ପଦ୍ମଶ୍ରୀ ରାଧାମୋହନଙ୍କ ପରଲୋକ

June 11, 2021, ଓଡ଼ିଶା, , Anupambharat News Bureau


ପଦ୍ମଶ୍ରୀ ରାଧାମୋହନଙ୍କ ପରଲୋକ
Anupambharat News Bureau
June 11, 2021


ଭୁବନେଶ୍ୱର, ୧୧ା୬ (ଅନୁପମ ମିଡ଼ିଆ): ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ପରଲୋକ ଘଟିଛି । ୭୮ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଉଲ୍ଲେଖନୀୟ ଯେ, କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୨୦୨୦ରେ ପ୍ରଫେସର ରାଧାମୋହନ ଓ ତାଙ୍କ ଝିଅ ସାବରମତିଙ୍କୁ ମିଳିତ ଭାବେ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା । ଖାଲି ପଡ଼ିଥିବା ଜମିରେ ଜୈବିକ ଚାଷ କରି ସେ ବୈପବ୍ଲିକ ପରିବର୍ତ୍ତନ ଆଣିଥିଲେ । ପ୍ରଫେସର ରାଧାମୋହନ ପୂର୍ବରୁ ଓଡିଶାର ସୂଚନା କମିଶନର ଭାବେ ଦାୟିତ୍ୱ ତୁଲାଇଥିଲେ । ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ବିୟୋଗରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ତାଙ୍କର ପରିବାରବର୍ଗ ପ୍ରତି ସମବେଦନା ଜ୍ଞାପନ କରିବା ସହ କହିଛନ୍ତି ଜୈବିକ କୃଷି ଟେକନିକ ପାଇଁ ସେ ସବୁବେଳେ ମନେ ରହିବେ । ସେହିଭଳି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ସ୍ୱର୍ଗତ ରାଧମୋହନଙ୍କୁ ଜଣେ ବିଶିଷ୍ଟ ପରିବେଶବିତ୍‌ ତଥା ଶିଷାବିତ୍‌ ଭାବରେ ବର୍ଣ୍ଣନା କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି । ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଗଭୀର ଶୋକ ପ୍ରକାଶ କରିଛନ୍ତି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
 ଗୁଳି ବିନିମୟ : ଜଣେ ମାଓବାଦୀ ନିହତ

ଗୁଳି ବିନିମୟ : ଜଣେ ମାଓବାଦୀ ନିହତ

Read More...

ଭୀଷଣ ବର୍ଷା ଆଶଙ୍କା:   ଛ’ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିିଂ

ଭୀଷଣ ବର୍ଷା ଆଶଙ୍କା: ଛ’ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିିଂ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page