ରାଜ୍ୟରେ ପ୍ରଥମ ଡେଲ୍‌ଟା ପ୍ଲସ୍‌ ଚିହ୍ନଟ : ଦିନକରେ ୨୯୧୨ ପଜିଟିଭ, ୪୦ ମୃତ

June 25, 2021, ଓଡ଼ିଶା, , Anupambharat News Bureau


ରାଜ୍ୟରେ ପ୍ରଥମ ଡେଲ୍‌ଟା ପ୍ଲସ୍‌ ଚିହ୍ନଟ  : ଦିନକରେ ୨୯୧୨ ପଜିଟିଭ, ୪୦ ମୃତ
Anupambharat News Bureau
June 25, 2021


ଭୁବନେଶ୍ୱର,୨୫ା୬ (ଅନୁପମ ମିଡିଆ): ଡେଲ୍‌ଟା ପ୍ଲସ ଭ୍ୟାରିଏଣ୍ଟର ପ୍ରଥମ ରୋଗୀ ଓଡ଼ିଶାରେ ଚିହ୍ନଟ ହୋଇଛନ୍ତି । ନ୍ୟାସନାଲ ସେଣ୍ଟର ଫର୍‌ ଡିଜିଜ କଣ୍ଟ୍ରୋଲର ନିର୍ଦ୍ଦେଶକ ଏନେଇ ସୂଚନା ପ୍ରଦାନ କରିଛନ୍ତି । ଏପର୍ଯ୍ୟନ୍ତ ୧୧ଟି ରାଜ୍ୟରେ ଡେଲଫା ପ୍ଲସ ରୋଗୀ ଚିହ୍ନଟ ହୋଇଥିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।
ପ୍ରାପ୍ତ ସୂଚନା ଅନୁସାରେ ଓଡ଼ିଶାରେ ଦେବଗଡ଼ ଜିଲ୍ଲାରେ ଜଣେ ବ୍ୟକ୍ତି ଡେଲ୍‌ଟା ପ୍ଲସ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣଙ୍କର ଯାତ୍ରା ବିବରଣୀ ଉପରେ ଅନୁଧ୍ୟାନ କରାଯାଉଛି । ସେ କେଉଁ ରାଜ୍ୟରୁ ଆସିଥିଲେ ଅବା ଓଡ଼ିଶାରେ ଥାଇ ସଂକ୍ରମିତ ହୋଇଛନ୍ତି, ସେନେଇ ଅନୁଧ୍ୟାନ ଜାରି ରହିଛି ବୋଲି ସୂଚନା ଦିଆ ଯାଇଛି । ଡେଲ୍‌ଟା ପ୍ଲସ ଭାରିଏଣ୍ଟ ନେଇ ଡିଏମ୍‌ଇଟି ସିବିକେ ମହାନ୍ତି କହିଛନ୍ତି, ରୋଗୀଙ୍କ ପାଖକୁ ଯାଇ ଅନୁସନ୍ଧାନ କଲେ ଅଧିକ କଥା କହିହେବ । ଡେଲ୍‌ଟାର ଉପପ୍ରଜାତି ହେଉଛି ଡେଲ୍‌ଟା ପ୍ଲସ । ବର୍ତ୍ତମାନ କାଁ ଭାଁ ସ୍ଥାନରେ ଡେଲ୍‌ଟା ପ୍ଲସ ଭାରିଏଣ୍ଟ ଚିହ୍ନଟ ହେଉଛି ବୋଲି ସେ କହିଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୯୧୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୯୩୫୦୮ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮୫୬୪୯୮ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୩୩୧୫୬ ରହିଛି । ଆଜି ଚିହ୍ନଟ ହୋଇଥିବା ୨୯୧୨ ଜଣଙ୍କ ମଧ୍ୟରୁ ୧୬୭୫ ଜଣ ସଙ୍ଗରୋଧରୁ ହୋଇଥିବା ବେଳେ ୧୨୩୭ ଜଣ ସ୍ଥାନୀୟ ଲୋକ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଣ୍ଟାକଫ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୪୦୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୨୦ ଜଣ, ବରଗଡ଼ରୁ ୩୧ ଜଣ, ଭଦ୍ରକରୁ ୧୩୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୧୮, କଟକରୁ ୩୮୨ ଜଣ, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୨ ଜଣ, ଗଜପତି ଜିଲ୍ଲାରୁ ୧୩ , ଗଞ୍ଜାମରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୩୧ ଜଣ, ଯାଜପୁରରୁ ୨୯୨ ଜଣ, ଝାରସୁଗୁଡ଼ାରୁ ୧୪ ଜଣ, କଳାହାଣ୍ଡିରୁ ୩୫ ଜଣ, କନ୍ଧମାଳ ଜିଲ୍ଲାରୁ ୩୬ ଜଣ. କେନ୍ଦ୍ରାପଡ଼ାରୁ ୭୧ ଜଣ, କେନ୍ଦୁଝରରୁ ୭୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୪୦୧ ଜଣ, କୋରାପୁଟରୁ ୫୪ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୪୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୭୪ ଜଣ, ନବରଙ୍ଗପୁରରୁ ୫୦ ଜଣ, ନୟାଗଡ଼ରୁ ୧୪୦ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୬୧ ଜଣ, ରାୟଗଡ଼ାରୁ ୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୩୦ ଜଣ, ସୋନପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୭୧ ଜଣ ଓ ଷ୍ଟେଟ୍‌ ପୁଲରୁ ୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୦ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୮୦୧ ହୋଇ ଯାଇଛି ।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କଟକ ଓ ବରଗଡ ଓ ନୟାଗଡ ଜିଲ୍ଲାରେ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାରେ ୩ ଜଣ ମୃତ୍ୟୁବରଣ କରିଛନ୍ତି । ବଲାଂଗୀର, ବାଲେଶ୍ୱର, ଭଦ୍ରକ, ବୌଦ୍ଧ, ପୁରୀ, ସୁନ୍ଦରଗଡ ଜିଲ୍ଲାରେ ୨ ଜଣ ଲେଖାଏଁ ପ୍ରାଣ ହରାଇ ଥିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଗଂଜାମ ଜିଲ୍ଲାରେ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
 ସାତ ଜିଲ୍ଲାରେ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଭିତ୍ତିପ୍ରସ୍ତର ସ୍ଥାପନ :  ‘ଅଭିଜ୍ଞତା ତୃତୀୟ ଲହରର ମୁକାବିଲାରେ ସାହାଯ୍ୟ କରିବ’ ­

ସାତ ଜିଲ୍ଲାରେ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଭିତ୍ତିପ୍ରସ୍ତର ସ୍ଥାପନ : ‘ଅଭିଜ୍ଞତା ତୃତୀୟ ଲହରର ମୁକାବିଲାରେ ସାହାଯ୍ୟ କରିବ’ ­

Read More...

 ମାଟ୍ରିକ ପରୀକ୍ଷା ଫଳାଫଳ ପ୍ରକାଶିତ :  ପାସ ହାର ୯୭.୮୯ ପ୍ରତିଶତ

ମାଟ୍ରିକ ପରୀକ୍ଷା ଫଳାଫଳ ପ୍ରକାଶିତ : ପାସ ହାର ୯୭.୮୯ ପ୍ରତିଶତ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page