ବର୍ଷା : ସାତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

November 13, 2021, ଓଡ଼ିଶା, , Anupambharat News Bureau


ବର୍ଷା : ସାତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Anupambharat News Bureau
November 13, 2021


ଭୁବନେଶ୍ୱର, ୧୩ା୧୧ (ଅନୁପମ ମିଡ଼ିଆ): ଥାଇଲାଣ୍ଡ ଓ ଦକ୍ଷିଣ ଆଣ୍ଡାମାନ ସାଗର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୧୫ ତାରିଖ ସୁଦ୍ଧା ଏହା ଅବପାତର ରୂପ ନେଇ ଉତ୍ତର ଆଣ୍ଡାମାନ ଉପକୂଳ ଓ ତତସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ପହଞ୍ଚିବ ବୋଲି ଅନୁମାନ କରାଯାଉଛି । ପରେ ଆନ୍ଧ୍ର ପ୍ରଦେଶ ଉପକୂଳ ଦେଇ ୧୮ ତାରିଖ ସନ୍ଧ୍ୟାରେ ଅତିକ୍ରମ କରିବ । ଏହାର ପ୍ରଭାବରେ ଆନ୍ଧ୍ରରେ ପ୍ରବଳ ବର୍ଷା ଏବଂ ଦକ୍ଷିଣ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ବ୍ୟତୀତ ଉପୂକଳ ଓ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ୧୪ ତାରିଖ ସକାଳ ମଧ୍ୟରେ ଖୋର୍ଦ୍ଧା,
ପୁରୀ, ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ନୟାଗଡ, ଗଜପତି, କଟକ ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୪ରୁ ୧୫ ତାରିଖ ମଧ୍ୟରେ ପୁରୀ, ଜଗତସିଂହପୁର,ଗଞ୍ଜାମ,କଟକ,ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
 ୨୬ ମାଓବାଦୀ ନିହତ

୨୬ ମାଓବାଦୀ ନିହତ

Read More...

 ଆଜିଠୁ ଦୁଇଦିନ  ବନ୍ଦ ରହିବ ଶ୍ରୀମନ୍ଦିର

ଆଜିଠୁ ଦୁଇଦିନ ବନ୍ଦ ରହିବ ଶ୍ରୀମନ୍ଦିର

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page