ମଜୁରୀ ବିଳମ୍ବ କଲେ କାର୍ଯ୍ୟାନୁଷ୍ଠାନ: ନବୀନ

December 15, 2020, ଓଡ଼ିଶା, , Anupambharat News Bureau


ମଜୁରୀ ବିଳମ୍ବ କଲେ କାର୍ଯ୍ୟାନୁଷ୍ଠାନ: ନବୀନ
Anupambharat News Bureau
December 15, 2020


ଭୁବନେଶ୍ୱର, ୧୫ା୧୨(ଅନୁପମ ମିଡ଼ିଆ): ­ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସବୁ ଜିଲ୍ଲାରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ରୋଜଗାର ଯୋଜନା ଏବଂ ସହରାଞ୍ଚଳ ରୋଜଗାର ଯୋଜନା ଆଦିର କାର୍ଯ୍ୟକାରୀତା ସମ୍ପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କୋଭିଡ ମହାମାରୀ ଭଳି ଦୁଃସମୟରେ ଗରିବ ଲୋକଙ୍କ ପାଇଁ ରୋଜଗାର ସୁନିଶ୍ଚିତ କରିବା ସରକାରଙ୍କର ପ୍ରାଥମିକତା । ରୋଜଗାର ଅଭାବରୁ ଯେପରି ଗୋଟିଏ ବି ପରିବାର କଷ୍ଟ ନ ପାଏ, ସେଥିପ୍ରତି ଧ୍ୟାନ ଦେବା ପାଇଁ ଜିଲ୍ଲାପାଳ ମାନଙ୍କୁ ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି । ଏମଜିନରେଗା ସହିତ ରାଜ୍ୟ ସରକାରଙ୍କର ନିଜସ୍ୱ ଯୋଜନା ସହରାଞ୍ଚଳ ରୋଜଗାର ଯୋଜନା ଜରିଆରେ ଗରିବ ଲୋକଙ୍କୁ ବ୍ୟାପକ ନିଯୁକ୍ତି ସୁଯୋଗ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି ।ଏହି ଦୁଇ କାର୍ଯ୍ୟକ୍ରମ ଜରିଆରେ ଚଳିତ ଆର୍ଥକ ବର୍ଷ ଶେଷ ସୁଦ୍ଧା ୨୦ କୋଟି ମାନବ ଦିବସ ସୃଷ୍ଟି ପାଇଁ ଲକ୍ଷ୍ୟ ରଖାଯାଇଛି । ଏହି ଜରିଆରେ ଜୀବିକା ଅର୍ଜନ କରୁଥିବା ଗରିବ ଲୋକମାନଙ୍କ ମଜୁରୀ ପାଇବାରେ ବିଳମ୍ବ ହେଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ସତର୍କ କରାଇ ଦେଇଛନ୍ତି । ହିତାକାରୀମାନେ ଯେଭଳି ଠିକ୍‌ ସମୟରେ ସେମାନଙ୍କ ମଜୁରୀ ପାଇପାରିବେ, ତା ଉପରେ ଗୁରୁତ୍ୱ ଦେବା ସହିତ ମୋ ସରକାର ପ୍ଲାଟଫର୍ମ ଜରିଆରେ ହିତାଧିକାରୀ ମାନଙ୍କୁ ନିୟମିତ ଫୋନ୍‌ କରି ମଜୁରୀ ବିଷୟ ତଦାରଖ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଆଗାମୀ ଜାନୁଆରୀ ପହିଲାରୁ ପ୍ରତି ଜିଲ୍ଲାରେ ଏହି ରୋଜଗାର ଯୋଜନା ସଂପର୍କରେ ଫିଡବ୍ୟାକ୍‌ ପାଇଁ ସ୍ୱତନ୍ତ୍ର ଭାବରେ ମୋ ସରକାର ସେଲ୍‌ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଏମଜିନରେଗା ଲକ୍ଷ୍ୟ ପୂରଣ ଦିଗରେ ଯାଜପୁର, କୋରାପୁଟ ସୋନପୁର ଜିଲ୍ଲା ବହୁତ ଭଲ କାମ କରିଥିବାରୁ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ଯେଉଁ ଜିଲ୍ଲା ଗୁଡିକରେ ଲୋକମାନେ ଅନ୍ୟ ରାଜ୍ୟକୁ କାମ ପାଇଁ ଯାଉଛନ୍ତି, ସେହିସବୁ ଜିଲ୍ଲା ଉପରେ ସ୍ୱତନ୍ତ୍ର ଫୋକ୍‌ସ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହିସବୁ ଜିଲ୍ଲାରେ ପରିବାର ପିଛା ଅଧିକ ୧୦୦ ଦିନ ଓ ଅତିରିକ୍ତ ମଜୁରୀ ଦିଆଯିବା ବିଷୟ ସଂପର୍କରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ । ସେହିପରି ଆଗାମୀ ମାର୍ଚ୍ଚ ପୂର୍ବରୁ ୧୦୦୦ ମିଶନ ଶକ୍ତି ଗୃହ ଏବଂ ଜାନୁଆରୀ ଶେଷ ସୁଦ୍ଧା ଗୋଟିଏ ଲେଖାଏ ପରିଚୟ ଗୃହର ନିର୍ମାଣ କାର୍ଯ୍ୟ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଯେଉଁ ଜିଲ୍ଲାରେ ଅଧିକ ମା ମାନଙ୍କୁ ଓ ମିଶନ ଶକ୍ତି ଗୋଷ୍ଠୀ ମାନଙ୍କୁ ରୋଜଗାର ଯୋଜନା ତଦାରଖରେ ନିୟୋଜିତ କରାଯିବ, ସେହି ଜିଲ୍ଲା ମାନଙ୍କୁ ଉତ୍ସାହିତ କରାଯିବ । ସେହିପରି ସହରାଂଚଳ ରୋଜଗାର ଯୋଜନାରେ ଦିଆଯାଇଥିବା ଅର୍ଥକୁ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସଂପୂର୍ଣ୍ଣ ଭାବେ ବିନିଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ , ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାତନନ୍‌ ଏବଂ ସଚିବ (୫-ଟି) ଭିକେ ପାଣ୍ଡିଆନ ପ୍ରମୁଖ ବିଭିନ୍ନ ଯୋଜନାର ଅଗ୍ରଗତି ସମ୍ପର୍କରେ ଆଲୋକପାତ କରିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ପୁଣି ଅଜୁର୍ନ ରାମପାଲଙ୍କୁ ଏନ୍‌ସିବିର ସମନ

ପୁଣି ଅଜୁର୍ନ ରାମପାଲଙ୍କୁ ଏନ୍‌ସିବିର ସମନ

Read More...

୨୮୯.୪୨ କୋଟିର ପ୍ୟାକେଜ

୨୮୯.୪୨ କୋଟିର ପ୍ୟାକେଜ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page