ସମ୍ଭାବ୍ୟ ମରୁଡି ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା : ସାତ ଦିନରେ ସବୁ ଉଠା ଜଳସେଚନ କାର୍ଯ୍ୟକ୍ଷମ ନିର୍ଦ୍ଦେଶ

August 31, 2021, ଓଡ଼ିଶା, , Anupambharat News Bureau


ସମ୍ଭାବ୍ୟ ମରୁଡି ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା : ସାତ ଦିନରେ ସବୁ ଉଠା ଜଳସେଚନ କାର୍ଯ୍ୟକ୍ଷମ ନିର୍ଦ୍ଦେଶ
Anupambharat News Bureau
August 31, 2021


ଭୁବନେଶ୍ୱର, ୩୧ା୮(ଅନୁପମ ମିଡ଼ିଆ):­ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟରେ ସମ୍ଭାବ୍ୟ ମରୁଡି ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରି ଏହାର ମୁକାବିଲା କରିବାକୁ ନିର୍ଦ୍ଦେଶ ଦେବା ସହିତ ଚାଷୀଙ୍କ ପାଇଁ ଜରୁରୀକାଳୀନ ଫସଲ ଯୋଜନା (କଣ୍ଟିଜେନ୍ସି କ୍ରପ୍‌ ପ୍ଲାନ୍‌) କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୧୩ଟି ବ୍ଲକ୍‌ରେ ବର୍ଷାର ଅଭାବ ଦେଖାଦେଇଛି, ଯାହାକି କୃଷି କାର୍ଯ୍ୟକ୍ରମକୁ ପ୍ରଭାବିତ କରିବାର ଆଶଙ୍କା ରହିଛି । କୃଷି ଓ କୃଷକ ସଶକ୍ତିକରଣ ବିଭାଗକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇ ଦୈନିକ ଭିତିରେ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସମ୍ପୃକ୍ତ ଜିଲ୍ଲାପାଳମାନେ କ୍ଷେତ୍ରସ୍ତରରେ ତୁରନ୍ତ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଛନ୍ତି ।
ଫସଲ ପାଇଁ ଜରୁରୀକାଳୀନ ଯୋଜନା, କେନାଲ ଗୁଡିକରେ ଜଳପ୍ରବାହ ଏବଂ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି କାର୍ଯ୍ୟକ୍ରମ ଗୁଡିକ ମଧ୍ୟରେ ଉତ୍ତମ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ଚାଷୀଙ୍କ ଫସଲ ନଷ୍ଟ ହେବା କ୍ଷେତ୍ରରେ ଦ୍ୱିତୀୟ ଫସଲ ପାଇଁ ବିହନ ଓ ମିନିକିଟ୍‌ ଯୋଗାଇ ଦେବା ଏବଂ ଯେଉଁଠାରେ ଫସଲ ଅଛି, ତାକୁ ସୁରକ୍ଷିତ ରଖିବା ପାଇଁ ରିହାତି ଦରରେ ଚାଷୀଙ୍କୁ ଡିଜେଲ ପମ୍ପ୍‌ସେଟ୍‌ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଚାଷୀଙ୍କ ଜମିକୁ ଜଳଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ଗୋଟିଏ ଜାଗାରେ ଅଧ ଏକରରୁ ଅଧିକ ଥିବା ଚାଷ ଜମି ପାଇଁ ପୋଖରୀ ଖୋଳିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ସମସ୍ତ ଉଠାଜଳସେଚନ ପଏଣ୍ଟ ଗୁଡିକୁ ୭ ଦିନ ମଧ୍ୟରେ ମରାମତି ଓ ପୁନରୁଦ୍ଧାର କରି କାର୍ଯ୍ୟକ୍ଷମ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ଛୋଟ ଓ ନାମମାତ୍ର ଚାଷୀ ଓ କୃଷି ଶ୍ରମିକଙ୍କୁ ଜୀବିକା ସହାୟତା ଦେବା ପାଇଁ ବିଭିନ୍ନ ରୋଜଗାର ସୃଷ୍ଟିକାରୀ ଯୋଜନା ଉପରେ ପ୍ରାଥମିକତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ତଳିଆ ଅଞ୍ଚଳର ଚାଷୀମାନଙ୍କ ପାଇଁ ଜଳଯୋଗାଣ ସୁନିଶ୍ଚିତ କରିବା ଓ ଭୂତଳ ଜଳ ପାଇଁ ପଦକ୍ଷେପ ନେବାକୁ ଜଳସମ୍ପଦ ବିଭାଗକୁ ପରାମର୍ଶ ଦେଇଛନ୍ତି ।
ଜନସାଧାରଣ ଓ ପ୍ରାଣୀସମ୍ପଦଙ୍କ ପାଇଁ ଯେପରି ପାନୀୟ ଜଳର ଅଭାବ ନ ହୁଏ, ତାହା ସୁନିଶ୍ଚିତ କରିବାକୁ ଜିଲ୍ଲା ଓ ପୌରସଂସ୍ଥା କର୍ତ୍ତୃପକ୍ଷମାନେ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଚାଷୀ ଓ ସାଧାରଣ ଜନତାଙ୍କ ଉପରେ ମରୁଡିର ପ୍ରଭାବ କମ୍‌ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ବୃଷ୍ଟିପାତ ୩୦ ପ୍ରତିଶତ କମ୍‌ ରହିଛି । ଧାନ ଫସଲ ପାଇଁ ସମସ୍ୟା ଦେଖା ଦେଇଥିଲେ ମଧ୍ୟ ଅଣଧାନ ଫସଲ ପାଇଁ କୌଣସି ସମସ୍ୟା ସୃଷïି ହୋଇନାହିଁ । ଏମଜିନରେଗାରେ ଅଧିକ କର୍ମନିଯୁକ୍ତି ସୃଷ୍ଟି ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ । ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ଜଳସମ୍ପଦ ବିଭାଗ ନିଜସ୍ୱ ବିକଳ୍ପ ଯୋଜନା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନା ରଖିଥିଲେ ।କଳାହଣ୍ଡି, ସୁନ୍ଦରଗଡ, ଅନୁଗୁଳ ଓ ରାୟଗଡା ଜିଲ୍ଲାର ଜିଲ୍ଲାପାଳ ମାନେ ଜିଲ୍ଲାର ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ପାଣିପାଗ ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ରାଜ୍ୟରେ ବୃଷ୍ଟିପାତ ସମ୍ପର୍କରେ ସୂଚନା ଦେଇ କହିଥିଲେ ଯେ ସେପଫେମ୍ବର ମାସରେ ସ୍ୱଭାବିକ ବୃଷ୍ଟିପାତ ହୋଇ ୨୨୬.୬ ମିମି ବର୍ଷା ହେବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ । ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ବୈଠକରେ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆଜିଠୁ ବିଧାନସଭା

ଆଜିଠୁ ବିଧାନସଭା

Read More...

ଜାମ୍ମୁକାଶ୍ମୀର ମୁହାଁ ଆତଙ୍କବାଦୀ

ଜାମ୍ମୁକାଶ୍ମୀର ମୁହାଁ ଆତଙ୍କବାଦୀ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page