ସାତ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

August 14, 2021, ଓଡ଼ିଶା, , Anupambharat News Bureau


ସାତ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
Anupambharat News Bureau
August 14, 2021


ଭୁବନେଶ୍ୱର, ୧୪ା୮(ଅନୁପମ ମିଡ଼ିଆ): ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ସମ୍ପୃକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼,ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।ସେହିପରି ୧୫ରୁ ୧୬ ତାରିଖ ମଧ୍ୟରେ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ବାଲେଶ୍ୱର , ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ,ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି , କୋରାପୁଟ ଓ ରାୟଗଡା ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବାରୁ ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆଫ୍‌ଗାନିସ୍ତାନକୁ ଫେରିଲା ତାଲିବାନ ଶାସନ

ଆଫ୍‌ଗାନିସ୍ତାନକୁ ଫେରିଲା ତାଲିବାନ ଶାସନ

Read More...

ରାଷ୍ଟ୍ର ଉଦ୍ଦେଶ୍ୟରେ ରାଷ୍ଟ୍ରପତିଙ୍କ ସମ୍ବୋଧନ:  ଦ୍ୱିତୀୟ ଲହର ଯନ୍ତ୍ରଣାଦାୟକ

ରାଷ୍ଟ୍ର ଉଦ୍ଦେଶ୍ୟରେ ରାଷ୍ଟ୍ରପତିଙ୍କ ସମ୍ବୋଧନ: ଦ୍ୱିତୀୟ ଲହର ଯନ୍ତ୍ରଣାଦାୟକ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page