ଶିକ୍ଷା ହେଉଛି ରୂପାନ୍ତରର ପ୍ରଥମ ପାହାଚ

November 14, 2021, ଓଡ଼ିଶା, , Anupambharat News Bureau


ଶିକ୍ଷା ହେଉଛି ରୂପାନ୍ତରର ପ୍ରଥମ ପାହାଚ
Anupambharat News Bureau
November 14, 2021


ଭୁବନେଶ୍ୱର, ୧୪ା୧୧(ଅନୁପମ ମିଡ଼ିଆ): ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ । ୫-ଟି ସ୍କୁଲ ଟ୍ରାନ୍ସଫରମେସନ୍‌ କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି । ସାତ ଦିନର ଏହି କାର୍ଯ୍ୟକ୍ରମରେ ଆଜି ଦ୍ୱିତୀୟ ଦିନ ଶିଶୁ ଦିବସରେ ବୌଦ୍ଧ, ସୋନପୁର, ଭଦ୍ରକ ଓ କେନ୍ଦୁଝର ଆଦି ୪ଟି ଜିଲ୍ଲାର ୧୩୮ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଲୋକାର୍ପିତ କରିଛନ୍ତି ।
କେବଳ କେନ୍ଦୁଝରରେ ଶହେ ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଛି । ପ୍ରଥମ ଦିନରେ ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଥିଲା । ଆଜି ସୁଦ୍ଧା ୩୩୦ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ଏଥିରେ ହିଞ୍ଜିଳି ଓ ଶେରଗଡର ୫୦ଟି ସ୍କୁଲ ମଧ୍ୟ ସାମିଲ । ଆଜି ଲୋକାର୍ପିତ ହୋଇଥିବା ୧୩୮ଟି ସ୍କୁଲ ମଧ୍ୟରୁ ବୌଦର୧୦ଟି, ସୋନପୁର .୧୧ଟି, ଭଦ୍ରକର ୧୭.ଟି, ଓ କେନ୍ଦୁଝରର..୧୦୦ଟି ସ୍କୁଲ ରହିଛି ।
ଏହି ଅବସରରେ ଶିଶୁ ଦିବସ ପାଇଁ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ କହିଥିଲେ ଯେ ଶିକ୍ଷା ବିକାଶ କ୍ଷେତ୍ରରେ ରାଜ୍ୟରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି । ଶିକ୍ଷା ହେଉଛି ରୂପାନ୍ତରର ପ୍ରଥମ ପାହାଚ । ଶିକ୍ଷା ଭିତ୍ତିଭୂମିର ରୂପାନ୍ତର ପିଲାମାନଙ୍କ ମନରେ ଅଶେଷ ପ୍ରେରଣା ଓ ଉତ୍ସାହ ଭରି ଦେଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ପ୍ରଥମ ପର୍ଯ୍ୟାୟରେ ୨୪ ନଭେମ୍ବର ସୁଦ୍ଧା ରାଜ୍ୟର ୧୦୭୫ଟି ସ୍କୁଲ ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଂଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।
ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ୱାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ । ଏହି କାର୍ଯ୍ୟକ୍ରମରେ ୪ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ । ୟସ୍ମିନ ରଣା ,ତୁଳସୀ ସାହୁ ଉତ୍ପଳିକା ପଲାଇ ଓ ଲୋପାମୁଦ୍ରା ମହାନ୍ତ ପ୍ରମୁଖ ଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ଆଗ ଅପେକ୍ଷା ସ୍କୁଲ ବହୁତ ଭଲ ଲାଗୁଛି । ଆମ ସ୍କୁଲ ସବୁଠୁ ଭଲ ବୋଲି ସମସ୍ତେ ଉତ୍ସାହର ସହ କହିଥିଲେ ଏବଂ ସୋମାନଙ୍କ ଜୀବନର ଲକ୍ଷ୍ୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ କହିଥିଲେ । କାର୍ଯ୍ୟକ୍ରମରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ , ପ୍ରେମାନନ୍ଦ ନାୟକ , ବିଧାୟକ ପ୍ରଦୀପ ଅମାତ୍‌ ଓ ବ୍ୟୋମକେଶ ରାୟ ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ ।
କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସମ୍ପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ ପରିଚାଳନା କରିଥିଲେ । ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ସୁସ୍ମିତା ବାଗଚୀ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଅଷ୍ଟ୍ରେଲିଆ ବିଶ୍ୱବିଜେତା

ଅଷ୍ଟ୍ରେଲିଆ ବିଶ୍ୱବିଜେତା

Read More...

ପ୍ରଥମ ଓଡ଼ିଆ:  ପ୍ରମୋଦଙ୍କୁ  ଖେଳରତ୍ନ

ପ୍ରଥମ ଓଡ଼ିଆ: ପ୍ରମୋଦଙ୍କୁ ଖେଳରତ୍ନ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page