୨୬ରୁ ପ୍ରବଳ ବର୍ଷା ସମ୍ଭାବନା

September 20, 2021, ଓଡ଼ିଶା, , Anupambharat News Bureau


୨୬ରୁ ପ୍ରବଳ ବର୍ଷା ସମ୍ଭାବନା
Anupambharat News Bureau
September 20, 2021


ଭୁବନେଶ୍ୱର, ୨୦ା୯(ଅନୁପମ ମିଡ଼ିଆ): ଆସନ୍ତା୨୫ ସୁଦ୍ଧା ପୂର୍ବ-କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଓଡିଶା ଉପକୂଳ ପହଞ୍ଚି ପାରେ । ଏହାର ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଅପରପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଏଥିସହିତ ୨୧ରୁ ୨୨ ତାରିଖ ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼,କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ସମ୍ବଲପୁର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉକ୍ତ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଶପଥ ନେଲେ ଚଚଣଜିତ ଚନ୍ନି

ଶପଥ ନେଲେ ଚଚଣଜିତ ଚନ୍ନି

Read More...

ସିଏଚଏସଇ କାର୍ଯ୍ୟାଳୟ ଆଗରେ ହାତ କାଟିଲେ ଛାତ୍ରୀ

ସିଏଚଏସଇ କାର୍ଯ୍ୟାଳୟ ଆଗରେ ହାତ କାଟିଲେ ଛାତ୍ରୀ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page