ଲୋୟର ଇନ୍ଦ୍ର ପ୍ରକଳ୍ପ ଲୋକାର୍ପିତ

March 10, 2021, ଓଡ଼ିଶା, , Anupambharat News Bureau


ଲୋୟର ଇନ୍ଦ୍ର ପ୍ରକଳ୍ପ ଲୋକାର୍ପିତ
Anupambharat News Bureau
March 10, 2021


ଭୁବନେଶ୍ୱରୟ/ନୂଆପଡା, ୧୦ା୩(ଅନୁପମ ମିଡ଼ିଆ): ଆସନ୍ତା ୨୦୨୨ ସୁଦ୍ଧା ନୂଆପଡାର ସବୁ ପରିବାରକୁ ୧୦୦ ପ୍ରତିଶତ ପାଇପପାଣି ଯୋଗାଇ ଦିଆଯିବ । ଏଥିପାଇଁ ୭୦୦ କୋଟି ଟଙ୍କାର ୨୦୫ ଟି ପାଇପ ୱାଟର ସପ୍ଲାଏ ପ୍ରକଳ୍ପ ଓ ଗୋଟିଏ ମେଗା ପାଇପ ୱାଟର ସପ୍ଲାୟ ପ୍ରକଳ୍ପର କାମ ଚାଲିଛି ବୋଲି ନୂଆପଡା ଗସ୍ତରେ ଯାଇ ଖଡିଆଳଠାରେ ଆୟୋଜିତ ଏକ ଜନସଭାରେ ଯୋଗ ଦେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆପଡା ଜିଲ୍ଲାର ଗୌତମା ଏୟାରଷ୍ଟ୍ରିପରେ ହେଲିକେପଫରୁ ଓହ୍ଳାଇବାପରେ ସେଠାରୁ ନୂଆପଡ଼ା ତିଖାଲିରେ ପହଞ୍ଚି ବହୁ ପ୍ରତିକ୍ଷିତ ଲୋୟର ଇନ୍ଦ୍ର ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରକଳ୍ପ ସ୍ଥଳରେ ଏକ ସାଇନ୍ସ ପାର୍କ ଓ ସଂଗ୍ରହାଳୟ ହେବବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପିଲାମାନଙ୍କ ଭିତରେ ବିଜ୍ଞାନ ପ୍ରତି ଆଗ୍ରହ ବଢିବ । ଜଳ ସଂରକ୍ଷଣ ପାଇଁ ସଚେତନତା ମଧ୍ୟ ସୃଷ୍ଟି ହେବ ।
ନୂଆପଡାର ପାଣିରେ ରହିଛି ଫ୍ଲୋରାଇଡର ସମସ୍ୟା । ଏହା ହେଉଛି ଜିଲ୍ଲା ବାସୀଙ୍କ ବଡ ସମସ୍ୟା । ଫ୍ଲୋରାଇଡ ପାଣି ଦ୍ୱାରା ସ୍ୱାସ୍ଥ୍ୟ ମଧ୍ୟ ଖରାପ ହୋଇଥାଏ । ଭଲ ପିଇବା ପାଣି ପାଇଁ ମା ମାନଙ୍କୁ ମାଇଲ ମାଇଲ ବାଟ ଚାଲିବାକୁ ପଡୁଥିଲା । ଏଥିପାଇଁ ମୋତେ ବହୁତ ଦୁଃଖ ଲାଗୁଥିଲା । ଆଜି ନୂଆପଡାର ୫୫ ପ୍ରତିଶତ ଘରକୁ ଆମେ ପାଇପ ପାଣି ଦେଇ ପାରିଛୁ । ୧୦୦୦ ରୁ ଅଧିକ ଫ୍ଲରାଇଡ ରିମୋଭାଲ ପ୍ଲାଣ୍ଟ ସ୍ଥାପନା କରାଯାଇଛି । ୯୦୦ ରୁ ଅଧିକ ଗାଁକୁ ଫ୍ଲୋରାଇଡ ସମସ୍ୟାରୁ ଶତ ପ୍ରତିଶତ ମୁକ୍ତ କରାଯାଇ ପାରିଛି । କେବଳ ସେତିକି ନୁହେଁ ନୂଆପଡାର ଏକ ଲକ୍ଷ ପରିବାରକୁ ପାଇପ ପାଣିର ସୁବିଧା ମଧ୍ୟ ଦିଆଯାଇଛି । ସେ କହିଛନ୍ତି ଯେ, ଲୋୟର ଇନ୍ଦ୍ର ପ୍ରକଳ୍ପ ସାରା ରାଜ୍ୟ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ । ଏ ପ୍ରକଳ୍ପ ପାଇଁ ଜମି ଦେଇଥିବା ସବୁ ଲୋକଙ୍କୁ ସେମାନଙ୍କ ତ୍ୟାଗ ପାଇଁ ଧନ୍ୟବାଦ ଜଣାଉଛି । ଆପଣ ମାନଙ୍କ ତ୍ୟାଗ ପାଇଁ ନୂଆପଡାର କୋମନା, ଖଡିଆଳ ଓ ବଲାଙ୍ଗିରର ବଙ୍ଗୋମୁଣ୍ଡା, ମୁରିବାହାଲ ଓ ଟିଟିଲାଗଡ ବ୍ଲକର ୨୦୦ ଟି ଗାଁ ର ୧,୮୦,୦୦୦ ଲୋକ ଉପକାର ପାଇବେ । ସେ କହିଛନ୍ତି ଯେ ନୂଆପଡାରେ ୨୨୦ କୋଟି ଟଙ୍କାର ମେଗା ଲିଫଫ ଇରିଗେସନ ପ୍ରକଳ୍ପ ଏବର୍ଷ ଡିସେମ୍ବର ସୁଦ୍ଧା ଶେଷ ହେବ । ଏହାଦ୍ୱାରା କୋମନା, ନୂଆପଡା, ସିନାପାଲୀ ଓ ବୋଡେନ ଅଞ୍ଚଳର ୧୮୦୦୦ ଏକରରୁ ଅଧିକ ଜମିକୁ ପାଣି ମିଳିପାରିବ । ଲୋୟର ଇନ୍ଦ୍ର ପ୍ରଜେକଫ ଅଣ୍ଡରଗ୍ରାଉଣ୍ଡ ପାଇପଲାଇନ ଟେକ୍ନୋଲଜିରେ ହୋଇଛି । ତେଣୁ ଏହି ପ୍ରକଳ୍ପରୁ ଆଉ ୭୫୦୦ ଏକର ଜମିକୁ ପାଣି ଯୋଗାଇଦେବା ପାଇଁ ପଦକ୍ଷେପ ନିଆଯିବ ବୋଲି ମୁଁ ଘୋଷଣା କରୁଛି । ସେ କହିଛନ୍ତି ଯେ, ନୂଆପଡା ଥିଲା ଚିର ମରୁଡି ଅଞ୍ଚଳ । ଆଜି ଏଠାରେ ନୂଆ ସବୁଜିମା ସୃଷ୍ଟି ହେଉଛି । ଆଜି ନୂଆପଡା ବିକାଶର ନୂଆ ଇତିହାସ ଲେଖୁଛି । ନୂଆପଡାରେ ଜଳସେଚନ ସୁବିଧା ୫୪ ପ୍ରତିଶତ ବଢିଛି ଜିଲ୍ଲା ଦେଢ ଲକ୍ଷ ଏକର ଜମିକୁ ଆଜି ପାଣି ସୁବିଧା ମିଳିଛି । ଧାନ ଉତ୍ପାଦନ ବଢିଛି । କପା ଚାଷ , ମକା ଚାଷ ମଧ୍ୟ ବଢିଛି । ସେ କହିଛନ୍ତି ଯେ ଓଡିଶା ଆଜି କ୍ରୀଡା କ୍ଷେତ୍ରରେ ବହୁତ ଆଗକୁ ଯାଇଛି । ରାଜ୍ୟରେ ଖେଳ ଗତିବିଧି ସହିତ ନୂଆପଡା ଯୋଡି ହେବ । ସେହିପରି ନୂଆପଡା ଓ ଖଡିଆଳ ଏ ଦୁଇ ଜାଗାରେ ଦୁଇଟି ଇନଡୋର ଷ୍ଟାଡିୟମ
କରାଯିବ । ଖଡିଆଳ ଅଟୋନମସ କଲେଜରେ ଖେଳ ଫେସିଲିଟିର ବିକାଶ କରାଯିବ । ଏହା ଜିଲ୍ଲାର ଖେଳ ଭିତ୍ତିଭୂମିକୁ ମଜଭୁତ କରିବ ଓ ଯୁବକ ଯୁବତୀ ମାନଙ୍କ ପ୍ରତିଭାର ବିକାଶରେ ସହାୟକ ହେବ । ସେ କହିଛନ୍ତି ଯେ ସ୍ୱାଧୀନତା ସଂଗ୍ରାମରେ ନୂଆପଡାର ବହୁତ ବଡ ଭୂମିକା ଥିଲା । ବିଶେଷ କରି ଆମର ମା ମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିଲେ । ବ୍ରିଟିଶ ଶାସନର ଅନ୍ୟାୟ ବିରୁଦ୍ଧରେ ସେମାନଙ୍କ ସଂଗ୍ରାମର ତୁଳନା ନାହିଁ ।ନୂଆପଡା ଭେଲା ଗାଁ ର ମା ମାନଙ୍କ ସଂଗ୍ରାମ ଆଜି ବି ସମସ୍ତଙ୍କୁ ପ୍ରେରଣା ଦେଉଛି । ୨୦୨୨ ରେ ସ୍ୱାଧୀନତାର ୭୫ ବର୍ଷ ପାଳନ ଅବସରରେ ଭେଲାର ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇ ସେଠାରେ ଏକ ସୁନ୍ଦର ମେମୋରିଆଲ କରାଯିବ । ସେ କହିଛନ୍ତି ଯେ ବିଜୁବାବୁଙ୍କର ସେଦିନର ସାନ ପିଲା ନୂଆପଡା ଆଜି ବଡ ହୋଇଛି । ସଶକ୍ତ ହୋଇଛି । ସବୁଜ ହୋଇଛି । ଓଡିଶାର ବିକାଶ ଯାତ୍ରାରେ ନିଜ ପାଇଁ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ଏଥିପାଇଁ ମୁଁ ବହୁତ ଖୁସି । ନୂଆପଡାରେ ବିକାଶର ଏ ଧାରା ଆହୁରି ଆଗକୁ ବଢିବ ବୋଲି ସେ ପ୍ରକାଶ କରିଛନ୍ତି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ତୀର୍ଥ ସିଂ ରାୱତ ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

ତୀର୍ଥ ସିଂ ରାୱତ ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

Read More...

ବନକର୍ମଚାରୀଙ୍କ ଛୁଟି ବାତିଲ,  ଅଧିକ ଚାରିଟି ଓଡ୍ରାଫ ଟିମ୍‌ ମୁତୟନ ଅନୁରୋଧ

ବନକର୍ମଚାରୀଙ୍କ ଛୁଟି ବାତିଲ, ଅଧିକ ଚାରିଟି ଓଡ୍ରାଫ ଟିମ୍‌ ମୁତୟନ ଅନୁରୋଧ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page