ମୟୂରଭଞ୍ଜ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ : ସ୍ମାର୍ଟ ହେଲ୍‌ଥ କାର୍ଡ ବିପଦ ସମୟରେ ଶ୍ରେଷ୍ଠ ବନ୍ଧୁ:ନବୀନ

October 22, 2021, ଓଡ଼ିଶା, , Anupambharat News Bureau


ମୟୂରଭଞ୍ଜ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ : ସ୍ମାର୍ଟ ହେଲ୍‌ଥ କାର୍ଡ ବିପଦ ସମୟରେ ଶ୍ରେଷ୍ଠ ବନ୍ଧୁ:ନବୀନ
Anupambharat News Bureau
October 22, 2021


ଭୁୁବନେଶ୍ୱର, ୨୨ା୧୦(ଅନୁପମ ମିଡ଼ିଆ): ­ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୂରଭଞ୍ଜ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୨୧ ଲକ୍ଷ ୪୦ ହଜାର ଲୋକ ଏହି ସୁବିଧା ପାଇବେ । ପୂର୍ବରୁ ରାଜ୍ୟର ୬ଟି ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେପେଫମ୍ବର ୨୦୨୧ ଓଡିଶାର ସ୍ୱାସ୍ଥ୍ୟ ସେବା ଇତିହାସରେ ଏକ ନୂଆ ଯୁଗ ଆରମ୍ଭ କରିଛି । ସେପେଫମ୍ବର ପହିଲାରୁ ଓଡିଶାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ଜରିଆରେ ସ୍ୱାସ୍ଥ୍ୟ ସେବା ପ୍ରଦାନ ଆରମ୍ଭ ହୋଇଛି । ଏହି କାର୍ଡଟି ବିପଦ ସମୟର ପ୍ରକୃତ ବନ୍ଧୁ ବୋଲି କହିଥିଲେ । ଏହାଦ୍ୱାରା ଜନସାଧାରଣଙ୍କ ଜୀବନରେ ବଡ ପରିବର୍ତ୍ତନ ଆଣିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ । ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ।
ମୟୁରଭଞ୍ଜ ଜିଲ୍ଲାରେ ବିକାଶ କାମକୁ ତ୍ୱରାନ୍ୱିତ କରାଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ଜୁଲାଇରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପରେ କେନାଲରୁ ପାଣି ଛଡା ଯାଇଥିବା ବେଳେ, ୯୪ଟି ଗାଁର ୧୫ ହଜାର ହେକଫର ଜମି ପାଣି ପାଉଛି । ସେହିପରି ମୟୁରଭଂଜର ସବୁ ପରିବାରକୁ ପାଇପ ପାଣି ଯୋଗାଇ ଦେବା ପାଇଁ ୩୨୦୦ କୋଟି ଟଙ୍କାର ମେଗା ପାଇପ ପାଣି ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଧାରାକୁ ଆଗେଇ ନେଇ ଆଜି ଆହୁରି ୨୩୦୦ କୋଟି ଟଙ୍କାର ୫୦୦ରୁ ଅଧିକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ଦିଆଯାଉଛି ବୋଲି ସେ ପ୍ରକାଶ କରିଥିଲେ । ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ମୟୁରଭଞ୍ଜ ମାଟିରେ ଜନ୍ମ ନେଇଥିବା ମହାପୁରୁଷ ଓ ବିଶିଷ୍ଟ ବ୍ୟକ୍ତି ମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ମୟୁରଭଞ୍ଜର କଳା ଓ ସାହିତ୍ୟର ଉଚ୍ଚପ୍ରଶଂସା କରି ଝୁମର ଗୀତ ଓ ଛଉ ନାଚର
ପ୍ରସିଦ୍ଧି ସଂପର୍କରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି ପ୍ରମୁଖ ଯୋଗ ଦେଇ ରାଜ୍ୟରେ ସ୍ୱାସ୍ଥ୍ୟ ସେବାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତାର ଉଚ୍ଚପ୍ରଶଂସା କରିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଟ୍ୱି-୨୦ ବିଶ୍ୱକପ୍‌ : ଆଜି ଭାରତ-ପାକ୍‌ ଲଢ଼େଇ

ଟ୍ୱି-୨୦ ବିଶ୍ୱକପ୍‌ : ଆଜି ଭାରତ-ପାକ୍‌ ଲଢ଼େଇ

Read More...

 ଗଞ୍ଜେଇ ଚାଲାଣକାରୀଙ୍କ ଘରେ ଚଢ଼ାଉ : ମିଳିଲା ୭୫ ଲକ୍ଷ ଟଙ୍କା,  ଆଠ କେଜି ସୁନା

ଗଞ୍ଜେଇ ଚାଲାଣକାରୀଙ୍କ ଘରେ ଚଢ଼ାଉ : ମିଳିଲା ୭୫ ଲକ୍ଷ ଟଙ୍କା, ଆଠ କେଜି ସୁନା

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page