୨୪ ଘଣ୍ଟାରେ ଲଘୁଚାପ !

September 05, 2021, ଓଡ଼ିଶା, , Anupambharat News Bureau


୨୪ ଘଣ୍ଟାରେ ଲଘୁଚାପ !
Anupambharat News Bureau
September 05, 2021


ଭୁବନେଶ୍ୱର, ୫ା୯(ଅନୁପମ ମିଡିଆ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ସେପେଫମ୍ବର ୬ରୁ ୭ ତାରିଖ ମଧ୍ୟରେ ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ପୁରୀ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ମାଲକାନଗିରି, ରାୟଗଡ଼ା, ଖୋର୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ସେହିପରି ସେପେଫମ୍ବର ୭ରୁ ୮ ତାରିଖ ମଧ୍ୟରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
୪୪୩ ଶିକ୍ଷକଙ୍କୁ ମିଳିଲା ନିଯୁକ୍ତି :  ‘ଓଡ଼ିଶା ଆଦର୍ଶ ବିଦ୍ୟାଳୟ ହେବ ରୋଲ ମଡ଼େଲ’

୪୪୩ ଶିକ୍ଷକଙ୍କୁ ମିଳିଲା ନିଯୁକ୍ତି : ‘ଓଡ଼ିଶା ଆଦର୍ଶ ବିଦ୍ୟାଳୟ ହେବ ରୋଲ ମଡ଼େଲ’

Read More...

 ବିଜୟ ସମାରୋହ ଗୁଳିମାଡ଼ରେ ୧୭ ମୃତ

ବିଜୟ ସମାରୋହ ଗୁଳିମାଡ଼ରେ ୧୭ ମୃତ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page