ପୁଣି ୧୦ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ

July 30, 2020, ଓଡ଼ିଶା, , Anupambharat News Bureau


ପୁଣି ୧୦ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ
Anupambharat News Bureau
July 30, 2020

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୧୦ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୬୯ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଚାରି ଜଣ ଗଂଜାମ ଜିଲ୍ଲାର ହୋଇଥିବା ବେଳେ ଖୋର୍ଧା ଜିଲ୍ଲାର ଦୁଇ ଜଣ, ସୁନ୍ଦରଗଡ, ସମ୍ବଲପୁର, ରାୟଗଡା ଓ ନୟାଗଡର ଜଣେ ଅଛନ୍ତି । ମୃତକଙ୍କ ମଧ୍ୟରେ ଦୁଇ ଜଣ ମହିଳା ଥିବା ଜଣା ପଡିଛି । ବିଭାଗ ପକ୍ଷରୁୂ ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲାର ୬୭ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ହାଇପର ଟେନସନ ରୋଗରେ ପୀଡିତ ଥିଲୋ ସେହିପରି ଭୁବନେଶ୍ୱରର ଜଣେ ୬୦ ବର୍ଷୀୟା ମହିଳା କରୋନା ସଂକ୍ରମିତ ମୃତ୍ୟୁବରଣ କରିଥିବା ସୂଚନା ଦିଆଯାଇଛି । ସେ ମଧୁମେହ ରୋଗରେ ପୀଡିତ ଥିଲେ । ସେହିପରି ଗଂଜାମ ଜିଲ୍ଲାର ୪୩ ବର୍ଷୀୟ ପୁରୁଷ ଓ ୪୭ ବର୍ଷୀୟ ପୁରୁଷ କରୋନା
ମୃତ୍ୟୁ ଘଟିଛି । ସେ ଡାଇବେଟିସ ଓ ହାଇପର ଟେନସନରେ ପୀଡିତ ଥିଲେ । ସୁନ୍ଦରଗଡର ଜଣେ ୭୧ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଡାଇବେଟିସରେ ପୀଡିତ ଥିଲୋ ।
ଭୁୁବନେଶ୍ୱରର ଜଣେ ୬୦ ବର୍ଷୀୟ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ସେ ଡାଇବେଟିସ ଓ କ୍ରନିକ କିଡନି ଡିଜିଜରେ ପୀଡିତ ଥିଲେ । ରାୟଗଡା ଜିଲ୍ଲାର ୫୦ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
୨୪୧ ପୋଷ୍ଟ ପିଜି ଡାକ୍ତରଙ୍କୁ ନିଯୁକ୍ତି

୨୪୧ ପୋଷ୍ଟ ପିଜି ଡାକ୍ତରଙ୍କୁ ନିଯୁକ୍ତି

Read More...

ରାଜ୍ୟରେ ଆଉ ୧୨୦୩ ପଜିଟିଭ

ରାଜ୍ୟରେ ଆଉ ୧୨୦୩ ପଜିଟିଭ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page