ଭୁବନେଶ୍ୱର,୧ା୧୧(ଅନୁପମ ମିଡ଼ିଆ): ମମିତା ମେହେର ହତ୍ୟା ଘଟଣାରେ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କୁ ବହିଷ୍କାର ଓ ଗିରଫ ଦାବିରେ କଂଗ୍ରେସ ପକ୍ଷରୁ ଆସନ୍ତା ୧୨ ତାରିଖରେ ଓଡିଶା ବନ୍ଦ ଡାକରା ଦିଆଯାଇଛି ।
ପ୍ରଦେଶ କଂଗ୍ରେସ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟ ସରକାରଙ୍କର ଏବଂ ଖୋଦ ମୁଖ୍ୟମନ୍ତ୍ରୀଙ୍କର ଭୂମିକାକୁ ତୀବ୍ର ନିନ୍ଦା କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜେ ଅପରାଧୀଙ୍କୁ ଘଣ୍ଟ ଘୋଡ଼ାଉଛନ୍ତି । ଅପରାଧରେ ସଂଶ୍ଳିଷ୍ଟ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଏ ପର୍ଯ୍ୟନ୍ତ ବରଖାସ୍ତ କରୁନାହାନ୍ତି । ସୁତରାଂ ୧୦ ଦିନ ମଧ୍ୟରେ ଯଦି ମୁଖ୍ୟମନ୍ତ୍ରୀ ନିଜ ମନ୍ତ୍ରୀ ମଣ୍ଡଳରୁ ଦିବ୍ୟଶଙ୍କର ମିଶ୍ରଙ୍କୁ ବିଦା ନକରନ୍ତି, ତାଙ୍କ ବିରୋଧରେ ଫୌଜଦାରୀ ମକୋଦ୍ଦମା ଦାୟର ନକରନ୍ତି ଏବଂ ତାଙ୍କୁ ଗିରଫ ନକରନ୍ତି ଏହାର ପ୍ରତିବାଦରେ ଆସନ୍ତା ନଭେମ୍ବର ୧୨ ତାରିଖ ଶୁକ୍ରବାର ଓଡ଼ିଶା ବନ୍ଦ କରିବାକୁ କଂଗ୍ରେସ ଦଳ ନିଷ୍ପତ୍ତି ନେଇଛି ବୋଲି ପିସିସି ମୁଖପାତ୍ର ରଜନୀ ମହାନ୍ତି ଏକ ପ୍ରେସ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି ।