କୋଭିଡ ମୃତକଙ୍କ ପରିବାରକୁ ପେନ୍‌ସନ୍‌

May 17, 2021, ଓଡ଼ିଶା, , Anupambharat News Bureau


  କୋଭିଡ ମୃତକଙ୍କ ପରିବାରକୁ ପେନ୍‌ସନ୍‌
Anupambharat News Bureau
May 17, 2021


ଭୁବନେଶ୍ୱର ,୧୭ା୫(ଅନୁପମ ମିଡ଼ିଆ): ଆସନ୍ତା ୨୪ରୁ ୩ ମାସ ପାଇଁ ସାରା ରାଜ୍ୟରେ ଆଶା ଓ ଏଏନଏମ୍‌ ମାନେ ଘରକୁ ଘର ବୁଲି କୋଭିଡ ଲକ୍ଷଣ ଓ ଜଟିଳ ରୋଗ ସମ୍ପର୍କରେ ସର୍ଭେ କରିବେ । ଏଥିପାଇଁ ସେମାନଙ୍କୁ ୩ ମାସ ପାଇଁ ମାସିକ ୧୦୦୦ ଟଙ୍କା ଲେଖାଏ ପ୍ରୋତ୍ସାହନ ରାଶି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । କୋଭିଡ୍‌ ପରିଚାଳନା ନେଇ ସୋମବାର ଅପରାହ୍ନରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଏଥିସହ କୋଭିଡ ମୃତକଙ୍କ ପରିବାରର ବିଧବା ଓ ବାପା ମା ଙ୍କୁ ହରାଇ ଥିବା ପିଲାଙ୍କୁ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବା ସହିତ ପିଲାମାନଙ୍କ ପାଇଁ ମାଗଣା ଶିକ୍ଷା ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ସେହିପରି ପ୍ରତି ଗାଁରେ ଥିବା ଗାଁ କଲ୍ୟାଣ ସମିତିଙ୍କୁ ମଧ୍ୟ କୋଭିଡ ନିୟନ୍ତ୍ରଣ ପାଇଁ ବିଭିନ୍ନ କାର୍ଯ୍ୟ ନିମନ୍ତେ ୧୦ ହଜାର ଟଙ୍କା ସହାୟତା ଦିଆଯିବ । ଗୃହ ସଂଗରୋଧ ତଦାରଖ ଦାୟିତ୍ୱରେ ଥିବା ଆଶାକର୍ମୀଙ୍କୁ ମଧ୍ୟ ସାଇକେଲ, ଚପଲ, ଛତା, ଟର୍ଚ୍ଚ ଓ କପ୍‌ ବୋର୍ଡ ଆଦି ପାଇଁ ଏକକାଳୀନ ୧୦ ହଜାର ଟଙ୍କା ସହାୟତା ଦିଆଯିବ । ଲକ୍‌ଡାଉନ କାର୍ଯ୍ୟକାରୀ କରିବା ଏବଂ ଗାଁର ଆବଶ୍ୟକତାକୁ ଦେଖି ଗାଁରେ ଟିଏମସି ଖୋଲିବା ବିଷୟ ନେଇ ସରପଞ୍ଚମାନେ ସେମାନଙ୍କର ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରିପାରିବେ । ଅପରପକ୍ଷରେ ରାଜ୍ୟରେ ଅକସିଜେନ ପରିଚାଳନା ବ୍ୟବସ୍ଥା ସୁଦୃଢ କରିବା ଏବଂ ଏଥିପାଇଁ ଏକ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ପାଇଁ ଏକ ଟାକ୍‌ସଫୋର୍ସ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । କରୋନା ସମ୍ପର୍କିତ ସଚେତନତାର ବାର୍ତ୍ତା ଲୋକଙ୍କୁ ପାଖରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ବିଧାୟକଙ୍କୁ ପରାମର୍ଶ ଦେବା ସହିତ କୋଭିଡ ପରିଚାଳନା କାର୍ଯ୍ୟ ବିଶେଷତଃ, ମିଶନ ଶକ୍ତି ଗ୍ରୁପ ଠାରୁ କିଣି ଗରିବ ଲୋକଙ୍କୁ ମାସ୍କ ବାଣ୍ଟିବା ପାଇଁ ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କରୋନା ବିରୋଧରେ ଲଢେଇକୁ ଆହୁରି ମଜବୁତ କରିବା ପାଇଁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସୋମବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଗତ ଏକ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଓଡିଶାରେ ସଂକ୍ରମଣ ବଢୁଛି । ମହାପ୍ରଭୁଙ୍କ ଆଶୀର୍ବାଦରୁ ଆମେ ପରିସ୍ଥିତିକୁ ମୋଟାମୋଟି ଭାବରେ ନିୟନ୍ତ୍ରଣରେ ରଖିବା ସହ ରୋଗୀକୁ ସେବା ଯୋଗାଇ ଦେବା ଦିଗରେ କାମ କରିଚାଲିଛୁ । ଆମ ପ୍ରଶାସନ ଓ ସ୍ୱାସ୍ଥ୍ୟକର୍ମୀ ମାନେ ଯେପରି ଦିନରାତି କାମ କରିଚାଲିଛନ୍ତି, ସେଥିପାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ସେମାନଙ୍କର ଉଚ୍ଚପ୍ରଶଂସା କରିଥିଲେ । ନିଜ ରାଜ୍ୟର ଚାହିଦା ପୂରଣ ସହିତ ଆଜି ଓଡିଶା ଅନ୍ୟ ରାଜ୍ୟକୁ ମଧ୍ୟ ଅକ୍‌ସିଜେନ ଯୋଗାଇ ବହୁ ମୂଲ୍ୟବାନ ଜୀବନ ରକ୍ଷା କରିପାରୁଛି । ଏହା ଓଡିଶା ପାଇଁ ନିଶ୍ଚିତ ଭାବରେ ଗୌରବର କଥା । ଏହି ଲଢେଇରେ ସ୍ୱାସ୍ଥ୍ୟ କର୍ମୀ ଓ ଡାକ୍ତରମାନଙ୍କ ସବୁଠାରୁ ଗୁରୁ ଦାୟିତ୍ୱ ଥିବାରୁ ୭୮୬ ଡାକ୍ତର ଓ ୫୧୩୭ ପାରାମେଡିକାଲ ଷ୍ଟାଫଙ୍କୁ ଇତି ମଧ୍ୟରେ ନିଯୁକ୍ତି ଦିଆଯାଇଛି । ଏହାସହିତ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଚୁକ୍ତିଭିତ୍ତିକ ନିଯୁକ୍ତି ଦେବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାରେ ଲୋକଙ୍କୁ ମାଗଣା ପରୀକ୍ଷା ଓ ରୋଗୀଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି । ଲୋକଙ୍କୁ ସତର୍କ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହୁଏତ ଆଗକୁ କୋଭିଡର ଅନେକ ଲହର ଆସିପାରେ । ତେଣୁ ଆମକୁ ଦୀର୍ଘ ଲଢେଇ ପାଇଁ ପ୍ରସ୍ତୁତ ରହିବାକୁ ହେବ । କରୋନା ବିରୁଦ୍ଧରେ ସଫଳ ଲଢେଇ ପାଇଁ ଟିକାକରଣ ଆମର ମୁଖ୍ୟ ରଣକୌଶଳ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଦ୍ୱିତୀୟ ଲହରର ପ୍ରଭାବ ହ ୍ରାସ କରିବା ପାଇଁ ଆମେ ଲକ୍‌ଡାଉନ କରିଛୁ । କି;ୁ କେବଳ ଲକ୍‌ଡାଉନ
ଏହାର ସମାଧାନ ନୁହେଁ ।
କାରଣ ଏହାଦ୍ୱାରା ଅନେକ ଲୋକଙ୍କ ଜୀବିକା ଗଭୀର ଭାବରେ ପ୍ରଭାବିତ ହେଉଛି । ଏହା ଏକ ଲମ୍ବା ଲଢେଇ । ତେଣୁ ଲୋକଙ୍କୁ ସଚେତନତା ଜରିଆରେ ପ୍ରସ୍ତୁତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବା ସହ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା, ଅନାବଶ୍ୟକ ଭାବରେ ବାହାରେ ନ ବୁଲିବା ଏବଂ ଗହଳିକୁ ନ ଯିବା ଆଦି ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ଅନୁରୋଧ କରିଥିଲେ । ଏହି ଅବସରରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାୟକଙ୍କୁ କୋଭିଡ଼ ସଂକ୍ରମଣ ରୋକିବା ଦିଗରେ କାମ କରିବା ପାଇଁ ବିଧାୟକଙ୍କୁ ଶପଥ ପାଠ କରାଇଥିଲେ । ବୈଠକରେ ବିରୋଧୀ ଦଳ ଉପନେତା, ମୁଖ୍ୟ ସଚେତକ ଓ କଂଗ୍ରେସ ବିଧାୟକ ଦଳ ନେତା ପ୍ରମୁଖ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ତାକତ ଦେଖାଇଲା ତାଉ’ତେ:   ମହାରାଷ୍ଟ୍ରରେ ଛ’ମୃତ, ବ୍ୟାପକ କ୍ଷୟକ୍ଷତି

ତାକତ ଦେଖାଇଲା ତାଉ’ତେ: ମହାରାଷ୍ଟ୍ରରେ ଛ’ମୃତ, ବ୍ୟାପକ କ୍ଷୟକ୍ଷତି

Read More...

ଆମ୍ବୁଲାନ୍ସ ଦର ଧାର୍ଯ୍ୟ କଲେ ରାଜ୍ୟ ସରକାର

ଆମ୍ବୁଲାନ୍ସ ଦର ଧାର୍ଯ୍ୟ କଲେ ରାଜ୍ୟ ସରକାର

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page