ସମସ୍ତ ଜରୁରୀ ପାଇଁ ଗୋଟିଏ ନମ୍ବର ‘୧୧୨’

December 03, 2020, ଓଡ଼ିଶା, , Anupambharat News Bureau


ସମସ୍ତ ଜରୁରୀ ପାଇଁ ଗୋଟିଏ ନମ୍ବର ‘୧୧୨’
Anupambharat News Bureau
December 03, 2020


ଭୁବନେଶ୍ୱର, ୨ା୧୨(ଅନୁନମ ମିଡ଼ିଆ): ଏଣିକି ସବୁ ଜରୁରୀ ସହାୟତା ପାଇଁ ଗୋଟିଏ ନମ୍ବର ଡାଏଲ୍‌ କରିବାକୁ ପଡ଼ିବ । ରାଜ୍ୟରେ ପୋଲିସ ପକ୍ଷରୁ ଯୋଗାଇ ଦିଆଯାଉଥିବା ସମସ୍ତ ଜରୁରୀ ସହାୟତା ପାଇଁ ଗୋଟିଏ ନମ୍ବର ଲୋଡା । ୧୧୨ ଡାଏଲ କଲେ ମିଳିପାରିବ ଅତ୍ୟାବଶ୍ୟକ ସହାୟତା । ପୋଲିସ ଆମ୍ବୁଲାନ୍ସ, ଦମକଳ ତଥା ମହିଳା ହେଲ୍‌ପ ଲାଇନ ଭଳି ବିଭିନ୍ନ ଜରୁରୀ ସେବା ପାଇଁ ଆଉ ଭିନ୍ନ ଭନ୍ନ ନମ୍ବରକୁ ଡାଏଲ କରିବାକୁ ପଡିବ ନାହିଁ । ଏହା ତୁରନ୍ତ କାର୍ଯ୍ୟକାରୀ ହେବ । ଜନସାଧାରଣଙ୍କ ସୁବିଧା ତଥା ତ୍ୱରିତ ସେବା ଯୋଗାଣକୁ ଦୃଷ୍ଟିରେ ରଖି ସରକାରଙ୍କ ତରଫରୁ ବିଭିନ୍ନ ସହାୟତା ନମ୍ବର ଯଥା ୧୦୦, ୧୦୧, ୧୦୨, ୧୦୪, ୧୦୮, ୧୮୧ ଓ ୧୦୯୮ ଏସବୁକୁ ଏକୀଭୂତ କରି ଗୋଟିଏ ନମ୍ବର ଯଥା ୧୧୨ ରେ ପରିଣତ କରାଯାଇଛି ।୧୧୨ ଜରିଆରେ ସାଧାରଣ ଲୋକଙ୍କୁ ଦକ୍ଷତାର ସହ ତ୍ୱରିତ ସେବା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସ ବିଭାଗର ୧୦୯୮ଟି ବିଭିନ୍ନ ପଦବୀ ସୃଷ୍ଟିକୁ ମଧ୍ୟ ଅନୁମୋଦନ କରିଛନ୍ତି । ୧୧୨ ସେବା ପାଇଁ ୪ ଜଣ ଡିଏସ୍‌ପି, ୧୫୧ ଜଣସବ୍‌ଇନ୍ସପେକଫର, ୨୦୩ ଜଣ ସହକାରୀ ସବ୍‌ ଇନ୍‌ସପେକଫର ଏବଂ ୭୪୦ ଜଣ କନେଷ୍ଟବଳ ନିୟୋଜିତ ହେବେ । ଏତଦ୍‌ ବ୍ୟତୀତ ଆଉଟସୋର୍ସିଂ ଜରିଆରେ ୧୯୮ଜଣ କଲ୍‌ ଟେକର ଏକଜକୁ୍ୟଟିଭ୍‌ ଏବଂ ୨୩୬ଟି ଗାଡି ମଧ୍ୟ ନିୟୋଜିତ ହେବେ । ପୋଲିସ ପକ୍ଷରୁ ଜନସାଧାରଣଙ୍କୁ ଯୋଗାଇ ଦିଆଯାଉଥିବା ବିଭିନ୍ନ ଜରୁରୀ ସହାୟତା ଗୋଟିଏ ନମ୍ବର ୧୧୨ ରେ ଉପଲବ୍ଧ ହେବା ଦ୍ୱାରା ଜନସାଧାରଣଙ୍କୁ ଅଧିକ ଦକ୍ଷତାର ସହ ଉତ୍ତମ ସେବା ଯୋଗାଇ ଦେବାରେ ପୋଲିସ ସଫଳ ହେବ ଏବଂ ବ୍ୟବସ୍ଥା ପ୍ରତି ଲୋକଙ୍କ ଆସ୍ଥା ଅଧିକ ମଜବୁତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆକ୍ରାନ୍ତଙ୍କ ଘରେ ଲାଗିବନି ପୋଷ୍ଟର

ଆକ୍ରାନ୍ତଙ୍କ ଘରେ ଲାଗିବନି ପୋଷ୍ଟର

Read More...

ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ୱତନ୍ତ୍ର ଆଇନ୍‌: ନବୀନ

ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ୱତନ୍ତ୍ର ଆଇନ୍‌: ନବୀନ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page