ବିବାହ ପ୍ରୋସେସନ୍‌କୁ ଅନୁମତି

January 12, 2021, ଓଡ଼ିଶା, , Anupambharat News Bureau


ବିବାହ ପ୍ରୋସେସନ୍‌କୁ ଅନୁମତି
Anupambharat News Bureau
January 12, 2021


ଭୁବନେଶ୍ୱର, ୧୨ା୧(ଅନୁପମ ମିଡ଼ିଆ): ବିବାହ ଉତ୍ସବରେ ବରଯାତ୍ରୀ ପ୍ରୋସେସନ୍‌ କୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର । ବାହାଘର ଓ ଅନ୍ତିମ ସଂସ୍କାର ନେଇ ପୂର୍ବରୁ ଜାରି କରାଯାଇଥିବା ଗାଇଡଲାଇନରେ କେତେକ ପରିବର୍ତ୍ତନ କରାଯାଇଛି । ଏ ନେଇ ସ୍ୱତନ୍ତ୍ର ରିଲିଫ୍‌ କମିସନର୍‌ ତଥା ଅତିରକ୍ତ ଶାସନ ସଚିବ ପ୍ରଦୀପ ଜେନା ମଙ୍ଗଳବାର ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି । କୋଭିଡ ମହାମାରୀ ହେତୁ ପୂର୍ବରୁ ବାହାଘର ପ୍ରସେସନ୍‌ ଉପରେ ଲାଗୁ କରାଯାଇଥିବା କଟକଣାକୁ ଓଡ଼ିଶା ସରକାର ଆଜି ପ୍ରତ୍ୟାହାର କରି ନେଇଛନ୍ତି । ବର୍ତ୍ତମାନର ପରିସ୍ଥିତିକୁ ଧ୍ୟାନରେ ରଖି ବାହାଘରରେ ବର, କନ୍ୟା, ପୁରୋହିତ, ବନ୍ଧୁ, ସମ୍ପର୍କୀୟ, ଅତିଥି, ବ୍ୟାଣ୍ଡ ପାର୍ଟି, ଆଲୋକ ଏବଂ ସାଉଣ୍ଡ ସିଷ୍ଟମର ସଦସ୍ୟଙ୍କ ସମେତ ଅଂଶଗ୍ରହଣକାରୀଙ୍କ ସଂଖ୍ୟା ସର୍ବାଧିକ ୨୦୦ ହୋଇପାରିବ ବୋଲି ନିଷ୍ପତ୍ତି ହୋଇଛି । ତେବେ ବିବାହ ଉତ୍ସବରେ କୋଭିଡ-୧୯ କଟକଣା ନିୟମକୁ କଡ଼ାକଡ଼ି ପାଳନ କରାଯିବ । ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଏବଂ ଥର୍ମାଲ୍‌ ସ୍କାନିଂର ବ୍ୟବସ୍ଥା ଏବଂ ହାତ ଧୋଇବା କିମ୍ବା ସାନିଟାଇଜର ବ୍ୟବହାର ବାଧ୍ୟତାମୂଳକ କରାଯାଇଛି । ବନ୍ଦ ସ୍ଥାନରେ ମାତ୍ର ୫୦ ପ୍ରତିଶତ ବ୍ୟକ୍ତିଙ୍କୁ ନେଇ ବିବାହ ଉତ୍ସବ ଏବଂ ଅନ୍ତିମ ସଂସ୍କାର ଆୟୋଜିତ ହୋଇପାରିବ ବୋଲି ଏଥିରେ କୁହାଯାଇଛି । ଖୋଲା ସ୍ଥାନରେ, ଭୂମି / ଖୋଲା ସ୍ଥାନର ଆକାରକୁ ଦୃଷ୍ଟିରେ ରଖି, ଉପଯୁକ୍ତ ସଂଖ୍ୟକ ବ୍ୟକ୍ତି ଏଥିରେ ସାମିଲ ହୋଇପାରିବେ ବୋଲି ମଧ୍ୟ କୁହାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ : ୧୯ରେ ବିଚାର କରିବ ସିନେଟ୍‌

ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ : ୧୯ରେ ବିଚାର କରିବ ସିନେଟ୍‌

Read More...

ତିନି କୃଷି ଆଇନ ସ୍ଥଗିତ ନିର୍ଦ୍ଦେଶ

ତିନି କୃଷି ଆଇନ ସ୍ଥଗିତ ନିର୍ଦ୍ଦେଶ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page