ଭୁବନେଶ୍ୱର, ୨ା୮(ଅନୁପମ ମିଡ଼ିଆ): ଟୋକିଓ ଅଲିମ୍ପିକ୍ସ୍ର ଭାରତୀୟ ମହିଳା ହକି ଦଳ ଅଷ୍ଟ୍ରେଲିଆକୁ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିବା ପରେ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭାରତୀୟ ଟିମରେ ଏହା ଜବରଦସ୍ତ ବିଜୟ ବୋଲି ସେ କହିଛନ୍ତି । ଆଗକୁ ଟିମ୍ ଭଲ ପ୍ରଦର୍ଶନ କରି ବିଜୟ ଧାରା ଜାରି ରଖିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟରରେ ଲେଖିଛନ୍ତି, ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ପୁରୁଷ ହକି ଦଳ ଏବଂ ପ୍ରଥମ ଥର ମହିଳା ହକି ଦଳ ଅଲିମ୍ପିକ୍ସର ସେମିଫାଇନାଲରେ ପହଞ୍ଚିବା ସମଗ୍ର ଦେଶ ପାଇଁ ଗୌରବର ବିଷୟ । ୨୦୧୮ରୁ ଓଡ଼ିଶା ଉଭୟ ଜାତୀୟ ଦଳକୁ ପ୍ରୋତ୍ସାହିତ କରିଆସୁଥିବାରୁ ଆମେ ସମସ୍ତେ ଓଡ଼ିଶାବାସୀ ଆଜି ଗର୍ବିତ । ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ।