ତିନି ଦିନ ବର୍ଷା ସମ୍ଭାବନା

June 02, 2021, ଓଡ଼ିଶା, , Anupambharat News Bureau


ତିନି ଦିନ ବର୍ଷା ସମ୍ଭାବନା
Anupambharat News Bureau
June 02, 2021


ଭୁବନେଶ୍ୱର, ୨ା୬(ଅନୁପମ ମିଡ଼ିଆ): ଆସନ୍ତା ତିନି ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କନ୍ଧମାଳ, ଗଞ୍ଜାମ, ଗଜପତି ଓ ବୌଦ୍ଧରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼,ସମ୍ବଲପୁର ଓ ଅନୁଗୁଳର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିର୍ଂ ଜାରି କରାଯାଇଛି । ଏତଦ ବ୍ୟତୀତ ୩ରୁ ୪ ତାରିଖ ମଧ୍ୟରେ ନବରଙ୍ଗପୁର, କୋରାପୁଟ ଓ କନ୍ଧମାଳରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କୋରାପୁଟ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁରରେ କାଳବୈଶାଖୀ ଆଶଙ୍କା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୪ରୁ ୫ ତାରିଖ ମଧ୍ୟରେ ନୂଆପଡା, ବଲାଙ୍ଗୀର, ସୁବର୍ଣ୍ଣପୁର, ବରଗଡ , ସମ୍ବଲପୁର,ଝାରସୁଗୁଡା,ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ ଓ ଦେବଗଡ ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ସବୁ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ସବୁ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

Read More...

ରଘୁନାଥଙ୍କ ସ୍ଥାନରେ ଜେଠମାଲନି:  ମୋଦି ସରକାରଙ୍କ ଓଡ଼ିଆ ପ୍ରୀତିର ନମୁନା !

ରଘୁନାଥଙ୍କ ସ୍ଥାନରେ ଜେଠମାଲନି: ମୋଦି ସରକାରଙ୍କ ଓଡ଼ିଆ ପ୍ରୀତିର ନମୁନା !

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page