ଓଡ଼ିଶାରୁ ଫେରୁଛି ମୌସୁମୀ

October 12, 2021, ଓଡ଼ିଶା, , Anupambharat News Bureau


ଓଡ଼ିଶାରୁ ଫେରୁଛି ମୌସୁମୀ
Anupambharat News Bureau
October 12, 2021


ଭୁବନେଶ୍ୱର, ୧୨ ।୧୦(ଅନୁପମ ମିଡ଼ିଆ): ଓଡ଼ିଶାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରୁଛି । ୧୨ ତାରିଖ ସୁଦ୍ଧା ଅର୍ଦ୍ଧାଧିକ ଓଡ଼ିଶାରୁ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିଛି । ଆଜି ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ସୋନପୁର, ନୂଆପଡ଼ା, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାରୁ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ଫେରିଥିବା ବେଳେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ଅଞ୍ଚଳରୁ ଫେରିଛି । ଅନ୍ୟପଟେ ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ୪୮ ଘଣ୍ଟା ଭିତରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମଉତ୍ତର-ପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚି ପାରେ । ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଗଜପତି ଓ ବାଲେଶ୍ୱର ଜିଲ୍ଲାରେ ସାମାନ୍ୟ ବର୍ଷା ସହ ବଜ୍ରପାତର ଆଶଙ୍କା ରହିଛି । ସେହିଭଳି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ବିଶିଷ୍ଟ କବି ଦିଲ୍ଲୀପ ଦାସଙ୍କ ଦେହାନ୍ତ

ବିଶିଷ୍ଟ କବି ଦିଲ୍ଲୀପ ଦାସଙ୍କ ଦେହାନ୍ତ

Read More...

ନାବାଳକକୁ ଝାମ୍ପିନେଲା ଚିତା:  ଜଙ୍ଗଲରୁ ମଳିଲା ଶବ

ନାବାଳକକୁ ଝାମ୍ପିନେଲା ଚିତା: ଜଙ୍ଗଲରୁ ମଳିଲା ଶବ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page