ଆଠଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ଉଦ୍‌ଘାଟିତ : ତୃତୀୟ ଲହରର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରୁହ ­: ମୁଖ୍ୟମନ୍ତ୍ରୀ

June 18, 2021, ଓଡ଼ିଶା, , Anupambharat News Bureau


ଆଠଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ଉଦ୍‌ଘାଟିତ :  ତୃତୀୟ ଲହରର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରୁହ ­: ମୁଖ୍ୟମନ୍ତ୍ରୀ
Anupambharat News Bureau
June 18, 2021


ଭୁବନେଶ୍ୱର, ୧୮ା୬ (ଅନୁପମ ମିଡିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ବିଭିନ୍ନ ସ୍ୱାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ (ଏଲଏମଓ) ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅକ୍‌ସିଜେନ ଉତ୍ପାଦନ ବ୍ୟବସ୍ଥାର (ପିଏସଏ ପ୍ଲାଣ୍ଟ) ଭିତ୍ତିପ୍ରସ୍ତର ରଖିବା ସହିତ ଅନ୍ୟାନ୍ୟ ଭିତିଭୂମିର ଉ“ାଟନ କରିଛନ୍ତି । ଏହି ୮ଟି ଜିଲ୍ଲା ହେଉଛି ­ ଝାରସୁଗୁଡା, ଭଦ୍ରକ, ଜଗତସିଂହପୁର, ପୁରୀ, ସୋନପୁର, ନୟାଗଡ, ସୁନ୍ଦରଗଡ ଏବଂ ମୟୁରଭଞ୍ଜ ।
ରାଜ୍ୟରେ ୨୦ଟି ଚାପ ଅବଶୋଷଣ ପ୍ରଣାଳୀରେ ଅକ୍‌ସିଜେନ ଉତ୍ପାଦନ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ଜୁନ୍‌ ୯ ତାରିଖରେ ୭ଟି ଓ ଆଜି ୮ଟି ପିଏସଏ ପ୍ଲାଣ୍ଟର ଭିତିପ୍ରସ୍ତର ରଖାଯାଇଛି । ଏହି ୨୦ଟି ପିଏସଏ ପ୍ଲାଣ୍ଟ ଦ୍ୱାରା ମିନିଟ୍‌ ପ୍ରତି ୨୪ ହଜାର ଲିଟର ମେଡିକଲ ଅକ୍ସିଜେନ ଉତ୍ପାଦିତ ହୋଇପାରିବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ରାଜ୍ୟରେ କୋଭିଡ ପରିସ୍ଥିତିରେ ଯଥେଷ୍ଟ ଉନ୍ନତି ଆସିଛି । ତଥାପି ଆମକୁ ଆହୁରି ସାବଧାନ ହେବାକୁ ପଡିବ । ତୃତୀୟ ଲହର ପାଇଁ କେତେକ ରାଜ୍ୟରେ ବିଶେଷଜ୍ଞମାନେ ସତର୍କ ସୂଚନା ଦେଇଛନ୍ତି ବୋଲି ପ୍ରକାଶ କରି ଆମ ରାଜ୍ୟରେ ଏଥିପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ଏହାସହିତ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚିତ ଭାବରେ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ବିରୁଦ୍ଧରେ ଲଢେଇ ଜାରି ରହିଛି । ଅପ୍ରେଲରୁ ଆରମ୍ଭ ହୋଇଥିବା ଦ୍ୱିତୀୟ ଲହରରେ ରୋଗୀଙ୍କ ଅକ୍ସିଜେନ ସ୍ତର କମିବା ଏକ ବଡ ସମସ୍ୟା ହୋଇ ଦେଖାଦେଇଛି । ତେଣୁ ଆମର ସବୁ ହସ୍‌ପିଟାଲରେ ଅକ୍‌ସିଜେନ ଯୋଗାଣ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଅବସରରେ ବିଭିନ୍ନ ଜିଲ୍ଲାରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପଞ୍ଚାୟତିରାଜ ଓ ଆଇନ୍‌ ମନ୍ତ୍ରୀ ପ୍ରତାପ ଜେନା, ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ରାଜ୍ୟସଭା ସାଂସଦ ଏବଂ ବିଧାୟକମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ରହି କୋଭିଡ ଲଢେଇରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱର ଉଚ୍ଚପ୍ରଶଂସା କରିଥିଲେ । ଉନ୍ନୟନ କମିଶନର ପି.କେ. ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା, ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ ଏବଂ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ସ୍ୱାଗତ ଭାଷଣ ଦେଇଥିଲେ ଏବଂ ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ବରଯାତ୍ରୀରେ ନାଚି ତହସିଲଦାର ନିଲମ୍ବିତ

ବରଯାତ୍ରୀରେ ନାଚି ତହସିଲଦାର ନିଲମ୍ବିତ

Read More...

ଆଇନ ପାଳନ କରିବାକୁ ପ୍ରତିଶୃତି ଦେଲା ଟ୍ୱିଟର୍‌

ଆଇନ ପାଳନ କରିବାକୁ ପ୍ରତିଶୃତି ଦେଲା ଟ୍ୱିଟର୍‌

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page