ନୂଆଖାଇରେ ଚାଷୀଙ୍କ ଖାତାକୁ ଗଲା କାଳିଆ ଟଙ୍କା

September 11, 2021, ଓଡ଼ିଶା, , Anupambharat News Bureau


ନୂଆଖାଇରେ ଚାଷୀଙ୍କ ଖାତାକୁ ଗଲା କାଳିଆ ଟଙ୍କା
Anupambharat News Bureau
September 11, 2021


ଭୁବନେଶ୍ୱର, ୧୧ା୯(ଅନୁପମ ମିଡ଼ିଆ): ନୂଆଖାଇ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାଜ୍ୟର ୩୭,୧୨,୯୧୪ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରଙ୍କୁ ରବି ଫସଲ ପାଇଁ କାଳିଆ ଯୋଜନାରେ ୭୪୨.୫୮ କୋଟି ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨୦୦୦ ଟଙ୍କା ଲେଖାଏଁ ଜମା କରାଯାଇଛି ।
ଚାଷୀର ସମସ୍ୟାକୁ କେବେ ଅଣଦେଖା କରାଯାଇପାରିବ ନାହିଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାର ସମ୍ପର୍କରେ ଦେଖା ଦେଇଥିବା ଅସୁବିଧାର ସମାଧାନ ପାଇଁ ସେ ନିଜେ କେନ୍ଦ୍ର ସରକାରଙ୍କ ସହ ଯୋଗାଯୋଗରେ ରହିଛନ୍ତି । ଏମଏସପି ଓ ଫସଲ ବୀମା ସମ୍ପର୍କରେ ମଧ୍ୟ ବାରମ୍ବାର କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଉଛି ବୋଲି ସେ କହିଛନ୍ତି ।
ସରକାର ସବୁବେଳେ ଚାଷୀ ମାନଙ୍କ ସାଥିରେ ଅଛନ୍ତି । ଅଗଷ୍ଟରେ କମ୍‌ ବର୍ଷା ହୋଇଛି । ତେବେ ବର୍ତ୍ତମାନ ଭଲ ବର୍ଷା ହେଉଥିବାରୁ ଆଗକୁ ସ୍ଥିତିରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ପରିସ୍ଥିତି ଉପରେ ସରକାର ନଜର ରଖିଛନ୍ତି । କୃଷି ବିଭାଗର କ୍ଷେତ୍ର ଅଧିକାରୀଙ୍କୁ ଚାଷୀ ମାନଙ୍କ ସହ ସବୁବେଳେ ସମ୍ପର୍କରେ ରହି ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । କୃଷି ବିଭାଗର ପରାମର୍ଶ ଅନୁଯାୟୀ ଚାଷୀ ଭାଇମାନେ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଚାଷୀଙ୍କୁ ନୂଆଖାଇ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ନୂଆଖାଇ ହେଉଛି ମାଟି ମା ର ପର୍ବ । ଆଉ କୃଷକ ମାନେ ହେଉଛନ୍ତି ମାଟି ମା ର ସବୁଠାରୁ ବଡ ପୂଜାରୀ । ଏଭଳି ପବିତ୍ର ଦିନରେ ଚାଷୀଙ୍କୁ ସହାୟତା ପ୍ରଦାନ କରାଯାଉଥିବାରୁ ସେ ଖୁସି ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ କାଳିଆ ଯୋଜନା ଚାଷୀର କଲ୍ୟାଣ ପାଇଁ ସାରା ଦେଶରେ ସବୁଠାରୁ ଭଲ ଯୋଜନା । ଭୂମିହୀନ ଚାଷୀ ମାନଙ୍କୁ ସହାୟତା ଦେବାରେ ଓଡିଶା ହେଉଛି ଦେଶର ଏକମାତ୍ର ରାଜ୍ୟ । ଲକ୍ଷ ଲକ୍ଷ ଛୋଟ ଚାଷୀ କାଳିଆ ଯୋଜନାରେ ସବୁଠାରୁ ଅଧିକ ଉପକାର ପାଉଛନ୍ତି । କୋଭିଡ ମହାମାରୀ ଆରମ୍ଭ ହେବା ଠାରୁ ରାଜ୍ୟ ସରକାର ଏହି ଯୋଜନାରେ ଚାଷୀ ମାନଙ୍କୁ ୩୨୦୦ କୋଟି ଟଙ୍କାରୁ ଅଧିକ ସହାୟତା ପ୍ରଦାନ କରିସାରିଲେଣି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ନୟାଗଡ଼ରୁ
କାର୍ଯ୍ୟକ୍ରମରେ
ଯୋଗ ଦେଇ କୃଷି ମନ୍ତ୍ରୀ ଅରୁଣ ସାହୁ କହିଥିଲେ ସରକାରଙ୍କ ବିଭିନ୍ନ କୃଷି ବିକାଶ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିବା ସହ କାଳିଆ କାର୍ଯ୍ୟକ୍ରମ ଚାଷୀ କୁଳ ପାଇଁ ସାହାରା ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କୃଷି ସଚିବ ଏସ୍‌ କେ ବଶିଷ୍ଠ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ବିଭାଗୀୟ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
 ଟିକାକରଣ ପରେ ବି ୨୦% ଲୋକଙ୍କ ଆଣ୍ଟିବଡି ହେଉନି : ରାଜ୍ୟରେ ଡ଼େଲଫା ଭାରିଏଣ୍ଟ ସକ୍ରିୟ

ଟିକାକରଣ ପରେ ବି ୨୦% ଲୋକଙ୍କ ଆଣ୍ଟିବଡି ହେଉନି : ରାଜ୍ୟରେ ଡ଼େଲଫା ଭାରିଏଣ୍ଟ ସକ୍ରିୟ

Read More...

ଜାତୀୟ ଶିକ୍ଷକ ପୁରସ୍କାର ସମାରୋହ

ଜାତୀୟ ଶିକ୍ଷକ ପୁରସ୍କାର ସମାରୋହ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page