ନିର୍ବାଚନ କମିଶନରଙ୍କ ଭିଡ଼ିଓ କନ୍‌ଫରେନ୍ସିଂ : ୨୬ ସୁଦ୍ଧା ତାଲିକା ପଠାଇବାକୁ ନିର୍ଦ୍ଦେଶ

October 21, 2021, ଓଡ଼ିଶା, , Anupambharat News Bureau


ନିର୍ବାଚନ କମିଶନରଙ୍କ ଭିଡ଼ିଓ କନ୍‌ଫରେନ୍ସିଂ : ୨୬ ସୁଦ୍ଧା ତାଲିକା ପଠାଇବାକୁ ନିର୍ଦ୍ଦେଶ
Anupambharat News Bureau
October 21, 2021


ଭୁବନେଶ୍ୱର, ୨୧ା୧୦(ଅନୁପମ ମିଡ଼ିଆ):­ ଜିଲ୍ଲାପାଳମାନେ ସମ୍ପୃକ୍ତ ଜିଲ୍ଲାର ପଞ୍ଚାୟତ ନିର୍ବାଚନ ପାଇଁ ୱାର୍ଡ ପରିସୀମା ନିର୍ଦ୍ଧାରଣ ଓ ପଦ ସଂରକ୍ଷଣ କାର୍ଯ୍ୟ ସମାପ୍ତ କରି ତାହାର ତାଲିକା ଆସନ୍ତା ୨୬ ସୁଦ୍ଧା ରାଜ୍ୟ ନିର୍ବାଚନ କମିଶନଙ୍କୁ ପଠାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ସମସ୍ତ ଜିଲ୍ଲାପାଳଙ୍କୁ ପଦ ସଂରକ୍ଷଣ ତଥ୍ୟ ନିର୍ଦ୍ଧାରିତ ପ୍ରୋଫର୍ମାରେ ସ୍ୱତନ୍ତ୍ର ବାର୍ତ୍ତାବହ ଜରିଆରେ ଏହି ତାଲିକା ନିର୍ବାଚନ କମିଶନଙ୍କୁ ପଠାଇବାକୁ କୁହାଯାଇଛି । ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ, ଆଗାମୀ ଦିନରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କ ସହ ଭିଡ଼ିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଗୁରୁବାର ଆଲୋଚନା କରିଥିଲେ ।
ପଞ୍ଚାୟତ ନିର୍ବାଚନରେ ପ୍ରତ୍ୟେକ ଜିଲ୍ଲାରେ କେତେ କେତେ ବାଲାଟ୍‌ ବକ୍ସ ଦରକାର ହେବ, ଜିଲ୍ଲାସ୍ତରରେ କେତେ ବାଲାଟ୍‌ ବକ୍ସ ଅଛି, ସେ ସମ୍ପର୍କରେ କମିଶନ ଜାଣିବାକୁ ଚାହିଁଥିଲେ । ପଞ୍ଚାୟତ ନିର୍ବାଚନରେ ବ୍ୟବହୃତ ହେବାକୁ ଥିବା ବାଲାଟ୍‌ ବକ୍ସର ମରାମତି ଓ ରଙ୍ଗ କରାଇବା ପାଇଁ ନିର୍ବାଚନ କମିଶନ ସମସ୍ତ ଜିଲ୍ଲାପାଳଙ୍କୁ ଜଣାଇଛନ୍ତି । ଏଥି ନିମନ୍ତେ ୧ କୋଟି ୧୬ ଲକ୍ଷ ଟଙ୍କା ଜିଲ୍ଲାଗୁଡ଼ିକୁ ପ୍ରଦାନ କରାଯାଇଛି ଏବଂ ୧୫/୧୧/୨୦୨୧ ସୁଦ୍ଧା ଏ ସମସ୍ତ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ନିର୍ବାଚନ ପରେ ଭୋଟଗଣତି ସମ୍ପପର୍କରେ ନିର୍ବାଚନ କମିଶନ ଏକ ବିସ୍ତୃତ ନିୟମାବଳୀ ଜାରି କରିଛନ୍ତି । ଏଥର ପଞ୍ଚାୟତ ନିର୍ବାଚନ ଭୋଟଗଣତି ବ୍ଲକ୍‌ ମୁଖ୍ୟାଳୟଠାରେ ଅନୁଷ୍ଠିତ ହେବ । ଏଥିରେ ସମସ୍ତ ଜିଲ୍ଲାପାଳ ଭୋଟଗଣତି ସମ୍ପର୍କରେ ଜାରି କରାଯାଇଥିବା ବିସ୍ତୃତ ନିୟମାବଳୀକୁ ଅନୁଧ୍ୟାନ କରିବା ପାଇଁ କମିଶନ ତରଫରୁ କୁହାଯାଇଛି । ଜିଲ୍ଲାପାଳମାନେ ବ୍ଲକ୍‌ ମୁଖ୍ୟାଳୟରେ ଭୋଟଗଣତି କେନ୍ଦ୍ର ଚିହ୍ନଟ ସହ ପ୍ରସ୍ତୁତ କରି ରଖିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି ।
ରାଜ୍ୟ ନିର୍ବାଚନ କମିଶନ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ନିମନ୍ତେ ଜାନୁଆରୀ ୨୦୨୧ରେ ପ୍ରକାଶ ପାଇଥିବା ବିଧାନସଭା ନିର୍ବାଚନ ମଣ୍ଡଳୀ ଭୋଟର ତାଲିକା ସମସ୍ତ ଜିଲ୍ଲାଗୁଡ଼ିକୁ ସିଡ଼ି (ଏକ୍ସଲ୍‌ ଫର୍ମାଟ୍‌) ଜରିଆରେ ପଠାଯାଇଛି । ଏହାକୁ ଆଧାର କରି ଜିଲ୍ଲା ସମୂହ (ଏକ୍ସେଲ ଫର୍ମାଟ)ରେ ଆସନ୍ତା ୨୦୨୨ରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତ କରିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି ।
୨୫ ଅକେଫାବର ସୁଦ୍ଧା ନିର୍ବାଚନ ପଞ୍ଜୀକରଣ ଅଧିକାରୀମାନଙ୍କୁ ନିଯୁକ୍ତ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ନଭେମ୍ବର ୫ ସୁଦ୍ଧା ପଞ୍ଚାୟତ ନିର୍ବାଚନ ନିମନ୍ତେ ଭୋଟ ଗ୍ରହଣ କେନ୍ଦ୍ର ଚିହ୍ନଟ କରିବା ପାଇଁ
ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଯେଉଁଠାରେ ଭୋଟ ଗ୍ରହଣ ନିମନ୍ତେ ସୁବିଧା ନଥିବ ସେଠାରେ ଅସ୍ଥାୟୀ ଭୋଟ ଗ୍ରହଣ କେନ୍ଦ୍ର ନିର୍ମାଣ କରାଇବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ଜିଲ୍ଲାସ୍ତରରେ ବାଲାଟ ବକ୍ସ କଭର କିଣିବା ପାଇଁ ନଭେମ୍ବର ୩୦ ସୁଦ୍ଧା ଶେଷ କରିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ନିର୍ବାଚନ କମିଶନଙ୍କ ସହ ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ପଞ୍ଚାୟତ ଅଧିକାରୀ, ନିର୍ବାଚନ କମିଶନଙ୍କ ସଚିବ ରବିନ୍ଦ୍ର ନାଥ ସାହୁ, ଉପସଚିବ ଆଜାଦ୍‌ ହିନ୍ଦ ପାଣିଗ୍ରାହୀ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ବିନା ଛୁଞ୍ଚିରେ  ଶିଶୁଙ୍କୁ ଦିଆଯିବ ଟିକା

ବିନା ଛୁଞ୍ଚିରେ ଶିଶୁଙ୍କୁ ଦିଆଯିବ ଟିକା

Read More...

ଆର୍ଯ୍ୟନଙ୍କ ହାଜତ ମିଆଦ ୩୦ ପର୍ଯ୍ୟନ୍ତ ବଢ଼ିଲା

ଆର୍ଯ୍ୟନଙ୍କ ହାଜତ ମିଆଦ ୩୦ ପର୍ଯ୍ୟନ୍ତ ବଢ଼ିଲା

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page