ଶିକ୍ଷାନୁଷ୍ଠାନରେ ଦିଆଯିବ କରୋନା ଟିକା

July 14, 2022, ଓଡ଼ିଶା, , Anupambharat News Bureau


ଶିକ୍ଷାନୁଷ୍ଠାନରେ ଦିଆଯିବ କରୋନା ଟିକା
Anupambharat News Bureau
July 14, 2022


ଭୁବନେଶ୍ୱର ,୧୪ ।୭ (ଅନୁପମ ମିଡିଆ): ଆସନ୍ତାକାଲିଠାରୁ ୧୮-୫୯ ବର୍ଷ ଲୋକଙ୍କ ପାଇଁ ମାଗଣା ବୁଷ୍ଟର ଡୋଜ୍‌ ଅଭିଯାନ ଆରମ୍ଭ ହେବ । ଏହି ପରିପ୍ରେକ୍ଷୀରେ ବିଭିନ୍ନ ଇଞ୍ଜିନିଅରିଂ କଲେଜ, ଛାତ୍ରାବାସ, ଉଚ୍ଚଶିକ୍ଷାନୁଷ୍ଠାନ ଆଦିରେ ଟିକାଦିଆଯିବାକୁ ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି । ଗୁରୁବାର ଦିନ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ହୋଇଛି ।
ଜିଲ୍ଲାୱାରୀ ସ୍ଥିତିର ସମୀକ୍ଷା କରି ମୁଖ୍ୟ ଶାସନ ସଚିବ ୧୮-୫୯ ବର୍ଷ ଲୋକଙ୍କ ପାଇଁ ଟିକାକରଣ ଅଭିଯାନ ଆରମ୍ଭ କରିବା, ଦୈନିକ କୋଭିଡ଼୍‌ ପରୀକ୍ଷା ସଂଖ୍ୟା ବଢ଼ାଇବା , କଲ୍‌ ସେଂଟରକୁ ୨୪ ଘଣ୍ଟିଆ କାର୍ଯ୍ୟକ୍ଷମ କରାଇବା ଏବଂ ଜନସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ସେହିପରି ବିଭିନ୍ନ ଇଞ୍ଜିନିଅରିଂ କଲେଜ, ଛାତ୍ରାବାସ, ଉଚ୍ଚଶିକ୍ଷାନୁଷ୍ଠାନ ଆଦିରେ ଛାତ୍ରଛାତ୍ରୀମାନଙ୍କର ଟିକାକରଣ ସହ ସହରାଞ୍ଚଳମାନଙ୍କରେ ୧୮ ରୁ ୫୯ ବର୍ଷ ଲୋକଙ୍କ ପାଇଁ ବ୍ୟାପକ ଟିକାକରଣ ଅଭିଯାନ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ସହରାଞ୍ଚଳରେ ପ୍ରତି ୱାର୍ଡ ଏବଂ ଗ୍ରାମାଂଚଳରେ ଗ୍ରାମ ଓ ପଂଚାୟତୱାରୀ ଟିକାକରଣ କାର୍ଯ୍ୟଯୋଜନା କାର୍ଯ୍ୟାନ୍ୱୟନ ପାଇଁ ସ୍ୱାସ୍ଥ୍ୟ ବିଭାଗ ପ୍ରମୁଖ ସଚିବ ନିକୁଂଜ ଧଳ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ସ୍ୱାସ୍ଥ୍ୟକର୍ମୀ, ଅଙ୍ଗନବାଡି କର୍ମୀ, ଜନ ପ୍ରତିନିଧି, ସେଚ୍ଛାସେବୀ ଅନୁଷ୍ଠାନ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠିମାନଙ୍କୁ ସାମିଲ କରିବାକୁ ଉନ୍ନୟନ କମିଶନର ପ୍ରଦୀପ କୁମାର
ଜେନା ନିର୍ଦ୍ଦେଶ ଦେଇଥିଲେ ।
ମାସ୍କ ପରିଧାନ, ପରସ୍ପରଠାରୁ ଶାରିରୀକ ଦୁରତା, ଭିଡ଼୍‌ ମଧ୍ୟକୁ ନଯିବା, ଅଯଥା ଗହଳି ସୃଷ୍ଟି ନକରିବା ଆଦି ବିଷୟରେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । ଟିକାକରଣ କେନ୍ଦ୍ରର ଅବସ୍ଥିତି ଓ ସମୟ, କଲ ସେଂଟର ଓ ସହାୟତା କେନ୍ଦ୍ରର ନମ୍ବର ଏବଂ କୋଭିଡ଼୍‌ ଚିକିତ୍ସା ସୁବିଧା ବିଷୟରେ ଲୋକମାନଙ୍କୁ ସଠିକ୍‌ ସୂଚନାପ୍ରଦାନ ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଥିଲେ ।
ଏହି ଅବସରରେ ମୁଖ୍ୟ ଶାସନ ସଚିବ କହିଥିଲେ ଯେ ବର୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ୍‌ ସ୍ଥିତି ପୂର୍ଣ୍ଣ ନିୟନ୍ତ୍ରଣାଧିନ ଅଛି । ତେବେ ସହରା*ଳମାନଙ୍କରେ ସଂକ୍ରମଣ ସଂଖ୍ୟା ବଢ଼ୁଥିବାରୁ ଟିକାକରଣ, ଜାଗରୁକତା, ସଚେତନତା ଏବଂ ସଠିକ୍‌ ସୂଚନା ପ୍ରସାରଣ ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଆରୋପ କରିଛନ୍ତି ।
ର୍ବମାନ ରାଜ୍ୟରେ ସମୁଦାୟ ୪୨୬୨ ଆକଫିଭ୍‌ କୋଭିଡ଼୍‌ କେସ୍‌ ଅଛି । ସଂକ୍ରମିତମାନେ ମୁଖ୍ୟତଃ ହୋମ୍‌ ଆଇସୋଲେସନ୍‌ରେ ଅଛନ୍ତି । ବର୍ତମାନ ସୁଦ୍ଧା ୩୯ ଜଣ ଚିକିତ୍ସା ପାଇଁ ହସ୍ପିଟାଲରେ ଅଛନ୍ତି । ଜୁଲାଇ ୧୫ ତାରିଖରୁ ୧୮ ରୁ ୫୯ ବର୍ଷ ବୟସ୍କ ନିମନ୍ତେ ମାଗଣା ବୁଷ୍ଟର ଡ଼ୋଜ୍‌ ନିମନ୍ତେ ପ୍ରଶାସନିକ ପ୍ରସ୍ତୁତି କରାଯାଉଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ବିଧାନସଭାରେ ଉଠିଲା ସୀମା ସୁରକ୍ଷା ପ୍ରସଙ୍ଗ :  ସରକାର ଓଡିଶାର ସୀମାକୁ ନେଇ ସମ୍ବେଦନଶୀଳ ନାହାନ୍ତି : ବିଷ୍ଣୁ ସେଠୀ

ବିଧାନସଭାରେ ଉଠିଲା ସୀମା ସୁରକ୍ଷା ପ୍ରସଙ୍ଗ : ସରକାର ଓଡିଶାର ସୀମାକୁ ନେଇ ସମ୍ବେଦନଶୀଳ ନାହାନ୍ତି : ବିଷ୍ଣୁ ସେଠୀ

Read More...

କାନ୍ଥ ଭୁଶୁଡ଼ି ମା’ ଝିଅ ମୃତ

କାନ୍ଥ ଭୁଶୁଡ଼ି ମା’ ଝିଅ ମୃତ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page