ଲୋକଙ୍କୁ ପ୍ରତିଶ୍ରୁତିର ହିସାବ ଦେବାକୁ ହେବ: ମୁଖ୍ୟମନ୍ତ୍ରୀ

April 10, 2021, ଓଡ଼ିଶା, , Anupambharat News Bureau


  ଲୋକଙ୍କୁ ପ୍ରତିଶ୍ରୁତିର ହିସାବ ଦେବାକୁ ହେବ: ମୁଖ୍ୟମନ୍ତ୍ରୀ
Anupambharat News Bureau
April 10, 2021


ଭୁବନେଶ୍ୱର, ୧୦ା୪(ଅନୁପମ ମିଡ଼ିଆ): ଆଗାମୀ ମଇ ୨୯ତାରିଖ ଦିନ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ସରକାର ତାର ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂରଣ କରୁଛି । ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପାଳନରେ ସରକାରଙ୍କ ବିଭିନ୍ନ ବିଭାଗ କେତେ ସଫଳ ହୋଇଛନ୍ତି ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ । ଆଗମୀ ମଇ ୧୫ ରୁ ୨୫ ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିବ । ଶନିବାରମୁଖ୍ୟମନ୍ତ୍ରୀ ମନ୍ତ୍ରୀ ପରିଷଦର ସଭ୍ୟଙ୍କୁ ବ୍ୟକ୍ତିଗତ ଭାବରେ ପତ୍ର ଲେଖି ଏହା ଜଣାଇଛନ୍ତି । ସଚିବଙ୍କ ଉପସ୍ଥିତିରେ ମନ୍ତ୍ରୀମାନେ ସେମାନଙ୍କ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପାଞ୍ଚଟି ପ୍ରମୁଖ କାର୍ଯ୍ୟକ୍ରମର ସଫଳତା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବେ । ଏହା ସହିତ ୫-ଟି ଓ ମୋ ସରକାର କାର୍ଯ୍ୟକ୍ରମ ସେମାନଙ୍କ ବିଭାଗରେ କିଭଳି କାର୍ଯ୍ୟ କାରୀ କରାଯାଇଛି ଏବଂ ଏହା ସେମାନଙ୍କ ବିଭାଗର କାର୍ଯ୍ୟ ଧାରାରେ କିଭଳି ଉନ୍ନତି ଆଣିଛି ଓ ବିଭାଗ କୁ କେତେ ଲୋକାଭିମୁଖୀ କରିପାରିଛି ସେ ସମ୍ପର୍କରେ ମଧ୍ୟ ମନ୍ତ୍ରୀ ମାନେ ମୁଖ୍ୟମନ୍ତ୍ରୀ ଙ୍କୁ ଅବଗତ କରିବେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗଣତନ୍ତ୍ରରେ ଜନତା ହେଉଛନ୍ତି ମାଲିକ । ତେଣୁ ଗଣତନ୍ତ୍ରରେ ଉତ୍ତର ଦାୟିତ୍ୱ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଓଡ଼ିଶାର ସାଢ଼େ ଚାରି କୋଟି ଜନତା ଯେଉଁ ଦାୟିତ୍ୱ ଆମକୁ ଦେଇଛନ୍ତି । ଯେଉଁ ପ୍ରତିଶ୍ରୁତି ଆମେ ଲୋକଙ୍କୁ ଦେଇଛୁ ତାକୁ ପାଳନ ଦିଗରେ କେତେ ଦୂର ଆମେ ସଫଳ ହୋଇଛୁ ତାର ହିସାବ ଲୋକଙ୍କୁ ଦେବାକୁ ହେବ ଓ ଏହା ଗଣତନ୍ତ୍ରର ମର୍ଯ୍ୟାଦା ବୃଦ୍ଧି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ସୂଚନାଯୋଗ୍ୟ ଯେ ୨୦୧୯ ମଇ ୨୯ ତାରିଖ ଦିନ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ସରକାର ତାର ପ୍ରଥମ ବୈଠକରେ ଦଳର ନିର୍ବାଚନ ଇସ୍ତାହାରକୁ କାର୍ଯ୍ୟ କାରୀ କରିବା ପାଇଁ ନୀତଗତ ନିଷ୍ପତ୍ତି ନେଇ ଥିଲେ । ଆଗାମୀ ମଇ ୨୯ରେ ମନ୍ତ୍ରୀ ପରିଷଦର ସ୍ୱତନ୍ତ୍ର ବୈଠକରେ ବିଭିନ୍ନ ବିଭାଗର ସଫଳତା ଉପସ୍ଥାପନ କରାଯାଇ ଲୋକଙ୍କୁ ଅବଗତ କରାଯିବ ।୨୦୧୪ ନିର୍ବାଚନ ପରେ ମଧ୍ୟ ଦଳର ଇସ୍ତାହାରକୁ କାର୍ଯ୍ୟ କରିବା ପାଇଁ ମନ୍ତ୍ରୀ ପରିଷଦ ନୀତଗତ ନିଷ୍ପତ୍ତିି ନେଇଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
କରୋନା ସ୍ଥିତି ଅସମ୍ଭାଳ:  ଅନ୍ତିମ ସଂସ୍କାର ପାଇଁ ହେଉଛି ଲାଞ୍ଚ କାରବାର

କରୋନା ସ୍ଥିତି ଅସମ୍ଭାଳ: ଅନ୍ତିମ ସଂସ୍କାର ପାଇଁ ହେଉଛି ଲାଞ୍ଚ କାରବାର

Read More...

ପୁଣି ଚର୍ଚ୍ଚାରେ ଏମାର ମଠ:  ମିଳିଲା ୪୭ ଖଣ୍ଡ ରୂପା ଇଟା

ପୁଣି ଚର୍ଚ୍ଚାରେ ଏମାର ମଠ: ମିଳିଲା ୪୭ ଖଣ୍ଡ ରୂପା ଇଟା

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page