ଭୀଷଣ ବର୍ଷା ଆଶଙ୍କା: ଛ’ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିିଂ

June 11, 2021, ଓଡ଼ିଶା, , Anupambharat News Bureau


ଭୀଷଣ ବର୍ଷା ଆଶଙ୍କା:   ଛ’ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିିଂ
Anupambharat News Bureau
June 11, 2021


ଭୁବନେଶ୍ୱର, ୧୧ା୬(ଅନୁପମ ମିଡ଼ିଆ): ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ରାଜ୍ୟର ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ ଓ ଅନୁଗୁଳ ଜିଲ୍ଲାରେ ଭୀଷଣ ବର୍ଷା ହେବାର ଆଶଙ୍କା ରହିଛି । ଏହି ଦୃଷ୍ଟିରୁ ଏହି ସବୁ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ଢେଙ୍କାନାଳ , କଟକ ଓ ଦେବଗଡ ଜିଲ୍ଲାରେ ପ୍ରବଳରୁ ଅତି ପ୍ର୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।ଏହି ସମୟରେ ଅକସ୍ମାତ୍‌ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ । ସେହିପରି ମାଟିରାସ୍ତା ଧସିଯିବା, ପାହାଡ଼ିଆ ଅଞ୍ଚଳରେ ଭୂ-Õଳନ ଓ ମୁ୍ୟନିସିପାଲିଟି ଅଞ୍ଚଳରେ ଯାତାୟାତ ବାଧାପ୍ରାପ୍ତ ହୋଇପାରେ । ଏଥିଯୋଗୁଁ ପନିପରିବା ଚାଷ ମଧ୍ୟ ନଷ୍ଟ ହେବାର ସମ୍ଭାବନା ରହିଛି । ତେଣୁ ସତର୍କତା ଅବଲମ୍ବନ କରିବା ପାଇଁ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟବାସୀଙ୍କୁ ସତର୍କ କରାଇ ଦିଆଯାଇଛି । ଏଥିସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ,ବାଲେଶ୍ୱର,ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼,ଗଜପତି, ଗଞ୍ଜାମ, ରାୟଗଡା ଓ କନ୍ଧମାଳ ଆଦି ରହିଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ପଦ୍ମଶ୍ରୀ ରାଧାମୋହନଙ୍କ ପରଲୋକ

ପଦ୍ମଶ୍ରୀ ରାଧାମୋହନଙ୍କ ପରଲୋକ

Read More...

ବର୍ଷାରେ ଭୁଶୁଡ଼ିଲା କୋଠା  :  ୧୧ ମୃତ, ୧୮ ଗୁରୁତର

ବର୍ଷାରେ ଭୁଶୁଡ଼ିଲା କୋଠା : ୧୧ ମୃତ, ୧୮ ଗୁରୁତର

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page