୧୦ ସୁଦ୍ଧା ଆଉ ଏକ ଲଘୁଚାପ

October 06, 2021, ଓଡ଼ିଶା, , Anupambharat News Bureau


୧୦ ସୁଦ୍ଧା ଆଉ ଏକ ଲଘୁଚାପ
Anupambharat News Bureau
October 06, 2021


ଭୁବନେଶ୍ୱର, ୬­ା୧୦(ଅନୁପମ ମିଡ଼ିଆ): ଆସନ୍ତା ୧୦ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାକ୍ରମେ ଘନୀଭୂତ ହୋଇ ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଆନ୍ଧ୍ର ପ୍ରଦେଶ ଆଡ଼କୁ ଗତି କରିବ । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଏହି ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଆଦି ରହିଛି । ଏସବୁ ଜିଲ୍ଲାକୁ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି
୮ରୁ ୯ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଫଳରେ ଚଳିତ ବର୍ଷ ଦଶହରାରେ ଓଡ଼ିଶା ଭିଜିବା ସମ୍ଭାବନା ରହିଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ନାଁକୁ ରାଜ୍ୟରେ ବିଜୁଳି ସଂସ୍କାର:  ଫାଇଦାରେ ଟାଟା ପାୱାର୍‌ !

ନାଁକୁ ରାଜ୍ୟରେ ବିଜୁଳି ସଂସ୍କାର: ଫାଇଦାରେ ଟାଟା ପାୱାର୍‌ !

Read More...

ବେଞ୍ଜାମିନ ଓ ଡେଭିଡଙ୍କୁ ନୋବେଲ

ବେଞ୍ଜାମିନ ଓ ଡେଭିଡଙ୍କୁ ନୋବେଲ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page