ଅବପାତର ରୂପ ନେଉଛି ଲଘୁଚାପ

August 13, 2022, ଓଡ଼ିଶା, , Anupambharat News Bureau


ଅବପାତର ରୂପ ନେଉଛି ଲଘୁଚାପ
Anupambharat News Bureau
August 13, 2022



ଭୁବନେଶ୍ୱର, ୧୩ା୮(ଅନୁପମ ମିଡ଼ିଆ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଘନିଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ । ଅବପାତ ପରେ ଏହା ଛତିଶଗଡ଼ ମୁହାଁ ହେବ । ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଲଘୁଚାପ ପ୍ରଭାବରେ ୧୩ରେ ଉପକୂଳ ଓଡିଶା ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ, ୧୪ରେ ଆଭ୍ୟନ୍ତରୀଣ ସହ ପଶ୍ଚିମ ଓଡିଶା ପ୍ରଭାବିତ ହେବା ସମ୍ଭାବନା ରହିଛି ।
ସେହିପରି ଓଡିଶା ଉପକୂଳ ଏବଂ ତାର ଆଖ-ପାଖ ଅଞ୍ଚଳରେ ଝଡ ପବନ ଘଣ୍ଟା ପ୍ରତି ୪୫ ରୁ ୫୫ କିମି ସହ ସର୍ବାଧିକ ୬୫ କିମି ଯାଏଁ ରହିବ । ଏଥିସହ ସମୁଦ୍ର ଅତ୍ୟଧିକ ଅଶାନ୍ତ ରହୁଥିବାରୁ, ମତ୍ସ୍ୟଜୀବୀଙ୍କୁ ୧୫ ଯାଏଁ ଏହା ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଅତିପ୍ରବଳ ତଥା ଅତ୍ୟନ୍ତ ପ୍ରବଳ ବର୍ଷା ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମିବା ସହ, ସହରୀ ବନ୍ୟା ପରିସ୍ଥିତି ଉପୁଜିବା ତଥା ଅଣ୍ଡର-ପାସ ରୋଡ଼ ରେ ପାଣି ଜମିବା ସହ, ପାହାଡିଆ ଅଞ୍ଚଳରେ ଭୂÕଳନ ହୋଇପାରେ ।
ପାଣିିପାଗ ବିଭାଗ ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଭୀଷଣ ବର୍ଷା ସମ୍ଭାବନା ଥିବାରୁ ଉପକୂଳ ଓଡିଶାର ୭ ଜିଲ୍ଲାକୁ ରେଡ ଆଲର୍ଟ କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଢେଙ୍କାନାଳ , ଯାଜପୁର ଏବଂ ଭଦ୍ରକ ସାମିଲ ରହିଛି । ଏହି ସମୟ ମଧ୍ୟରେ ରାଜ୍ୟର ୧୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି,, ବାଲେଶ୍ୱର, ମୟୂରଭଞ୍ଜ , କେନ୍ଦୁଝର , ଅନୁଗୁଳ,ସମ୍ବଲପୁର,ସୋନପୁର, ବରଗଡ, ବୌଦ୍ଧ,କଳାହାଣ୍ଡି, କନ୍ଧମାଳ ଏବଂ ରାୟଗଡା । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ନୂଆପଡା, ବଲାଙ୍ଗୀର, ନବରଙ୍ଗପୁର, ମାଲକାନଗିରି ଓ ୋକାରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିବିଭାଗ ।
ଅନ୍ୟପକ୍ଷରେ ୧୩ରୁ ୧୪ ତାରିଖ ମଧ୍ୟରେ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ପାଇଁ ୧୦ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି । ନୂଆପଡା, କଳାହାଣ୍ଡି, ବଲାଙ୍ଗୀର, ବରଗଡ, ସୋନପୁର, ବୌଦ୍ଧ, ଝାରସୁଗୁଡା, ସମ୍ବଲପୁର, ଦେବଗଡ ଏବଂ ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୧୧ ଜିଲ୍ଲାକୁ ଅରେଞ୍ଜ ଏବଂ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ବିପଦ ସଙ୍କେତ ଉପରେ ବୈତରଣୀ

ବିପଦ ସଙ୍କେତ ଉପରେ ବୈତରଣୀ

Read More...

ବ୍ରିଟେନରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ

ବ୍ରିଟେନରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page