ଜିରୋ କାଜୁଆଲଟି ଉପରେ ଗୁରୁତ୍ୱ

August 16, 2022, ଓଡ଼ିଶା, , Anupambharat News Bureau


ଜିରୋ କାଜୁଆଲଟି ଉପରେ ଗୁରୁତ୍ୱ
Anupambharat News Bureau
August 16, 2022


ସବୁ ପ୍ରକାର ବିପର୍ଯ୍ୟୟରେ ଆମର ନୀତି ହେଉଛି ‘ସବୁ ଜୀବନ ମୂଲ୍ୟବାନ’ । ତେଣୁ ଯେପରି କୌଣସି ଗୋଟିଏ ବି ଜୀବନ ହାନୀ ନ ହୁଏ, ଏବଂ ସାଧାରଣ ଜୀବନଯାତ୍ରାରେ କୌଣସି ବ୍ୟାପକ ଅସୁବିଧା ସୃଷ୍ଟି ନ ହୁଏ, ତାକୁ ସୁନିଶ୍ଚିତ କର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କରି ଅଧିକାରୀ ମାନଙ୍କୁ ଏହି ମର୍ମରେ ନିର୍ଦ୍ଦେଶ ଦେଇଛନ୍ତି ।
ପରିସ୍ଥିତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଓ ସ୍ୱତନ୍ତ୍ର ରିଲିଫ କମିଶନର ନିୟମିତ ଭାବେ ସମୀକ୍ଷା କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ କ୍ରମାଗତ ଭାବେ ବର୍ଷା ଲାଗି ରହିଥିବାରୁ ମହାନଦୀ ଅବବାହିକା ଅଞ୍ଚଳର ୧୦ଟି ଜିଲ୍ଲାରେ ବନ୍ୟା ହେବାର ସମ୍ଭାବନା ଦେଖାଦେଇଛି । ତେଣୁ ଏହି ୧୦ଟି ଜିଲ୍ଲାର ଜିଲ୍ଲାପାଳ ମାନେ ସତର୍କ ରହିବା ସହିତ ବନ୍ୟା ପରିସ୍ଥିତିକୁ ରୋକିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଥିଲେ ।
ବିପଦସଙ୍କୁଳ ଅଞ୍ଚଳରେ ଥିବା ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିିରେ ସ୍ଥାନାନ୍ତର କରି ସେମାନଙ୍କୁ ଆବଶ୍ୟକ ରିଲିଫ ଓ ମୌଳିକ ସୁବିଧା ଯୋଗାଇ ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟସ୍ତରରେ ସମ୍ପୃକ୍ତ ବିଭାଗମାନେ ଜିଲ୍ଲାଗୁଡିକୁ ସମସ୍ତ ପ୍ରକାର ସାହାଯ୍ୟ ତୁରନ୍ତ ଯୋଗାଇ ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।
ବିଭିନ୍ନ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦେଇ ଏନଡିଆରଏଫ, ଓଡ୍ରାଫ ଫାୟାର ସର୍ଭିସ ୟୁନିଟ ଗୁଡିକୁ ବିଭିନ୍ନ ବିପଦସଙ୍କୁୁଳ ସ୍ଥାନଗୁଡିକରେ ସଜାଗ ରଖି ଆବଶ୍ୟକସ୍ଥଳେ ଲୋକଙ୍କ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ରାସ୍ତାଘାଟର କ୍ଷତି ହୋଇ ଯଦି ଯୋଗାଯୋଗ ବ୍ୟବସ୍ଥା ବ୍ୟାହତ ହୁଏ, ତେବେ ଇଞ୍ଜିନିୟରିଂ ବିଭାଗ ଗୁଡିକ ସେଗୁଡିକର ତୁରନ୍ତ ମରାମତି ପାଇଁ ଆଗୁଆ ବ୍ୟବସ୍ଥା କରିବା ଆବଶ୍ୟକ । ସେହିପରି ଶକ୍ତି ବିଭାଗ ମଧ୍ୟ ବିଦ୍ୟାତ ଯୋଗାଯୋଗ ବ୍ୟାହତ କ୍ଷେତ୍ରରେ ତୁରନ୍ତ ପୁନଃ ସଂଯୋଗ ପାଇଁ ଆଗୁଆ ବ୍ୟବସ୍ଥା କରିବାକୁ ସେ ପରାମର୍ଶ ଦେଇଛନ୍ତି ।
ବୈଠକରେ ସ୍ୱତନ୍ତ୍ର ରିଲିଫ କମିଶନର ପିକେ ଜେନା ପରିସ୍ଥିତି, ପ୍ରସ୍ତୁତି ଓ ପଦକ୍ଷେପ ସମ୍ପର୍କରେ ଉପସ୍ଥାପନା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ ସମ୍ବଲପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ସିଏମସି କମିଶନର ଙ୍କ ସହିତ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ । ବର୍ତ୍ତମାନ ସୁଦ୍ଧା ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ଏବଂ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ଭାବରେ ସଜାଗ ରହି ପରିସ୍ଥିତି ଉପରେ ନଜର ରଖିଛି । କେତେକ ସ୍ଥାନରେ ଲୋକଙ୍କୁ ସ୍ଥାନାନ୍ତରିତ ମଧ୍ୟ କରାଯାଉଛି ବୋଲି ଜିଲ୍ଲାପାଳମାନେ ସୂଚନା ଦେଇଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଓ ସଚିବ ଏବଂ ଜିଲ୍ଲାପାଳମାନେ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
୧୯ରେ ପୁଣି ଲଘୁଚାପ

୧୯ରେ ପୁଣି ଲଘୁଚାପ

Read More...

 ବର୍ଷା ଓ ବନ୍ୟା ନେଇ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ବର୍ଷା ଓ ବନ୍ୟା ନେଇ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page