ଜିଲ୍ଲା ପରିଷଦ ଅଧ୍ୟକ୍ଷ ସଂରକ୍ଷଣ ବିଜ୍ଞପ୍ତି : ପଛୁଆ ବର୍ଗଙ୍କ ପାଇଁ ଚାରି ଜିଲ୍ଲା

October 16, 2021, ଓଡ଼ିଶା, , Anupambharat News Bureau


  ଜିଲ୍ଲା ପରିଷଦ ଅଧ୍ୟକ୍ଷ ସଂରକ୍ଷଣ ବିଜ୍ଞପ୍ତି :  ପଛୁଆ ବର୍ଗଙ୍କ ପାଇଁ ଚାରି ଜିଲ୍ଲା
Anupambharat News Bureau
October 16, 2021


ଭୁବନେଶ୍ୱର, ୧୬ା୧୦(ଅନୁପମ ମିଡ଼ିଆ): ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ସଂରକ୍ଷଣ ନେଇ ଶନିବାର ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି । ୩୦ ଜିଲ୍ଲା ମଧ୍ୟରୁ ପଛୁଆବର୍ଗଙ୍କ ପାଇଁ ଚାରି ଜିଲ୍ଲା ଅଧ୍ୟକ୍ଷ ପଦ ସଂରକ୍ଷିତ ରହିଛି । ସେହି ଜିଲ୍ଲା ଗୁଡ଼ିକ ହେଲା ଅନୁଗୋଳ, କେନ୍ଦୁଝର, ଖୋର୍ଦ୍ଧା ଓ ଗଜପତି ।
ସେହିପରି ୧୨ ଜିଲ୍ଲା ପାଇଁ ଅଧ୍ୟକ୍ଷ ପଦ ଅଣ ସଂରକ୍ଷିତ ରହିଥିବା ଚିଠା ବିଜ୍ଞପ୍ତିରେ ପ୍ରକାଶ ପାଇଛି । ସେହି ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, କେନ୍ଦ୍ରାପଡ଼ା, ଗଞ୍ଜାମ, ଝାରସୁଗୁଡ଼ା, ଢେଙ୍କାନାଳ, ଦେବଗଡ଼, ନୂଆପଡ଼ା, ପୁରୀ, ବରଗଡ଼, ବଲାଙ୍ଗିର, ବୌଦ୍ଧ ଓ ସମ୍ବଲପୁର । ଏହି ଜିଲ୍ଲାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଅଣସଂରକ୍ଷିତ ରହିବ । କଟକ, ଜଗତସିଂହପୁର, ଯାଜପୁର ଓ ଭଦ୍ରକ ଅନୁସୂଚିତ ଜାତି ପାଇଁ ସଂରକ୍ଷିତ ରହିବ । କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ନୟାଗଡ଼, ବାଲେଶ୍ୱର, ମୟୂରଭଞ୍ଜ, ମାଲକାନଗିରି, ରାୟଗଡ଼ା, ସୁନ୍ଦରଗଡ଼ ଓ ସୋନପୁର ଜିଲ୍ଲା ଅନୁସୂଚିତ ଜନଜାତିଙ୍କ ପାଇଁ ସଂରକ୍ଷିତ ରହିଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆଇଏଏସ୍‌  ସ୍ତରରେ ଅଦଳବଦଳ

ଆଇଏଏସ୍‌ ସ୍ତରରେ ଅଦଳବଦଳ

Read More...

୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ

୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page