷି ଓ ଗ୍ରାମୋଦ୍ୟୋଗର ପ୍ରଦର୍ଶନୀରେ ଭାଗ ନେଇଥିଲେ । ଗାନ୍ଧୀଜୀଙ୍କ ଆଦର୍ଶ ସବୁବେଳେ, ବିଶେଷ କରି ବର୍ତ୍ତମାନ ସମୟରେ ଆମ ପାଇଁ ଖୁବ ଜରୁରୀ ବୋଲି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ପିପିଲି-ଡେଲାଙ୍ଗ ଅଞ୍ଚଳର ଜନସାଧରଣଙ୍କ ସହ ଆଲୋଚନା କରିବା ଅବସରରେ କହିଛନ୍ତି । ଏହି ଅବସରରେ ବେରବୋଇରେ ଏକ ଆଦର୍ଶ ବିଦ୍ୟାଳୟ ତଥା ଗାନ୍ଧିଜୀଙ୍କ ସ୍ମୃତି ପୀଠର ବିକାଶ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ପିପିଲି- ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ୬୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି । ଏଥିରେ ରାସ୍ତାଘାଟ ଠାରୁ ଆରମ୍ଭ କରି ଜଳସେଚନ, ଷ୍ଟାଡିୟମ, ସେତୁ, ବସ୍‌ଷ୍ଟାଣ୍ଡ ଆଦି ବିଭିନ୍ନ ବିକାଶ କାମ କରାଯିବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ସବୁବେଳେ ଗାଁ ର ବିକାଶ ଉପରେ ଫୋକସ୍‌ କରିଆସିଛନ୍ତି । ମହିଳା ଓ ଚାଷୀ ଭାଇଙ୍କ କଲ୍ୟାଣ ଉପରେ ଫୋକସ୍‌ କରିଆସିଛନ୍ତି । ଗରିବ ଲୋକଙ୍କ ମୁହଁରେ ହସ ହିଁ ତାଙ୍କୁ ସବୁଠାରୁ ଅଧିକ ସନ୍ତୋଷ ଦେଇଥାଏ ବୋଲି ସେ କହିଥିଲେ । କରୋନା ଲକଡ଼ାଉନ ସମୟରେ ମିଶନ ଶକ୍ତି ଓ ଚାଷୀଭାଇଙ୍କ କାର୍ଯ୍ୟକ୍ରମକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ସମୟରେ ଆମର ମିଶନ ଶକ୍ତିର ମା’ ମାନେ ବହୁତ ଭଲ କାମ କରିଛନ୍ତି । ଆମର ଚାଷୀ ଭାଇମାନେ ମଧ୍ୟ ଲକ୍‌ ଡାଉନ ସମୟରେ କରୋନାକୁ ଭୟ ନ କରି ଚାଷ କାମ ଜାରି ରଖିଥିଲେ । ଚାଷୀ ଭାଇର ପରିଶ୍ରମ ଯୋଗୁ ଦେଶର ଅର୍ଥନୀତି ଆଜି ବଂଚି ରହିଛି ବୋଲି ସେ ପ୍ରକାଶ କରିଥିଲେ । ଏହି ଅବସରରେ ପୂର୍ବତନ ମନ୍ତ୍ରୀ ତଥା ପିପିଲି-ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସ୍ୱର୍ଗତଃ ପ୍ରଦୀପ ମହାରଥୀଙ୍କ ସ୍ମୃତି ଚାରଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିକାଶ ଉପରେ ସମସ୍ତଙ୍କର ଅଧିକାର ରହିଛି । ବିଶେଷକରି ଗରିବ ଲୋକମାନଙ୍କର ବିକାଶ ଉପରେ ପ୍ରଥମ ଅଧିକାର ରହିଛି । ବିକାଶର ସୁଫଳ ସମସ୍ତଙ୍କ ପାଖରେ ପହଞ୍ଚାଇବା ଏବଂ ସାଧାରଣ ଲୋକକୁ ତାର ହକ୍‌ ଦେବା ପାଇଁ ସେ କାମ କରୁଛନ୍ତି ଓ କରିଚାଲିବେ ବୋଲି କହିଥିଲେ । ଲୋକସେବା ଭବନରୁ କାର୍ଯ୍ୟକ୍ରମରେ ଯୋଗ ଦେଇ ଯୋଜନା ବୋର୍ଡର ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ସମଗ୍ର ପୁରୀ ଜିଲ୍ଲାରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ମୁଖ୍ୟମନ୍ତ୍ରୀ ନେଇଥିବା ପଦକ୍ଷେପର ଉଚ୍ଚ ପ୍ରଶଂସା କରିଥିଲେ । ଏହି ଅବସରରେ ପିପିଲି ଓ ଡେଲାଙ୍ଗ ଦୁଇଟି ସ୍ଥାନରେ ସଭାର ଆୟୋଜନ କରାଯାଇଥିଲା । ପିପିଲିଠାରେ ଆୟୋଜିତ ସଭାରେ ଉଦ୍‌ବୋଧନ ଦେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପିପିଲି ସମେତ ସମଗ୍ର ପୁରୀ ଜିଲ୍ଲାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନେଇଥିବା ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ।
ଡେଲାଙ୍ଗଠାରେ ଆୟୋଜିତ ସମାବେଶରେ ଯୋଗଦେଇ କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ପୁରୀ ଜିଲ୍ଲାର ବିକାଶରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି ବୋଲି କହିଥିଲେ । ଶ୍ରୀମନ୍ଦିରର ବିକାଶ ପୁରୀ ଜିଲ୍ଲା ପାଇଁ ଆହୁରି ଅଧିକ ପର୍ଯ୍ୟଟକ ଆକୃଷ୍ଟ କରିବ ବୋଲି ସେ କହିଥିଲେ ।ଏହି ଅବସରରେ ପିପିଲିଠାରେ ୧୭୬୧ ଜଣଙ୍କୁ ରାସନ କାର୍ଡ, ୩୦୫୯ ଜଣଙ୍କୁ ଭତ୍ତା ଏବଂ ଭିନ୍ନକ୍ଷମ ମାନଙ୍କୁ ସହାୟତା ପ୍ରଦାନ କରାଯାଇଥିଲା । ସେହିପରି ଡେଲାଙ୍ଗଠାରେ ୩୨୦ ଜଣଙ୍କୁ ରାସନ କାର୍ଡ, ୧୨୩୦ ଜଣଙ୍କୁ
ଭତା ଏବଂ ୨୦ ଜଣ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ବଂଟନ କରାଯାଇଥିଲା । ପିପିଲି ବଡକଂଟି ଗ୍ରାମର ହିତାଧିକାରୀ ପ୍ରମୋଦିନୀ ମାଝୀ ଏବଂ ଡେଲାଙ୍ଗର ପ୍ରମୋଦ ଭୋଇ ହିତାଧିକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । ପୁରୀ ଜିଲ୍ଲାପାଳ ସ୍ୱାଗତ ଭାଷଣ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୁରୀ ସାଂସଦ ପିନାକୀ ମିଶ୍ର, ବିଧାୟକ ପ୍ରଣବ ପ୍ରକାଶ ଦାସ, ପ୍ରତାପ କେଶରୀ ଦେବ, ଉମାକାନ୍ତ ସାମନ୍ତରାୟ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ପିପିଲି-ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ବିକାଶ ସମ୍ପର୍କିତ ଏକ ଭିଡିଓ ମଧ୍ୟ ପ୍ରଦର୍ଶିତ ହୋଇଥିଲା ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ରାଜଧାନୀରେ ସିରିଜ୍ ଦୁର୍ଘଟଣା, ଦୁଇ ଅଟକ

ରାଜଧାନୀରେ ସିରିଜ୍ ଦୁର୍ଘଟଣା, ଦୁଇ ଅଟକ

Read More...

ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଡିଜାଇନ୍‌କୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଡିଜାଇନ୍‌କୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page