ଆଜିଠୁ ଗଞ୍ଜାମରେ ପ୍ଲାଜମା ଥେରାପି

July 20, 2020, ଓଡ଼ିଶା, , Anupambharat News Bureau


 ଆଜିଠୁ ଗଞ୍ଜାମରେ ପ୍ଲାଜମା ଥେରାପି
Anupambharat News Bureau
July 20, 2020

ଭୁବନେଶ୍ୱର,୨୦ା୭(ଅନୁପମ ମିଡ଼ିଆ): ଆସନ୍ତାକାଲିଠାରୁ ଗଞ୍ଜାମ ଜିଲ୍ଲାର ଶୀତଳାପଲ୍ଲୀସ୍ଥିତ ଟାଟା କୋଭିଡ ହସ୍ପିଟାଲରେ ପ୍ଲାଜ୍‌ମା ଥେରାପି ଆରମ୍ଭ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଗଞ୍ଜାମ ଜିଲ୍ଲାର କୋଭିଡ ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରି ରଣନୀତିକୁ ସୁଦୃଢ କରିବା ପାଇଁ ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ଏହାଦ୍ୱାରା ଗଞ୍ଜାମ ଓ ଆଖପାଖ ଜିଲ୍ଲାର ଗୁରୁତର କୋଭିଡ ରୋଗୀମାନେ ପ୍ଲାଜ୍‌ମା ଥେରାପି ସୁବିଧା ପାଇପାରିବେ ଏବଂ କୋଭିଡ ମୃତୁ୍ୟ ସଂଖ୍ୟା ହ ୍ରାସ ପାଇବ ବୋଲି ଆଶା କରାଯାଉଛି । ସେହିପରି ଗଞ୍ଜାମ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ।
ଏହା ବ୍ୟତୀତ ବ୍ରହ୍ମପୁରର ଅମିତ ହସ୍ପିିଟାଲରେ ୧୬ଟି ଆଇସିୟୁ ବେଡ୍‌ ସହିତ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ପ୍ରତିଷ୍ଠା କରାଯିବ । ଏହାକୁ କଟକର ଅଶ୍ୱିନୀ ହସ୍ପିଟାଲ ପରିଚାଳନା କରିବ । ଏଥିପାଇଁ ଆଜି ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବଂ ଅଶ୍ୱିନୀ ହସ୍‌ପିଟାଲ ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ ହୋଇଛି ।
ସୂଚନାଯୋଗ୍ୟ ଯେ, ଭୁବନେଶ୍ୱରର ସମ୍‌ କୋଭିଡ ହସ୍ପିଟାଲ ଓ କଟକର ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଗତ ୧୮ ତାରିଖ ଠାରୁ ପ୍ଲାଜ୍‌ମା ଥେରାପି ଆରମ୍ଭ ହୋଇଛି ଏବଂ ଏହା ସୁଫଳ ମଧ୍ୟ ଦେଇଛି । ସମୁଦାୟ ୬ ଜଣ ରୋଗୀଙ୍କ ମଧ୍ୟରୁ ୪ ଜଣ ସୁସ୍ଥ ହୋଇଛନ୍ତି ଓ ଅନ୍ୟ ଦୁଇ ଜଣଙ୍କ ଅବସ୍ଥା ସ୍ଥିର ଅଛି ।
ସେହିପରି ଗଞ୍ଜାମରେ କୋଭିଡ ମୁକାବିଲାକୁ ଆହୁରି ସୁଦୃଢ କରିବା ପାଇଁ ୨ ଜଣ ଆଇଏଏସ୍‌ ଅଫିସର, ୨୫ ଜଣ ଓଏଏସ୍‌ ଅଫିସର, ୧୦୫ ଜଣ ଓଆରଏସ୍‌ ଅଫିସର, ୩୦ ଜଣ ଏମବିବିଏସ୍‌ ଡାକ୍ତର, ୧୦୦ ଜଣ ଆୟୁଷ ଡାକ୍ତର ଏବଂ ୨୭ ଜଣ ଲାବୋରେଟୋରୀ ଟେକ୍‌ନିସିଆନଙ୍କୁ ନିୟୋଜିତ କରାଯାଇଛି । ଏହାସହିତ ୩ ଜଣ ଡିଏସ୍‌ପିଙ୍କ ସମେତ ବିଭିନ୍ନ ପାହ୍ୟାର ଅଫିସର ଏବଂ ୧୦ ପ୍ଲାଟୁନ ପୋଲିସ ମଧ୍ୟ ପଠାଯିବା ପାଇଁ ନିଷ୍ପତ୍ତି ହୋଇଛି । ଗଞ୍ଜାମ ଜିଲ୍ଲାରେ ଆମ୍ବୁଲାନ୍‌ସ ସେବାକୁ ଆହୁରି ଦକ୍ଷ ଓ ସୁଦୃଢ କରାଯାଇ ରୋଗୀ ମାନଙ୍କୁ ଯେପରି ଠିକ୍‌ ସମୟରେ ସେବା ଯୋଗାଇ ଦେଇପାରିବେ, ତାକୁ ସୁନିଶ୍ଚିତ କରାଯିବ । ଆବଶ୍ୟକତା ଅନୁଯାୟୀ ୧୦୦ଟି ଆମ୍ବୁଲାନ୍‌ସ ନିୟୋଜିତ କରିବା ପାଇଁ ଜିଲ୍ଲାପାଳଙ୍କୁ କ୍ଷମତା ଦିଆଗଲା । କୋଭିଡ ସମୟରେ ଲୋକଙ୍କ ମାନସିକ ସ୍ୱାସ୍ଥ୍ୟ ଉପରେ ସ୍ୱତନ୍ତ୍ର ଫୋକ୍‌ସ କରାଯାଇ କାଉନସେଲିଂ ପାଇଁ ପ୍ରଫେସନାଲ୍‌ମାନଙ୍କୁ ଦାୟିତ୍ୱ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହି ସମୀକ୍ଷା ବୈଠକରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ମଧ୍ୟ ଭିଡିଓ କନ୍‌ଫରେନ୍ସିଂରେ ଯୋଗ ଦେଇ ସୁଚିନ୍ତିତ ମତାମତ ଦେଇଥିଲେ ।
ବାଚସ୍ପତି ପାତ୍ର ସହରାଞ୍ଚଳ ଓ ଅର୍ଦ୍ଧ ସହରାଞ୍ଚଳ ଉପରେ ଅଧିକ ଫୋକ୍‌ସ କରିବା ପାଇଁ ପରାମର୍ଶ ଦେଇଥିଲେ । ଗ୍ରାମାଞ୍ଚଳରେ ଯେଉଁ ମାନଙ୍କର ସୁବିଧା ଅଛି, ସେମାନଙ୍କ ପାଇଁ ହୋମ୍‌ ଆଇସୋଲେସନ୍‌ର ସୁବିଧା କରିବା ପାଇଁ ମନ୍ତ୍ରୀ ଆରୁଖ ପରାମର୍ଶ ଦେଇଥିଲେ । ପ୍ରାରମ୍ଭରେ ଗଞ୍ଜାମ ଜିଲ୍ଲାପାଳ କୋଭିଡ ନିୟନ୍ତ୍ରଣ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ପୋଲିସ ମହାନିର୍ଦ୍ଦେଶକ, ଉନ୍ନୟନ କମିଶନର, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ କମିଶନର ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରକାଶଥାଉି ରାଜ୍ୟର ଅନ୍ୟ ଜିଲ୍ଲା ଅପେକ୍ଷା ଗଞ୍ଜାମ ଜିଲ୍ଲାରେ କରୋନା ପ୍ରକୋପ ଦିନକୁ ଦିନ ଅଧିକ ହେବାରେ ଲାଗିଛି । ଫଳରେ ଜିଲ୍ଲାରେ କରୋନା ପ୍ରଭାବକୁ ରୋକିବା ଲାଗି ବହୁ ପଦକ୍ଷେପ ଗ୍ରହଣ କରାଯାଉଥିଲେ ସୁଦ୍ଧା କିଛି ସୁଫଳ ମିଳିନଥିବା ଜଣାପଡ଼ିଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆରପାରିରେ ବିଜୟ

ଆରପାରିରେ ବିଜୟ

Read More...

ପୋଲିସ୍‌ କର୍ମଚାରୀ ଫିଟ୍‌ ନରହିଲେ ଅବସର

ପୋଲିସ୍‌ କର୍ମଚାରୀ ଫିଟ୍‌ ନରହିଲେ ଅବସର

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page