ଭୁବନେଶ୍ୱର, ୧୧ା୮ (ଅନୁପମ ମିଡ଼ିଆ): ଆସନ୍ତା ୧୩ରୁ ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପ ସାଗର ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ।ବିଶେଷ କରି ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷିବା ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।