ହିଞ୍ଜିଳିରୁ ରୂପାନ୍ତରିତ ସ୍କୁଲ କାର୍ଯ୍ୟକ୍ରମ ଆରମ୍ଭ : ପିଲାଙ୍କ ସ୍ୱପ୍ନ ସାକାର ହେବ: ମୁଖ୍ୟମନ୍ତ୍ରୀ

August 21, 2021, ଓଡ଼ିଶା, , Anupambharat News Bureau


ହିଞ୍ଜିଳିରୁ ରୂପାନ୍ତରିତ ସ୍କୁଲ କାର୍ଯ୍ୟକ୍ରମ ଆରମ୍ଭ :  ପିଲାଙ୍କ ସ୍ୱପ୍ନ ସାକାର ହେବ: ମୁଖ୍ୟମନ୍ତ୍ରୀ
Anupambharat News Bureau
August 21, 2021


ହିଞ୍ଜିଳିକାଟୁ/ଭୁବନେଶ୍ୱର, ୨୧ା୮(ଅନୁପମ ମିଡ଼ିଆ): ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ଆରମ୍ଭ ହୋଇଛି ସ୍କୁଲ ରୂପାନ୍ତରଣ କାର୍ଯ୍ୟ । ପ୍ରଥମ ପର୍ଯ୍ୟାୟରେ ୧୦ଟି ରୂପାନ୍ତରିତ ସ୍କୁଲକୁ ଶନିବାର ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ୧୦ଟି ଯାକ ସ୍କୁଲରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏଥିରେ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ବିଧାୟକଗଣ, ସରପଞ୍ଚ, ପଞ୍ଚାୟତ ସଦସ୍ୟ, ସ୍କୁଲର ପୁରାତନ ଛାତ୍ରଛାତ୍ରୀ, ବର୍ତ୍ତମାନର ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ଯୋଗ ଦେଇଥିଲେ । ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି ।
କାର୍ଯ୍ୟକ୍ରମକୁ ଭର୍ଚୁ୍ୟଆଲ ମାଧ୍ୟମରେ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତି ପିଲା ହେଉଛି ଅନନ୍ତ ସମ୍ଭାବନାର ପ୍ରତୀକ । ତାର ସୁନ୍ଦର ଭବିଷ୍ୟତ ପାଇଁ ତା ଆଖିରେ ଥାଏ ଅନେକ ସ୍ୱପ୍ନ ଓ ଏହି ସ୍ୱପ୍ନକୁ ସାକାର କରିବା ପାଇଁ ରୂପାନ୍ତରଣ ଆଣିଛି ସୁଯୋଗ । ପିଲାଙ୍କ ସ୍ୱପ୍ନ ସାକାର ହେଲେ ପୂରଣ ହେବ ନୂଆ ଓଡିଶା, ନବୀନ ଓଡିଶାର ଲକ୍ଷ୍ୟ । ଏହି ରୂପାନ୍ତରକୁ ନୂଆ ଓଡିଶାର ଭିତ୍ତି ଭାବରେ ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ହେଉଛି ସମସ୍ତଙ୍କ ଜୀବନର ଶ୍ରେଷ୍ଠ ସମୟ । ଏହି ରୂପାନ୍ତର ତୁମ ମାନଙ୍କ ପାଇଁ । ତୁମମାନଙ୍କ ଭବିଷ୍ୟତ ପାଇଁ ଏବଂ ତୁମମାନଙ୍କୁ ଶ୍ରେଷ୍ଠ ଗଢିବା ପାଇଁ ଏହା ଅନେକ ସୁଯୋଗ ସୃଷ୍ଟି କରିବ । ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟକୁ ବାଟ ଦେଖାଇଛି । ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୧୦୭୦ ସ୍କୁଲର କାୟାକଳ୍ପ ହେବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ସୂଚନା ଦେଇଥିଲେ ।
ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ ଏହି ସ୍କୁଲ ରୂପାନ୍ତରଣ ହେଉଛି, ଆମର ୫-ଟି କାର୍ଯ୍ୟକ୍ରମର କ୍ଲାସିକ୍‌ ଉଦାହରଣ । ୫-ଟିର ଟେକ୍ନୋଲୋଜି ଆମକୁ ସ୍ମାର୍ଟ କ୍ଲାସ୍‌ ରୁମ୍‌, ଇ-ଲାଇବ୍ରେରୀ, କମ୍ପ୍ୟୁଟର ଓ ଅତ୍ୟାଧୁନିକ ଲାବ୍ରୋଟୋରୀର ସୁବିଧା ଦେଇଥିବା ବେଳେ, ଆମ ସମସ୍ତଙ୍କର ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ । ୫-ଟିର ତୃତୀୟ ଆଧାର ହେଉଛି ଟାଇମ୍‌ ଅନୁସାରେ ଅଗଷ୍ଟ ୧୫ ସୁଦ୍ଧା ହିଞ୍ଜିଳି-ଶେରଗଡର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ୬ ମାସ ତଳେ କାମ ଆରମ୍ଭ ହୋଇ ନିର୍ଦ୍ଧାରିତ ସମୟ ପୂର୍ବରୁ କାମ ଶେଷ ହୋଇଛି । ସ୍କୁଲ ମାନଙ୍କରେ ଯାହାକିଛି ପରିବର୍ତ୍ତନ ଆସିଛି, ଲୋକଙ୍କ ସହ ଆଲୋଚନା କରି କରାଯାଇଛି । ଭିଜନ ଡକୁ୍ୟମେଣ୍ଟ ଠାରୁ ଆରମ୍ଭ କରି ଖର୍ଚ୍ଚ ବିଷୟରେ ଲୋକମାନେ ସବୁ ବିଷୟରେ ଅବଗତ ଅଛନ୍ତି । ସେମାନେ ନିଜେ ମଧ୍ୟ କାମ ତଦାରଖ କରିଛନ୍ତି । ସ୍ୱଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି ।
ଆଉ ଗୋଟିଏ ବିଷୟ ହେଲା ପିଲାମାନଙ୍କ ପାଇଁ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ଉପଲବ୍ଧତା । ଏସବୁ କିଛି ଆଣିପାରିଛି ରୂପାନ୍ତର ଏବଂ ଯାହା କି ସମସ୍ତେ ଦେଖି ପାରୁଛନ୍ତି ଓ ଅନୁଭବ ମଧ୍ୟ କରିପାରୁଛନ୍ତି ।ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରୀମଣ୍ଡଳର ସଦସ୍ୟବୃନ୍ଦ ଓ ବିଧାୟକ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିର ସ୍କୁଲ ମାନଙ୍କର ଏ ରୂପାନ୍ତରଣ ସମସ୍ତଙ୍କ ପାଇଁ ନିଶ୍ଚିତ ଭାବରେ ଏକ ବଡ ପ୍ରେରଣା । ଏହା ସାରା ରାଜ୍ୟରେ ମଧ୍ୟ ସମ୍ଭବ । ଗଞ୍ଜାମରେ ଏହାର ସଫଳତା ହେଉଛି ଗୋଷ୍ଠୀର ଅଂଶଗ୍ରହଣ । ଆପଣ ଗଞ୍ଜାମରେ ଯଦି କିଛି କାମ ପାଇଁ ଏକ ଲକ୍ଷ ଟଙ୍କା ଦେବେ, ତେବେ ସେମାନେ ଆପଣଙ୍କ ଦୁଇ ଲକ୍ଷ ଟଙ୍କାର କାମ କରି ଦେଖାଇବେ । ସେହିପରି ୫ ଲକ୍ଷ ଦେଲେ, ୮ ଲକ୍ଷ ଟଙ୍କାର କାମ କରି ଦେଖାଇବେ । ଗଞ୍ଜାମର ଏହି ଗୋଷ୍ଠୀ ଚେତନା ହିଁ ଗଞ୍ଜାମର ସବୁଠାରୁ ବଡ ଶକ୍ତି ଓ ସଫଳତା । ସାରା ରାଜ୍ୟରେ ପିଲାମାନଙ୍କ ସୁନ୍ଦର ଭବିଷ୍ୟତ ପାଇଁ ମିଳିମିଶି କାମ କଲେ ତାହା ହିଁ ଆଣିବ ଓଡିଶାର ପ୍ରକୃତ ରୂପାନ୍ତର ।
ପରିଶେଷରେ ଜନସାଧାରଣ ରୂପାନ୍ତରଣ ହୋଇଥିବା ସ୍କୁଲ ଗୁଡିକର ଯତ୍ନ ନିଜ ସମ୍ପତ୍ତି ପରି ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ ।
ଏହି କାର୍ଯ୍ୟକ୍ରମରେ କୋଡ଼ିଏ ଜଣ ବିଧାୟକ ଓ ମନ୍ତ୍ରୀ ଭାଗ ନେଇଥିଲେ । ସ୍କୁଲ ରୂପାନ୍ତରୀକରଣ କାମର ଉଚ୍ଚ ପ୍ରଶଂସା କରିଥିଲେ । ୫-ଟି ସଚିବ ଭି କେ ପାଣ୍ଡିଆନ୍‌ କାର୍ଯ୍ୟକ୍ରମ ସଞ୍ଚାଳନା କରିଥିଲେ । ମୁଖ୍ୟ ଶାସନ ସଚିବଙ୍କ ସମେତ ବରିଷ୍ଠ ପଦାଧିକାରୀ ଓ ଜିଲ୍ଲାର ଜିଲ୍ଲାପାଳ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଗରିବ ଲୋକଙ୍କୁ ମାଗଣାରେ ଇକମୋ ଚିକିତ୍ସା ଦେବ ଏମ୍ସ

ଗରିବ ଲୋକଙ୍କୁ ମାଗଣାରେ ଇକମୋ ଚିକିତ୍ସା ଦେବ ଏମ୍ସ

Read More...

ପାକ୍‌ ଆର୍ମି ହେପାଜତରେ ଅଛି କି ତାଲିବାନ ମୁଖ୍ୟ ଅଖୁଣ୍ଡଜାଦା ?

ପାକ୍‌ ଆର୍ମି ହେପାଜତରେ ଅଛି କି ତାଲିବାନ ମୁଖ୍ୟ ଅଖୁଣ୍ଡଜାଦା ?

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page