ତିନି ଦିନ କାଳବୈଶାଖୀ

March 27, 2021, କ୍ୟାରିୟର ନିଯୁକ୍ତି, , Anupambharat News Bureau


ତିନି ଦିନ କାଳବୈଶାଖୀ
Anupambharat News Bureau
March 27, 2021


ଭୁବନେଶ୍ୱର, ୨୭ା୩(ଅନୁପମ ମିଡ଼ିଆ): ଦକ୍ଷିଣ ଛତିଶଗଡ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ତେବେ ୩୧ ତାରିଖରୁ ପୁଣି ଖରାର ପ୍ରକୋପ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିସହ ବଜ୍ରପାତ ଓ ଗ୍ରୀଷ୍ମପ୍ରବାହ ସମ୍ଭାବନା ପାଇଁ ୟେଲୋୱାର୍ଣ୍ଣିଂ ଜାରି ହୋଇଥିବା ୧୭ ଟି ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଶନିବାର ଦିନ ସାଢେ ୧ ଟାରୁ ରବିବାର ସକାଳ ୮ଟା ୩୦ ମଧ୍ୟରେ ରାଜ୍ୟର କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ , କୋରାପୁଟ, ଗଜପତି ଓ କନ୍ଧମାଳ ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହୋଇପାରେ । ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ମଧ୍ୟ ବହିପାରେ । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେହିପରି ରବିବାର ସକାଳ ୮ଟା ୩୦ ଠାରୁ ସୋମବାର ସକାଳ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା , ଜଗତସିଂହପୁର ଓ କଟକ ଏବଂ ସୋମବାର ସକାଳ ଠାରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତ ସମ୍ଭାବନା
ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ୩୧ ତାରିଖରୁ ରାଜ୍ୟକୁ ପୁରଣି ଗ୍ରୀଷ୍ମ ପ୍ରବାହ ଫେରିବ । ବିଶେଷ କରି ପଶ୍ଚିମ ଓଡିଶାରେ ଖରାର ପ୍ରକୋପ ଅଧିକ ରହିବ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ବଢ଼ିଲା ଟିକା ନେବା ତାଲିକା

ବଢ଼ିଲା ଟିକା ନେବା ତାଲିକା

Read More...

ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ : ପଶ୍ଚିମବଙ୍ଗରେ ୮୦, ଆସାମରେ ୭୩% ଭୋଟ

ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ : ପଶ୍ଚିମବଙ୍ଗରେ ୮୦, ଆସାମରେ ୭୩% ଭୋଟ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page