ଆଉ ୧୦ ରୂପାନ୍ତରିତ ସ୍କୁଲ ଲୋକାର୍ପିତ : ଓଡ଼ିଶାର ପିଲାମାନେ କାହାଠାରୁ କମ୍‌ ନୁହନ୍ତି:ନବୀନ

August 23, 2021, ଓଡ଼ିଶା, , Anupambharat News Bureau


ଆଉ ୧୦ ରୂପାନ୍ତରିତ ସ୍କୁଲ ଲୋକାର୍ପିତ  : ଓଡ଼ିଶାର ପିଲାମାନେ କାହାଠାରୁ କମ୍‌ ନୁହନ୍ତି:ନବୀନ
Anupambharat News Bureau
August 23, 2021


ହିଞ୍ଜିଳିକାଟୁ/ଭୁବନେଶ୍ୱର, ୨୩ା୮(ଅନୁପମ ମିଡ଼ିଆ):­ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରେ ଆଜି ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୧୦ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଉଦବୋଧନ ଦେଇ କହିଛନ୍ତି ଯେ, ଆମର ଓଡିଶାର ପିଲାମାନେ ପ୍ରତିଭାରେ କାହାଠାରୁ କମ୍‌ ନୁହନ୍ତି । ସେମାନଙ୍କ ପାଖରେ ଭରପୁର ସମ୍ଭାବନା ରହିଛି । ସୁଯୋଗ ପାଇଲେ ସେମାନେ ଇତିହାସ ସୃଷ୍ଟି କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ହକି ଖେଳରେ ଆମର ପ୍ରଚୁର ସମ୍ଭାବନା ଥିଲା । ଯେତେବେଳେ ସେମାନଙ୍କୁ ପ୍ରୋତ୍ସାହନ ମିଳିଲା, ସେମାନେ ଦୀର୍ଘ ୪୧ ବର୍ଷ ପରେ ଅଲମ୍ପିକ୍ସରେ ମେଡାଲ ଜିତି ଆମ ପାଇଁ ଗୌରବ ଆଣିଲେ । ଓଡିଶା ସରକାର ହକିକୁ ସ୍ପୋନସର କରୁଛି । ଓଡିଶାର ଦୁଇ ଜଣ ଖେଳାଳି ଦେଶପାଇଁ ଖେଳି ଆମର ମର୍ଯ୍ୟାଦା ବଢାଇଛନ୍ତି । ତେଣୁ ସବୁ କ୍ଷେତ୍ରରେ ସୁଯୋଗ ସୃଷ୍ଟି କରିବା ଉପରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଗୁରୁତ୍ୱ ଆରୋପ କରିଥିଲେ । ।
ଆଜି ଲୋକାର୍ପିତ ହୋଇଥିବା ବିଦ୍ୟାଳୟ ଗୁଡିକ ହେଉଛି ­ ବୃନ୍ଦାବନ ନାୟକ ସ୍ମୃତି ବିଦ୍ୟାପୀଠ, ଶାସନ ଆମ୍ବଗାଁ ପଞ୍ଚାୟତ କୁମାରପାଣି ହାଇସ୍କୁଲ, କୁମାରପାଣି ପଂଚାୟତ ସରକାରୀ ୟୁଜି ହାଇସ୍କୁଲ, ସାପୁଆପଲ୍ଲୀ, ଦାରୁଭଦ୍ର ପଞ୍ଚାୟତ ଲାଞ୍ଜିଆପଲ୍ଲୀ ହାଇସ୍କୁଲ, ଧନତରା ପଞ୍ଚାୟତ ଗ୍ରାମପଞ୍ଚାୟତ ହାଇସ୍କୁଲ, ଶାହାପୁର ପଂଚାୟତ କରଡ଼କଣା ହାଇସ୍କୁଲ, କରଡକଣ ପଞ୍ଚାୟତ ଭଗବତୀ ବିଦ୍ୟାପୀଠ, ବୁରୁପଦ ପଞ୍ଚାୟତ ସହିଦ୍‌ ହାଇସ୍କୁଲ, ଟକରଡା ପଞ୍ଚାୟତ ମା କାଳୀ ହାଇସ୍କୁଲ, କୁଳାଗଡା ପଞ୍ଚାୟତ ଓ ଜେସିସି ହାଇସ୍କୁଲ, ଭାବନ୍ଧ ପଞ୍ଚାୟତ । ପିଲାମାନଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ହେଉଛି ସମସ୍ତଙ୍କ ଜୀବନର ଶ୍ରେଷ୍ଠ ସମୟ । ଏହି ରୂପାନ୍ତର ତୁମ ମାନଙ୍କ ପାଇଁ । ତୁମମାନଙ୍କ ଭବିଷ୍ୟତ ପାଇଁ ଏବଂ ତୁମମାନଙ୍କୁ ଶ୍ରେଷ୍ଠ ଗଢିବା ପାଇଁ ଏହା ଅନେକ ସୁଯୋଗ ସୃଷ୍ଟି କରିବ । ୫-ଟି କାର୍ଯ୍ୟକ୍ରମ ଏହି ରୂପାନ୍ତରୀକରଣରେ କିପରି ପ୍ରମୁଖ ଭୂମିକା ନେଇଛି ସେ ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫ ଟିର ପ୍ରତ୍ୟେକ ନୀତିର ପ୍ରୟୋଗ ବିଦ୍ୟାଳୟ ରୂପାନ୍ତରଣକୁ ସଫଳ କରିଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟରେ ଆଗ୍ରହ ସୃଷ୍ଟି କରିଛି । ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରୀମଣ୍ଡଳର ସଦସ୍ୟବୃନ୍ଦ ଓ ବିଧାୟକଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରୁ ଆରମ୍ଭ ହୋଇଥିବା ସ୍କୁଲ ମାନଙ୍କର ଏ ରୂପାନ୍ତରଣ ଓଡ଼ିଶାର ଶିକ୍ଷା ଇତିହାସ ରେ ଏକ ଗୌରବ ମୟ ଅଧ୍ୟାୟ ଯୋଡ଼ି ପାରିଛି ।ମନ୍ତ୍ରୀ ଓ ବିଧାୟକମାନେ ସେମାନଙ୍କ ଅଞ୍ଚଳରେ ଏହି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ କିପରି ଭଲ ଭାବରେ
କାର୍ଯ୍ୟକାରୀ ହେବ, ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ସ୍ଥାନୀୟ ଜନସାଧାରଣଙ୍କୁ ସାମିଲ କରି ଗଞ୍ଜାମରେ ଯେପରି ସଫଳତା ମିଳିଛି, ଅନ୍ୟ ସବୁ ଜିଲ୍ଲାରେ ମଧ୍ୟ ସେହିପରି ଲୋକଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ଏହି ଅବସରରେ ୧୦ଟି ଯାକ ସ୍କୁଲରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ମନ୍ତ୍ରୀମଣ୍ଡଳର ସଦସ୍ୟ ,ବିଧାୟକଗଣ, ସରପଞ୍ଚ, ପଞ୍ଚାୟତ ସଦସ୍ୟ, ସ୍କୁଲର ପୁରାତନ ଛାତ୍ରଛାତ୍ରୀ, ବର୍ତ୍ତମାନର ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ଯୋଗ ଦେଇଥିଲେ । ୫ -ଟି ସଚିବ ଭି କେ ପାଣ୍ଡିଆନ୍‌ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଗଞ୍ଜାମ ଜିଲ୍ଳାପାଳ ବିଜୟ ଅମୃତ କୁଲାଙ୍ଗେ ସ୍ୱାଗତ ଭାଷଣ ଦେଇଥିଲେ ।
ମୀରା ସ୍ୱାଇଁ, ତୃପ୍ତି ମୟୀ ମହାରଣା ,ଶଙ୍କର ଜେନା ,ସ୍ମୃତି ମୟୀ ପ୍ରଧାନ , ରେଶମା ଦାସ ,ସୁଇଟି ତ୍ରିପାଠୀ, ପାୟଲ ଗୌଡ଼ ,ଓ ରୁଦ୍ର ନାରାୟଣ ଶତପଥୀ ପ୍ରମୁଖ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ମାନେ ଏହା ସେମାନଙ୍କ ଆତ୍ମବିଶ୍ୱାସ ବୃଦ୍ଧି ରେ ସହାୟକ ହେବ ବୋଲି ମତ ଦେଇ ଆନନ୍ଦ ପ୍ରକାଶ କରିଥିଲେ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ , ମନ୍ତ୍ରୀ ପ୍ରତାପ ଜେନା ,ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇ,ମନ୍ତ୍ରୀ ଅଶୋକ ପଣ୍ଡା ,ମନ୍ତ୍ରୀ ରଘୁନନ୍ଦନ ଦାସ ଓ ବିଧାୟକ ମାନେ ଯୋଗ ଦେଇ ହିଞ୍ଜିଳି ବିକାଶ ସମ୍ପର୍କରେ ସୋମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରିଥିଲେ । ଲୋକସେବା ଭବନରୁ ମୋ ସ୍କୁଲର ଅଧ୍ୟକ୍ଷ ସସ୍ମିତା ବାଗ୍‌ଚୀ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଯୋଗଦେଇ ଥିଲେ । ସୂଚନାଯୋଗ୍ୟ ଯେ ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା । ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି । ୫ଟି ପର୍ଯ୍ୟାୟରେ ୫୦ଟି ସ୍କୁଲର ଲୋକାର୍ପଣ କରାଯିବ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
 ଉଦ୍ଧବଙ୍କୁ ଚାପୁଡ଼ା ମନ୍ତବ୍ୟ ମହଙ୍ଗା ପଡ଼ିଲା : କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ ଗିରଫ

ଉଦ୍ଧବଙ୍କୁ ଚାପୁଡ଼ା ମନ୍ତବ୍ୟ ମହଙ୍ଗା ପଡ଼ିଲା : କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ ଗିରଫ

Read More...

ଆଜିଠାରୁ ଟୋକିଓ ପାରା ଅଲିମ୍ପିକ୍ସ

ଆଜିଠାରୁ ଟୋକିଓ ପାରା ଅଲିମ୍ପିକ୍ସ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page