ଭୁବନେଶ୍ୱର,୧୮ା୧(ଅନୁପମ ମିଡ଼ିଆ): ଆଗାମୀ ଦୁଇ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲାଗୁଡିକରେ ରାତ୍ରି ତାପମାତ୍ରାରେ ୨ରୁ ୩ଡ଼ିଗ୍ରୀ ବୃଦ୍ଧି ହେବାର ସମ୍ଭାବନା ରହିଛି । ଏହାର ପରବର୍ତ୍ତୀ ୨ରୁ ୩ଦିନ ମଧ୍ୟରେ ରାତ୍ରି ତାପମାତ୍ରା ଧୀରେ ଧୀରେ ୩ରୁ-୪ଡ଼ିଗ୍ରୀ ତଳକୁ ଖସିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ପାରଦ ଖସିବା ସହ ରାତିରେ ଶୀତ ବଢ଼ିବ ଓ ପ୍ରତୁ୍ୟଷରୁ ଘନରୁ ହାଲୁକା କୁହୁଡ଼ି ପଡ଼ିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନ କୁହୁଡି ଦେଖାଦେବାକୁ ଥିବା ରାଜ୍ୟର ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ନୟାଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୨୦ ତାରିଖ ମଧ୍ୟରେ ଝାରସୁଗୁଡା,
ସୁନ୍ଦରଗଡ , କେନ୍ଦୁଝର, ମୟୁରଭଞ୍ଜ , ଅନୁଗୁଳ ଓ ବୌଦ୍ଧ ଜିଲ୍ଲାରେ ଘନ କୁହୁଡି ଦେଖାଦେଇପାରେ ।