‘ୟାସ’ କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ

June 10, 2021, ଓଡ଼ିଶା, , Anupambharat News Bureau


‘ୟାସ’ କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ
Anupambharat News Bureau
June 10, 2021

ଭୁବନେଶ୍ୱର, ୧୦ା୬(ଅନୁପମ ମିଡ଼ିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବାତ୍ୟା ୟାସ ପ୍ରଭାବିତ ଅଞ୍ଚଳର କୃଷକଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି । ଚାଷୀଙ୍କର କ୍ଷତି ଭରଣା ପାଇଁ ମୁଖ୍ୟମନ୍ତ୍ରୀ ପ୍ୟାକେଜ ଘୋଷଣା କରି ଏହାକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ୩୩ ପ୍ରତିଶତ ବା ଅଧିକ କ୍ଷତି ହୋଇଥିବା ଫସଲ ପାଇଁ ଅଣଜଳସେଚିତ ଅଞ୍ଚଳରେ ଛୋଟ ଓ ନାମମାତ୍ର ଚାଷୀଙ୍କୁ ହେକଫର ର ପିଚ୍ଛା ୬୮୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ଦିଆଯିବ । ଜଳସେଚିତ ଅଞ୍ଚଳରେ ହେକଫର ପିଚ୍ଛା ୧୩,୫୦୦ ଟଙ୍କା ଏବଂ ସମସ୍ତ ପ୍ରକାର ସବୁଦିନିଆ ଫସଲ ପାଇଁ ହେକଫର ପିଚ୍ଛା ୧୮,୦୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ଦିଆଯିବ । ଆମ୍ବ, କାଜୁ, ନଡିଆ, କେତକୀ, ପାନ ଆଦି ଫସଲ ସବୁଦିନିଆ ଫସଲ ଶ୍ରେଣୀରେ ଅନ୍ତର୍ଭୁକ୍ତ । କେବଳ ପ୍ରକୃତ ଚାଷୀଙ୍କୁ ଏହି ସହାୟତା ପ୍ରଦାନ କରାଯିବ । ସବୁଦିନିଆ ଫସଲ ପାଇଁ ଚାଷୀଙ୍କୁ ସର୍ବନିମ୍ନ ୨୦୦୦ ଟଙ୍କା ଓ ଅନ୍ୟ ଫସଲ ପାଇଁ ସର୍ବନିମ୍ନ ୧୦୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ମିଳିବ । ପ୍ରଭାବିତ ଜିଲ୍ଲାର ଚାଷୀମାନଙ୍କୁ ୨୦୨୧ ଖରିଫ ଋତୁ ପାଇଁ ବର୍ତ୍ତମାନ ଦିଆଯାଉଥିବା ରିହାତିର ଅଧିକ ୨୫ ପ୍ରତିଶତ ରିହାତି ସହିତ ଦେଢ ଲକ୍ଷ କ ୍ୱିଣ୍ଟାଲ ଉନ୍ନତ ମାନର ପ୍ରାମାଣିକ ଧାନ ବିହନ ଯୋଗାଇ ଦିଆଯିବ । ଏହି ରିହାତି ଚାଷୀଙ୍କ ଆକାଉଣ୍ଟକୁ ଦିଆଯିବ । ସେହିପରି ଖରିଫ ଋତୁରେ ଅଧିକ ଅମଳ ପାଇଁ ଏକ ଲକ୍ଷ ଏକର ଜମି ପାଇଁ ଏକ ଲକ୍ଷ ଚାଷୀଙ୍କୁ ବିହନ ବିଶୋଧନ ପ୍ରଦର୍ଶନ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯିବ । ଖରିଫ ଋତୁରେ ଧାନ,ଝୋଟ ଓ ଡାଲିଜାତୀୟ ଫସଲ ପାଇଁ ପ୍ରଭାବିତ ଅଞ୍ଚଳରେ ୨୫ ହଜାର ଏକର ଜମିରେ ପ୍ରଦର୍ଶନ କାର୍ଯ୍ୟକ୍ରମ ଗ୍ରହଣ କରାଯିବ । ଧାଡି ବୁଣା ଓ ଧାଡି ରୁଆ ଆଦି ଉନ୍ନତ ଚାଷ ପ୍ରଣାଳୀ ଅବଲମ୍ବନ କରୁଥିବା ଚାଷୀ ମାନଙ୍କୁ ୩୬ ହଜାର ଏକର ଜମି ପାଇଁ ହେକଫର ପିଚ୍ଛା ୧୫୦୦ ଟଙ୍କା ପ୍ରୋତ୍ସାହନ ରାଶି ଦିଆଯିବ । ୬୦,୦୦୦ହେକଫର ଜମିରେ ରୋଗପୋକ ମାରିବା ପାଇଁ ଆବଶ୍ୟକତା ଭିତିରେ ଇନ୍‌ପୁଟ ସବ୍‌ସିଡି ଚାଷୀ ମାନଙ୍କ ଆକାଉଣ୍ଟକୁ ଦିଆଯିବ । ଉନ୍ନତମାନର କୃଷି ଯନ୍ତ୍ରପାତି କିଣିବାପାଇଁ ପ୍ରଭାବିତ ଜିଲ୍ଲାରେ ଚାଷୀ ମାନଙ୍କୁ ୨୦ କୋଟି ଟଙ୍କାର ରିହାତି ଡିବିଟି ଜରିଆରେ ଦିଆଯିବ । ପ୍ରଭାବିତ ଅଞ୍ଚଳରେ ଚାଷୀଙ୍କୁ ରିହାତି ଦରରେ ୨୦୦୦ ପମ୍ପସେଟ୍‌ ଓ ୩୦୦୦ ସ୍ପ୍ରେୟର ଯୋଗାଇ ଦିଆଯିବ । ପମ୍ପସେଟ୍‌ ପାଇଁ ୫୦ ପ୍ରତିଶତ ରିହାତିରେ ସର୍ବାଧିକ ୧୫,୦୦୦ ଟଙ୍କା, ପାୱାର ସ୍ପ୍ରେୟର ପାଇଁ ୫୦ ପ୍ରତିଶତ ରିହାତିରେ ସର୍ବାଧିକ ୩୮୦୦ ଟଙ୍କା ଓ ହାତରେ ଚାଲୁଥିବା ସ୍ପ୍ରେୟର ପାଇଁ ସର୍ବାଧିକ ୭୫୦ ଟଙ୍କା ରିହାତି ଦିଆଯିବ । ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ କେତେକ ସ୍ଥାନରେ ଜମିରେ ଲୁଣି ପାଣି ମାଡିଯାଇଥିବାରୁ ଚାଷୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି । ତେଣୁ ଏପରି ଜମିର ପୋଷକତତ୍ତ୍ୱର ପରିଚାଳନା ଓ ମାଟିର ମାନରେ ଉନ୍ନତି ପାଇଁ ହେକଫର ପିଚ୍ଛା ୭୫୦ ଟଙ୍କା ସହାୟତା ଦିଆଯିବ । ସମୁଦାୟ ୧୦ ହଜାର ହେକଫର ଜମି ପାଇଁ ସହାୟତା ପ୍ରଦାନ କରାଯିବ । ପାନବରଜ ଚାଷ କରୁଥିବା ୧୨୫ ଜଣ ଚାଷୀଙ୍କୁ ଜଣ ପିଚ୍ଛା ୧୫,୦୦୦ ଟଙ୍କା ପ୍ରୋତ୍ସାହନ ରାଶି ଦିଆଯିବ ।୧୦ ହଜାର କ୍ଷତିଗ୍ରସ୍ତ ଚାଷୀଙ୍କୁ ସେମାନଙ୍କ ବାଡିରେ ପରିବା ଚାଷ ପାଇଁ ଉନ୍ନତ ମାନର ଚାରା ୧୧୫ ଟଙ୍କାରେ ଯୋଗାଇ ଦିଆଯିବ । ବାତ୍ୟାରେ କ୍ଷତିଗ୍ରସ୍ତ ୫୦ଟି ଛତୁ ଚାଷ ୟୁନିଟ୍‌କୁ ୪୦,୦୦୦ ଟଙ୍କା ଲେଖାଏ ଯୋଗାଇ ଦିଆଯିବ । ଅପରପକ୍ଷରେ ଦୁଧିଆଳୀ ଗାଇ ଓ ମଇଁଷି ପାଇଁ ୩୦,୦୦୦ ଟଙ୍କା ସହାୟତା ଘୋଷଣା କରାଯାଇଥିବା ବେଳେ, ଖୀର ଦେଉ ନଥିବା ପ୍ରାଣୀ ମାନଙ୍କ ପାଇଁ ୨୫,୦୦୦ ଟଙ୍କା ସହାୟତା (ସର୍ବାଧିକ ୩ଟି ପାଇଁ) ଦିଆଯିବ । ବାତ୍ୟାରେ ଭାଙ୍ଗି ଯାଇଥିବା ଗୁହାଳର ପୁନନିର୍ମାଣ ପାଇଁ ୨୧୦୦ ଟଙ୍କା ସହାୟତା ଦିଆଯିବ । ବାତ୍ୟାରେ କ୍ଷତିଗ୍ରସ୍ତ ମତ୍ସ୍ୟ ଚାଷୀଙ୍କୁ ସେମାନଙ୍କର ଆଂଶିକ ଭାବରେ ଭାଙ୍ଗିଥିବା ଡଙ୍ଗାର ମରାମତି ପାଇଁ ୪୧୦୦ ଟଙ୍କା ଲେଖାଏ, ଆଂଶିକ ଭାବରେ କ୍ଷତିଗ୍ରସ୍ତ ମାଛଧରା ଜାଲ ମରାମତି ପାଇଁ ୨୧୦୦ ଟଙ୍କା ଲେଖାଏ, ପୁରା ଭାଙ୍ଗିଯାଇଥିବା ଡଙ୍ଗା ନିର୍ମାଣ ପାଇଁ ୯୬୦୦ ଟଙ୍କା ଲେଖାଏ ଏବଂ ପୁରା ନଷ୍ଟ ହୋଇଯାଇଥିବା ମାଛଧରା ଜାଲ କ୍ଷେତ୍ରରେ ୨୬୦୦ ଟଙ୍କା ସହାୟତା ପ୍ରଦାନ କରାଯିବ । ସୂଚନାଯୋଗ୍ୟ ଯେ,
ମଇ ୨୬ ତାରିଖ ଦିନ ବାତ୍ୟା ୟାସ ଯୋଗୁଁ ଅନେକ ଜିଲ୍ଲାରେ ଫସଲ ନଷ୍ଟ ହେବା ସହିତ ପଶୁସମ୍ପଦ, ମତ୍ସ୍ୟ, ହସ୍ତତନ୍ତ ଓ ରେଶମ ଚାଷ ଆଦି ବିଭିନ୍ନ କ୍ଷେତ୍ରରେ ବ୍ୟାପକ କ୍ଷତି ହୋଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ବର୍ଷାରେ ଭୁଶୁଡ଼ିଲା କୋଠା  :  ୧୧ ମୃତ, ୧୮ ଗୁରୁତର

ବର୍ଷାରେ ଭୁଶୁଡ଼ିଲା କୋଠା : ୧୧ ମୃତ, ୧୮ ଗୁରୁତର

Read More...

ଓଡ଼ିଶା ଛୁଇଁଲା ମୌସୁମୀ: ସାରା ରାଜ୍ୟରେ ପ୍ରବଳ ବର୍ଷିବ

ଓଡ଼ିଶା ଛୁଇଁଲା ମୌସୁମୀ: ସାରା ରାଜ୍ୟରେ ପ୍ରବଳ ବର୍ଷିବ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page