କୋଭିଡ ଟିକା ନେଇ ମୁଁ ଖୁସି: ନବୀନ

March 01, 2021, ଓଡ଼ିଶା, , Anupambharat News Bureau


କୋଭିଡ ଟିକା ନେଇ ମୁଁ ଖୁସି: ନବୀନ
Anupambharat News Bureau
March 01, 2021


ଭୁବନେଶ୍ୱର, ୧ା୩(ଅନୁପମ ମିଡ଼ିଆ): ­ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ବିଧାନସଭା ପରିସରରେ ଥିବା ଡିସପେନସେରିରେ କୋଭିଡ୍‌-୧୯ ଟିକାର ପ୍ରଥମ ଡୋଜ୍‌ ନେଇଛନ୍ତି । ଟିକା ନେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଟୁଇଟରରେ ଲେଖିଛନ୍ତି, ‘ ମୁଁ ଖୁସି ଯେ ମୁଁ ଆଜି କୋଭିଡ-୧୯ ଟିକାର ପ୍ରଥମ ଡୋଜ୍‌ ନେଲି ।’ ଲୋକଙ୍କ ପାଖରେ ଟିକା ପହଞ୍ଚାଇବା ପାଇଁ କାମ କରୁଥିବା ବୈଜ୍ଞାନିକ ଓ ସ୍ୱାସ୍ଥ୍ୟକର୍ମୀମାନଙ୍କ ନିକଟରେ ସେ କୃତଜ୍ଞତା ଜ୍ଞାପନ କରିଛନ୍ତି । ସେ ଆଜି ସକାଳ ୧୦ଟା ୪୫ ମିନିଟ ସମୟରେ ନବୀନନିବାସରୁ ବାହାରି ବିଧାନସଭା ପରିସରରେ ଥିବା ଡିସପେନସେରିରେ ପହଞ୍ଚିଥିଲେ । ସେଠାରେ ସେ ଦିନ ୧୧ଟା ବେଳେ ପ୍ରଥମେ କରୋନା ଟିକା ନେଇଥିଲେ । ଏହାପରେ ଅନ୍ୟ ବିଧାୟକମାନେ ଟିକା ନେବେ ବୋଲି ଜଣାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ପିଆଇବିର ପ୍ରମୁଖ ମହାନିର୍ଦ୍ଦେଶକ ହେଲେ ଜୟଦୀପ ଭଟ୍ଟନାଗର

ପିଆଇବିର ପ୍ରମୁଖ ମହାନିର୍ଦ୍ଦେଶକ ହେଲେ ଜୟଦୀପ ଭଟ୍ଟନାଗର

Read More...

ମଇ ଯାଏଁ ପ୍ରବଳ ଖରା !

ମଇ ଯାଏଁ ପ୍ରବଳ ଖରା !

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page