୨୪ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

July 19, 2021, ଓଡ଼ିଶା, , Anupambharat News Bureau


୨୪ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
Anupambharat News Bureau
July 19, 2021


ଭୁବନେଶ୍ୱର, ୧୯ା୭(ଅନୁପମ ମିଡ଼ିଆ): ଆସନ୍ତା ୨୩ ତାରିଖ ସୁଦ୍ଧା ଉତ୍ତରପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶାର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।
ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହିତ ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ,
ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଉକ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୦ରୁ ୨୧ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ,କନ୍ଧମାଳ,କଳାହାଣ୍ଡି, ନବରଙ୍ଗପୁର, ରାୟଗଡା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହା ବ୍ୟତୀତ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ପ୍ରବଳ ବର୍ଷା ସମ୍ଭାବନା ରହିଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ବିନା ଭକ୍ତରେ ବାହୁଡ଼ିଲେ ମହାବାହୁ : ସିଂହଦ୍ୱାର ସମ୍ମୁଖରେ ତିନିରଥ

ବିନା ଭକ୍ତରେ ବାହୁଡ଼ିଲେ ମହାବାହୁ : ସିଂହଦ୍ୱାର ସମ୍ମୁଖରେ ତିନିରଥ

Read More...

ଚାଷୀଙ୍କୁ ମିଳିଲା ସୁବର୍ଣ୍ଣରେଖା ପାଣି : ୧୫୩୫୯ ହେକଫର ଜମିକୁ ଜଳସେଚନର ଶୁଭାରମ୍ଭ

ଚାଷୀଙ୍କୁ ମିଳିଲା ସୁବର୍ଣ୍ଣରେଖା ପାଣି : ୧୫୩୫୯ ହେକଫର ଜମିକୁ ଜଳସେଚନର ଶୁଭାରମ୍ଭ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page