୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା

July 28, 2020, ଓଡ଼ିଶା, , Anupambharat News Bureau


୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା
Anupambharat News Bureau
July 28, 2020

ଭୁବନେଶ୍ୱର, ୨୮ା୭(ଅନୁପମ ମିଡ଼ିଆ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏଥିନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୬ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କୋରାପୁଟ, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ , ଅନୁଗୁଳ , ଦେବଗଡ, ସୁନ୍ଦରଗଡ, କେନ୍ଦୁଝର ଓ ମୟୁରଭଂଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।
ସେହିପରି କୋରାପୁଟ, ନବରଙ୍ଗପୁର , କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ,ବୌଦ୍ଧ , ନୟାଗଡ, ଖୋର୍ଦ୍ଧା, ଅନୁଗୁଳ ,ଢେଙ୍କାନାଳ , ସମ୍ବଲପୁର, ଦେବଗଡ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବଜ୍ରପାତ ସମୟରେ ଘରୁ ବାହାରକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି । ତେବେ ଗତ ଦୁଇ ଦିନ ହେଲା ରାଜ୍ୟର ପ୍ରାୟ ଅଞ୍ଚଳରେ ଅସହ୍ୟ ଗରମ ଅନୁଭୂତି ହେବାରେ ଲାଗିଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଥାନା ପାଇଁ ସ୍ୱତନ୍ତ୍ର ଗାଇଡ୍‌ ଲାଇନ୍‌ ଜାରି

ଥାନା ପାଇଁ ସ୍ୱତନ୍ତ୍ର ଗାଇଡ୍‌ ଲାଇନ୍‌ ଜାରି

Read More...

ରାଜ୍ୟରେ ମୃତୁ୍ୟ ସଂଖ୍ୟା ୧୫୦ ପାର

ରାଜ୍ୟରେ ମୃତୁ୍ୟ ସଂଖ୍ୟା ୧୫୦ ପାର

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page